Posted inଜାତୀୟ

ଅଯୋଧ୍ୟାକୁ ଜଗିଛି ଡ୍ରୋନ୍‌

ଅଯୋଧ୍ୟା,୩ା୮: ବୁଧବାର ହେବାକୁ ଥିବା ରାମମନ୍ଦିର ଭୂମି ପୂଜନ ଉତ୍ସବକୁ ଦୃଷ୍ଟିରେ ରଖି ଅଯୋଧ୍ୟା ନଗରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆତଙ୍କବାଦୀ ଆକ୍ରମଣ ଆଶଙ୍କା ଥିବାରୁ ଭିଆଇପି ରୁଟ୍‌ଗୁଡ଼ିକୁ ଡ୍ରୋନ୍‌ ଜରିଆରେ ନଜର ରଖାଯାଇଛି। ଅଯୋଧ୍ୟାରେ ରହୁଥିବା ଲୋକଙ୍କ ଗତିବିଧି ଉପରେ ସମ୍ପୂର୍ଣ୍ଣ କଟକଣା ଜାରି କରାଯାଇଛି।
ବିଭିନ୍ନ ସ୍ଥାନରେ ସୁରକ୍ଷା ବନ୍ଦୋବସ୍ତ ସହ କୋଭିଡ୍‌-୧୯ ପ୍ରୋଟୋକଲ ଓ ନିବାରଣ ପଦକ୍ଷେପକୁ ଗୁରୁତ୍ୱ ଦିଆଯାଇଛି। ଅଯୋଧ୍ୟା ରେଞ୍ଜ ପୋଲିସ ଡିଆଇଜି ଦୀପକ କୁମାର କହିଛନ୍ତି, ଭୂମି ପୂଜନ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତି ଦୃଷ୍ଟିରୁ ସମସ୍ତ ପ୍ରକାର ପ୍ରୋଟୋକଲର ଅନୁପାଳନ କରାଯିବ। କୋଭିଡ୍‌ ଓ୍ବାରିୟରମାନେ ମଧ୍ୟ ମୁତୟନ ହେବେ। ବାହାରକୁ ନ ବାହାରିବା ପାଇଁ ଲୋକଙ୍କୁ ଅନୁରୋଧ କରାଯାଇଛି। ୫ରୁ ଅଧିକ ଲୋକ ଗୋଟିଏ ସ୍ଥାନରେ ଏକତ୍ରିତ ହୋଇପାରିବେ ନାହିଁ। କେବଳ କରୋନା ନେଗେଟିଭ୍‌ ବାହାରିଥିବା ୪୫ ବର୍ଷରୁ କମ୍‌ ବୟସର ପୋଲିସ କର୍ମଚାରୀ ସୁରକ୍ଷା ଦାୟିତ୍ୱରେ ରହିବେ। ଏହାବାଦ୍‌ ସ୍ବତନ୍ତ୍ର ଅପରେଶନ ଗ୍ରୁପ୍‌ (ଏସ୍‌ଓଜି) ଅଧିକାରୀମାନେ ଆଭ୍ୟନ୍ତରୀଣ ସୁରକ୍ଷା ଦାୟିତ୍ୱ ବହନ କରିବେ ବୋଲି ଉତ୍ତରପ୍ରଦେଶ ପୋଲିସ ମହାନିର୍ଦ୍ଦେଶକ ହିତେଶ ଚନ୍ଦ୍ର ଅଶ୍ୱସ୍ତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri