ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ ଓ ୧୦ମର ସବୁଠୁ ଅଧିକ ପିଲା ପାଠ ଛାଡ଼ିଛନ୍ତି। ନବମ ଓ ଦଶମ ଶ୍ରେଣୀରେ ଯଥାକ୍ରମେ ୧୨.୫ % ଝିଅ, ୧୭.୩ % ପୁଅ ପାଠ ଛାଡ଼ିଛନ୍ତି।

ସେହିପରି ଷଷ୍ଠରୁ ଅଷ୍ଟମ ଶ୍ରେଣୀ ମଧ୍ୟରେ ୩.୨% ଡ୍ରପ ଆଉଟ୍‌ ହୋଇଛନ୍ତି। ପ୍ରଥମରୁ ପଞ୍ଚମ ଶ୍ରେଣୀ ଭିତରେ ୦.୭% ପିଲା ପାଠପଢ଼ା ଛାଡ଼ିଛନ୍ତି।

ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷର ବଜେଟ ଉପସ୍ଥାପନ ହେବାକୁ ରହିଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ଆସନ୍ତା ଆର୍ଥିକବର୍ଷ ଲାଗି ବଜେଟ ଉପସ୍ଥାପନ କରିବେ। ଏହି ପରିପ୍ରେକ୍ଷୀରେ ଅର୍ଥନୈତିକ ସର୍ଭେ ରିପୋର୍ଟରେ ଓଡ଼ିଶାର ମୁଣ୍ଡପିଛା ଆୟ ବଢ଼ିବା ନେଇ ଏକ ସବୁଜ ସଙ୍କେତ ଦେଇଛି। ରିପୋର୍ଟ ଅନୁଯାୟୀ, ବର୍ତ୍ତମାନର ମୂଲ୍ୟରେ ଓଡ଼ିଶାର ଅର୍ଥନୀତିର ଆକାର (ଜିଏସ୍‌ଡିପି) ୨୦୨୫-୨୬ରେ ୯.୯ ଲକ୍ଷ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି। ଏହା ୨୦୨୪-୨୫ର ୯ ଲକ୍ଷ କୋଟି ଟଙ୍କାଠାରୁ ୯.୫% ବୃଦ୍ଧି ପାଇଛି। ୨୦୨୫-୨୬ରେ ବାସ୍ତବ ଆର୍ଥିକ ଅଭିବୃଦ୍ଧି ହାର ୭.୯% ରହିବା ନେଇ ଆକଳନ କରାଯାଇଛି, ଯାହା ୨୦୨୪-୨୫ର ୭.୨% ବୃଦ୍ଧି ହାରଠାରୁ ଅଧିକ ରହିଛି। ଏହା ମଧ୍ୟ ସର୍ବଭାରତୀୟ ସ୍ତରର ହାରାହାରି ଅଭିବୃଦ୍ଧି ହାର ୭. ୪%ଠାରୁ ଅଧିକ। ୨୦୨୫-୨୬ରେ ସମସ୍ତ କ୍ଷେତ୍ରରେ ଦୃଢ଼ ଅଭିବୃଦ୍ଧି ହାର ଦେଖାଯାଇଛି ଏବଂ ରାଜ୍ୟରେ ସରକାରୀ ଓ ବେସରକାରୀ ପୁଞ୍ଜିନିବେଶ ବୃଦ୍ଧି ପାଇବାରୁ ଆଗାମୀ ବର୍ଷଗୁଡ଼ିକରେ ରାଜ୍ୟ ଦ୍ରୁତ୍‌ ଆର୍ଥିକ ବୃଦ୍ଧି ପାଇଁ ପ୍ରସ୍ତୁତ ରହିଥିବା ଜଣାଯାଇଛି। ତେବେ ବର୍ତ୍ତମାନର ମୂଲ୍ୟରେ ମୁଣ୍ଡପିଛା ଆୟ ୨୦୧୫-୧୬ ତୁଳନାରେ ୨୦୨୫-୨୬ରେ ଓଡ଼ିଶାର ବାର୍ଷିକ ମୁଣ୍ଡପିଛା ଆୟ ୧ଲକ୍ଷ ୮୬ହଜାର ୭୬୧ଟଙ୍କା ରହିଥିବାବେଳେ ସର୍ବଭାରତୀୟସ୍ତରରେ ୨ଲକ୍ଷ ୧୯ହଜାର ୫୭୫ଟଙ୍କା ଆକଳନ କରାଯାଇଥିବା ରିପୋର୍ଟରେ ଦର୍ଶାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri