ଭୁବନେଶ୍ୱର, ୩।୯(ଅସମାପିକା ସାହୁ)ଡ୍ରପ୍ ଆଉଟ୍ ପିଲାଙ୍କୁ ନିଯୁକ୍ତିକ୍ଷମ କରାଯିବ। ଭୁନେଶ୍ବରସ୍ଥିତ ସେଣ୍ଟ୍ରାଲ ଟୁଲ୍ ରୁମ୍ ଆଣ୍ଡ୍ ଟ୍ରେନିଂ ସେଣ୍ଟର(ସିଟିଟିସି)ରେ ସେମାନଙ୍କୁ ବିଭିନ୍ନ ଟ୍ରେଡ୍ରେ ତାଲିମ ଦିଆଯିବ। ଏ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବାବେଳେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି। ବିଭାଗୀୟ ସଚିବ ଅଶ୍ବଥୀ ଏସ୍. ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ରଘୁରାମ ଆୟାର ଶନିବାର ସିିଟିଟିସି କ୍ୟାମ୍ପସ ପରିଦର୍ଶନ କରି ପ୍ରାରମ୍ଭିକ ଆଲୋଚନା କରିଛନ୍ତି। ଏ ସମ୍ପର୍କରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ କହିଛନ୍ତି, ସିଟିଟିସିରେ ବିଭିନ୍ନ ଦକ୍ଷତା ବିକାଶ ପାଠ୍ୟକ୍ରମ ରହିଛି। ତେଣୁ ଡ୍ରପ୍ ଆଉଟ୍ ପିଲାଙ୍କୁ ତାଲିମ୍ ପାଇଁ ଏହି ସେଣ୍ଟର ସହ ସହଭାଗିତା ଉପରେ ଗୁରୁତ୍ୱ ଦିଆଯାଉଛି। ଯେଉଁ ପିଲାମାନେ ମାଟ୍ରିକରେ ଫେଲ୍ ବା ଅଧାରୁ ପାଠ ଛାଡ଼ି ଦେଉଛନ୍ତି, ସେମାନଙ୍କୁ ସିଟିଟିସିରେ ତାଲିମ ଦେବା ଉପରେ ଆଲୋଚନା ହୋଇଛି। ୩ ମାସିଆ କିମ୍ବା ୬ ମାସିଆ ପାଠ୍ୟକ୍ରମ ମାଧ୍ୟମରେ ସେମାନଙ୍କୁ ଏଠାରେ ତାଲିମ୍ ଦିଆଯାଇ ନିଯୁକ୍ତିକ୍ଷମ କରାଯିବ। ଏ ନେଇ ସିଟିଟିସିର ପ୍ରଶିକ୍ଷଣ ମୁଖ୍ୟ କେ.ଏମ୍. ରାଜନ୍ କହିଛନ୍ତି, ଦଶମ ଡ୍ରପ୍ ଆଉଟ୍ଠାରୁ ଆରମ୍ଭ କରି ଇଞ୍ଜିନିୟରିଂ ପର୍ଯ୍ୟନ୍ତ ଏଠାରେ ବିଭିନ୍ନ ଦକ୍ଷତା ବିକାଶ ତାଲିମ ଦିଆଯାଉଛି। ଡ୍ରପ୍ ଆଉଟ୍ ପିଲାଙ୍କୁ ଚିହ୍ନଟ କରି ସେମାନଙ୍କ ଦକ୍ଷତା ବିକାଶ କରାଗଲେ ସେମାନେ ଆତ୍ମନିର୍ଭର ଓ ରୋଜଗାରକ୍ଷମ ହୋଇପାରିବେ।
ଦେଶରେ ଲାଗିବ କି ଲକ୍ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା
ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…
LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…
ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…
ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…
ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…
ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM
ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…
ଚଳନ୍ତା ଟ୍ରେନ୍ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…
ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…
ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…
ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…
ବିଦ୍ୟୁତ୍ କାଟ୍କୁ ନେଇ ବଢୁଛି ଅସନ୍ତୋଷ
ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…
୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା
ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…
Archives

