ଅମାନିଆଙ୍କ ଉପରେ ନଜର ରଖିବ ଡ୍ରୋନ୍‌

ପୁରୀ ଅଫିସ,୨୦।୭: ରଥଯାତ୍ରାରେ ଥିବା ସୁରକ୍ଷା ବ୍ୟବସ୍ଥା ବାହୁଡ଼ାଯାତ୍ରାରେ ମଧ୍ୟ ବଳବତ୍ତର ରହିବ। ଜୋନ୍‌ସ୍ତରରେ ହୋଇଥିବା ପୋଲିସ ମୁତୟନକୁ ଅପରିବର୍ତ୍ତିତ ରଖାଯିବ। ଏହାବ୍ୟତୀତ ଅନଧିକାର ପ୍ରବେଶକୁ ରୋକିବା ପାଇଁ ଅତିରିକ୍ତ ସୁରକ୍ଷା ବ୍ୟବସ୍ଥା ହେବ। ଏହି ସୁରକ୍ଷା ବ୍ୟବସ୍ଥା ବାହୁଡ଼ା ଯାତ୍ରା, ସୁନାବେଶ, ଅଧରପଣା ଓ ନିଳାଦ୍ରୀ ବିଜେ ନୀତି ସମୟରେ ମଧ୍ୟ କାର୍ଯ୍ୟକାରୀ ହେବ ବୋଲି ପୁରୀ ଏସ୍‌ପି କନୱର ବିଶାଲ ସିଂ ସୂଚନା ଦେଇଛନ୍ତି। ୨୦ରୁ ୨୩ ତାରିଖ ମଧ୍ୟରେ ବଡ଼ଦାଣ୍ଡରେ କର୍ଫ୍ୟୁ କଟକଣାକୁ ପାଳନ କରାଇବା ପାଇଁ ୧୦ ଟିମ୍‌ କାର୍ଯ୍ୟ କରିବ। ପ୍ରତି ଟିମ୍‌ରେ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ସହ ଏକ୍‌ଜୁକ୍ୟୁଟିଭ୍‌ ମାଜିଷ୍ଟ୍ରେଟ୍‌ ରହିବେ। ଡ୍ରୋନ୍‌, ଭିଡିିଓଗ୍ରାଫର୍‌ ସହାୟତାରେ ଆଇନ ଉଲ୍ଲଂଘନକାରୀଙ୍କ ଉପରେ କଡ଼ା ନଜର ରଖାଯିବ। ଜିଲା ପ୍ରଶାସନ, ପୋଲିସ ଓ ମ୍ୟୁନିସିପାଲିଟିର ମିଳିତ ଉଦ୍ୟମରେ କର୍ଫ୍ୟୁ ଅଡିିଟ୍‌ କରାଯିବ। ଅନଧିକାର ପ୍ରବେଶକାରୀଙ୍କ ଉପରେ ପୋଲିସ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବ। ସେହିଭଳି ପୋଲିସ ନଜରରେ ସାମାଜିକ ଗଣମାଧ୍ୟମକୁ ମଧ୍ୟ ରଖାଯିବ। କେହି ଆଇନ ଭାଙ୍ଗି ବାହୁଡ଼ା ଯାତ୍ରାରେ ସାମିଲ ହେଲେ ଏ ସମ୍ପର୍କିତ ଖବର ଫେସବୁକ ଓ ଇନଷ୍ଟାଗ୍ରାମ୍‌ ମାଧ୍ୟମରୁ ସଂଗ୍ରହ କରିବା ପାଇଁ ପୋଲିସ ଉଦ୍ୟମ କରିବ। ସୋସିଆଲ୍‌ ମିଡିଆରେ ଫଟୋ ପୋଷ୍ଟ ହୋଇଥିଲେ ଏହା ମଧ୍ୟ ତଦନ୍ତ ପ୍ରକ୍ରିୟାର ଅଂଶ ହେବ। ପୋଲିସ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଡକାଇ ପଚରାଉଚରା କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ସ୍ପଷ୍ଟ କରିଛି। କଟକଣା ଭାଙ୍ଗି ଶ୍ରୀଗୁଣ୍ଡିଚା ଯାତ୍ରାରେ ସାମିଲ ହୋଇଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ୨୫ ଜଣଙ୍କୁ ପୋଲିସ ଏଯାବତ୍‌ ନୋଟିସ୍‌ କରିଥିବା ବେଳେ ସିସିଟିଭି ମାଧ୍ୟମରେ ଆହୁରି ଲୋକଙ୍କୁ ଖୋଜିବା ଜାରି ରଖିଛି। ତେବେ ନୋଟିସ୍‌ ପଠାଯାଇଥିବା ବ୍ୟକ୍ତିଙ୍କୁ ନିଜ ପକ୍ଷ ରଖିବାକୁ କୁହାଯାଇଛି। ଅଦ୍ୟାବଧି ହୋଟେଲ୍‌, ଲଜ୍‌ ଓ ବ୍ୟକ୍ତିଙ୍କୁ ମିଶାଇ ୪ ଜଣଙ୍କ ବିରୋଧରେ ମାମଲା ରୁଜୁ ହୋଇଥିବାବେଳେ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୋଧରେ ଆଇପିସି ୨୬୯, ୨୭୦, ୧୮୮ ଓ ୩୪ ଧାରା ରୁଜୁ ହୋଇଛି। ଅନ୍ୟପକ୍ଷରେ ସୋମବାର ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଏସ୍‌ପି କନୱର ବିଶାଲ ସିଂ ପହଞ୍ଚି ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରିବା ସହ କିଭଳି ଭାବେ ଜୋନସ୍ତରୀୟ ସୁରକ୍ଷା ବ୍ୟବସ୍ଥା କାର୍ଯ୍ୟକାରୀ ହେବ ସେନେଇ ପୋଲିସ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି। ବଡ଼ଦାଣ୍ଡରେ ଥିବା ଘରର ଲୋକଙ୍କୁ ବାଲକୋନି ଓ ଛାତ ଉପରକୁ ନ ଯିବା ପାଇଁ ପୋଲିସ ପକ୍ଷରୁ ଅନୁରୋଧ କରାଯାଇଥିବା ବେଳେ ଘରର ଛାତ ଉପରେ ପୋଲିସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?