ଶ୍ରୀମନ୍ଦିରର ଡ୍ରୋନ୍‌ ଭିଡିଓ ଭାଇରାଲ

ପୁରୀ ଅଫିସ,୪।୧୨: ଶ୍ରୀମନ୍ଦିରର ଭିଡିଓ ପୁଣିଥରେ ଭାଇରାଲ ହୋଇଛି। ଏଥର କିନ୍ତୁ ଭିଡିଓଟି ମନ୍ଦିର ଭିତରର ହୋଇ ନ ଥିବାବେଳେ ସମ୍ପୂର୍ଣ୍ଣ ମନ୍ଦିରର ଚିତ୍ର ଆକାଶରୁ ଡ୍ରୋନ ଦ୍ୱାରା ଉଠାଯାଇ ଭାଇରାଲ କରାଯାଇଛି, ଯାହାକୁ ନେଇ ଅଗଣିତ ଜଗନ୍ନାଥ ପ୍ରେମୀ ଓ ଭକ୍ତଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ବାରମ୍ବାର ଶ୍ରୀମନ୍ଦିର ଭିତର ତଥା ମହାପ୍ରଭୁଙ୍କ ଫଟୋ, ଭିଡିଓ ଭାଇରାଲ ହେଉଥିବାରୁ ପୋଲିସ ପ୍ରଶାସନର ସୁରକ୍ଷା ଉପରେ ପ୍ରଶ୍ନ ଉଠିଛି। ଶ୍ରୀମନ୍ଦିର ପରିସର ନୋ ଫ୍ଲାଇଁ ଜୋନ୍‌ ଭାବେ କଟକଣା ଥିବା ସତ୍ତ୍ୱେ ଡ୍ରୋନ ଉଡ଼ାଇ ଶ୍ରୀମନ୍ଦିର ଭିଡିଓ ଭାଇରାଲ କରିବା ସହ ଭିଡିଓ ଦେବା ପାଇଁ ଟଙ୍କା ମାଗିବା ଯୋଗୁ ସମସ୍ତଙ୍କ ମନରେ କ୍ଷୋଭ ପ୍ରକାଶ ପାଇଛି। ପୋଲିସ ପ୍ରଶାସନ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଦୃଢୋକ୍ତି କରାଯାଉଥିଲେ ମଧ୍ୟ କିଛି ମାସ ବ୍ୟବଧାନରେ ଶ୍ରୀମନ୍ଦିର ଭିତର ବେଢା ଓ ଶ୍ରୀମନ୍ଦିର ଫଟୋ, ଭିଡିଓ ଭାଇରାଲ ହେଉଛି। ଯାହାକୁ ନେଇ ସରକାରଙ୍କ ପକ୍ଷରୁ ଶ୍ରୀମନ୍ଦିର ପ୍ରତି କରାଯାଉଥିବା ସୁରକ୍ଷା ବ୍ୟବସ୍ଥା ଉପରେ ଅଙ୍ଗୁଳି ନିର୍ଦ୍ଦେଶ କରୁଛି। ୨୦୧୯ରେ ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ସତର୍କ ସୂଚନା ଜାରି କରିଥିଲା କେନ୍ଦ୍ରୀୟ ଗୋଇନ୍ଦା ବିଭାଗ। ଆତଙ୍କବାଦୀଙ୍କ ଟାର୍ଗେଟରେ ଶ୍ରୀମନ୍ଦିର ରହୁଥିବାରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ଆଲୋଚନା ହେବା ସହ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଥିଲା। ମାତ୍ର ଶ୍ରୀମନ୍ଦିରର ଢିଲା ସୁରକ୍ଷା ବ୍ୟବସ୍ଥା ପଦାରେ ପକାଇଛି।
ଶ୍ରୀମନ୍ଦିର ନିଷିଦ୍ଧାଞ୍ଚଳ ତଥା ନୋ ଫ୍ଲାଇଁ ଜୋନ୍‌ରେ ଜଣେ ବଙ୍ଗୀୟ ଯୁବକ ଡ୍ରୋନ ଉଡାଇ ଭିଡିଓ ଭାଇରାଲ କରିଥିବା ଜଣାପଡିଛି। ଉକ୍ତ ଯୁବକ ପତିତପାବନ ବାନା ପରିବର୍ତ୍ତନର ଦୁର୍ଲଭ ଦୃଶ୍ୟ ସାଙ୍ଗକୁ ଭିତର ବେଢାର ଦୃଶ୍ୟକୁ କଏଦ୍‌ କରି ୟୁନିଫାଏଡ୍‌ ନାମକ ୟୁଟ୍ୟୁବ୍‌ ଚ୍ୟାନେଲରେ ଅପଲୋଡ କରିଛନ୍ତି, ଯାହାକୁ ବର୍ତ୍ତମାନ ସୁଦ୍ଧା ପାଖାପାଖି ୫୦୦୦ରୁ ଊଦ୍ଧର୍‌ବ ଲୋକ ଦେଖିଛନ୍ତି। ଉକ୍ତ ଚ୍ୟାନେଲରେ ଦିଆଯାଇଥିବା ଯୋଗାଯୋଗ ନମ୍ବରରେ ସମ୍ପର୍କ କରିବାରୁ ପ୍ରତି ଆଙ୍ଗେଲ୍‌ ପିଛା ଫୁଟେଜ୍‌ ନେବା ପାଇଁ ୨୦ ହଜାର ଟଙ୍କା ଦାବି କରାଯାଉଛି। ସେପଟେ ଭିଡିଓର ପ୍ରାରମ୍ଭରେ ଓଡ଼ିଶା ପୋଲିସକୁ ସ୍ବତନ୍ତ୍ର ଧନ୍ୟବାଦ ଦେଇଛି ଏହି ୟୁଟ୍ୟୁବ୍‌ ଚ୍ୟାନେଲ। ତେଣୁ ଏପରି ଭିଡିଓ କରିବା ପାଇଁ ତାଙ୍କୁ କିଏ ଅନୁମତି ଦେଲା ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତେବେ ଭିଡିଓଟି ୨ ସପ୍ତାହ ପୂର୍ବେ ଅପଲୋଡ୍‌ ହୋଇଥିଲେ ମଧ୍ୟ ପ୍ରଶାସନ ପକ୍ଷରେ ଏନେଇ ଖବର ନାହିଁ। ଅପରପକ୍ଷେ ଶ୍ରୀମନ୍ଦିର ଭିତରେ ମାଳ ମାଳ ମୋବାଇଲ ପ୍ରବେଶ କରୁଥିବା ବେଳେ ଗୋପନୀୟ ତଥ୍ୟ ଲିକ୍‌ ହେବାର ଆଶଙ୍କା ରହୁଛି। ତେଣୁ ଭିଡିଓ ଉତ୍ତୋଳନ କରିଥିବା ଯୁବକଙ୍କ ସହ ତାଙ୍କୁ କିଏ ଏବଂ କାହିଁକି ଅନୁମତି ଦେଲା ତାହାର ତଦନ୍ତ କରିବା ସହ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସାଧାରଣରେ ଦାବି ହେଉଛି। ତେବେ ଏ ନେଇ ଶ୍ରୀମନ୍ଦିର ସୁରକ୍ଷା ଅଧିକାରୀ ଭି. ଚନ୍ଦ୍ରଶେଖର ରାଓ କହିଛନ୍ତି, ଘଟଣାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ରଥଯାତ୍ରା ସମୟରେ ଶ୍ରୀମନ୍ଦିର ଉପରକୁ ନୋ ଫ୍ଲାଇଙ୍ଗ ଜୋନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସରକାରଙ୍କୁ ଚିଠି ଲେଖାଯାଇଥାଏ। ଏବେ ଯିଏ ବି ଏପରି ଭିଡିଓ ଡ୍ରୋନରେ ଉତ୍ତୋଳନ କରଛନ୍ତି ତାହା ଭୁଲ ଅଟେ। ଯାହା ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଶ୍ରୀମନ୍ଦିର ସୁରକ୍ଷା ପାଇଁ ପ୍ରଶାସନ ପକ୍ଷରୁ ଯେକୌଣସି ପଦକ୍ଷେପ ନେବାକୁ ପଡ଼ିବ ନିଆଯିବ ବୋଲି ସେ କହିଛନ୍ତି। ସେହିପରି ଶ୍ରୀମନ୍ଦିର ବରିଷ୍ଠ ସେବାୟତ ତଥା ପୂର୍ବତନ ନଗରପାଳ ଗୌରହରି ପ୍ରଧାନଙ୍କ କହିବା ଅନୁଯାୟୀ, ଶ୍ରୀମନ୍ଦିରର ସରକ୍ଷା ଦୃଷ୍ଟିରୁ ରଥଯାତ୍ରା ନୁହେଁ ସବୁ ସମୟରେ ଶ୍ରୀମନ୍ଦିରକୁ ନୋ ଫ୍ଲାଇଙ୍ଗ ଜୋନ କରାଯିବା ଆବଶ୍ୟକ। ପ୍ରଶାସନ ଏହାକୁ ଦୃଷ୍ଟିରେ ରଖି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?