ଗମ୍ଭୀର ହୋଇପାରେ ମରୁଡ଼ି ସ୍ଥିତି

ଭୁବନେଶ୍ୱର, ୧୦।୮(ବ୍ୟୁରୋ): ରାଜ୍ୟରେ ପାଣି ଅଭାବରୁ ବିଭିନ୍ନ ଜିଲାରେ ଜମି ଫାଟି ଆଁ ହୋଇଛି। ତଳି ଓ ରୁଆ ଶୁଖିବାରେ ଲାଗିଛି। ଆଗକୁ ମରୁଡ଼ି ସ୍ଥିତି ଗମ୍ଭୀର ହେବାର ଆଶଙ୍କା ଦେଖାଦେଇଛି। କାରଣ ଏବେ ବି ରାଜ୍ୟରେ ନିଅଣ୍ଟିଆ ବର୍ଷା ଲାଗି ରହିଛି। ୧୦ ଜିଲାରେ ସ୍ବାଭାବିକ ବର୍ଷା ହୋଇଥିବାବେଳେ ୨୦ ଜିଲାରେ କମ୍‌ ବର୍ଷିଛି। ବିଶେଷକରି ମୌସୁମୀ ସକ୍ରିୟ ହେବା ପରେ ଓଡ଼ିଶାରେ ଲଘୁଚାପ ପ୍ରଭାବରେ ବର୍ଷା ହୁଏ। ଚଳିତବର୍ଷ ବର୍ତ୍ତମାନ ସୁଦ୍ଧା ୪ଟି ଲଘୁଚାପ ସୃଷ୍ଟି ହୋଇଥିଲେ ମଧ୍ୟ ଗୋଟିଏ ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ରହିଥିଲା। ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ଏଭଳି ସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ସେପଟେ ସମ୍ଭାବ୍ୟ ମରୁଡ଼ି ସ୍ଥିତି ନେଇ ସରକାର ସଜାଗ ଅଛନ୍ତି ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି କହିଛନ୍ତି। ଏବେ ବି ବର୍ଷା ହେବାର ସମୟ ଅଛି। ଜିଲାପାଳମାନେ ପ୍ରାକୃତିକ ବିପର୍ଯ୍ୟୟ କମିଟିକୁ ଦୈନିକ ବର୍ଷାର ରିପୋର୍ଟ ଦିଅନ୍ତି। ସେହି ରିପୋର୍ଟକୁ ଆଧାର କରି ସରକାର କୃଷକଙ୍କ ମଙ୍ଗଳ ପାଇଁ ପଦକ୍ଷେପ ନିଅନ୍ତି। ସରକାର ସବୁ ସମୟରେ ଚାଷୀଙ୍କ ସହ ଅଛନ୍ତି ବୋଲି ରାଜସ୍ବ ମନ୍ତ୍ରୀ କହିଛନ୍ତି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଜୁନ୍‌ ୧ରୁ ଅଗଷ୍ଟ ୯ ମଧ୍ୟରେ ଓଡ଼ିଶାରେ ସମୁଦାୟ ବୃଷ୍ଟିପାତ ୪୮୪.୮ ମି.ମି. ରେକର୍ଡ ହୋଇଛି, ଯାହା ସ୍ବାଭାବିକ ବର୍ଷା ୬୭୭.୭ ମି.ମି. ତୁଳନାରେ ୨୮%ରୁ କମ୍‌। ଭଦ୍ରକ, ଯାଜପୁର, ଗଜପତି ଓ ବଲାଙ୍ଗୀର ଆଦି ୪ ଜିଲା ସର୍ବାଧିକ ପ୍ରଭାବିତ ହୋଇଛି। ଏସବୁ ଜିଲାରେ ୪୦% କିମ୍ବା ତା’ଠାରୁ ଅଧିକ ଅଭାବୀ ବର୍ଷା ଦେଖାଯାଇଛି। ତେବେ ଅଗଷ୍ଟରେ ମୌସୁମୀ ଦୁର୍ବଳ ରହିଛି। ଫଳରେ ଗତ ୧ରୁ ୯ ତାରିଖ ମଧ୍ୟରେ ୭୫% ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ବାଭାବିକ ବର୍ଷା ୧୧୫.୪ ମି.ମି.ଠାରୁ ୨୮.୫ ମି.ମି. ରହିଛି। ସୋମବାର ଭୁବନେଶ୍ୱରରେ ସର୍ବାଧିକ ୨୨.୭ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ କଟକ, ଝାରସୁଗୁଡ଼ା, ବାରିପଦାରେ ମଧ୍ୟ ବର୍ଷା ହୋଇଛି। କିନ୍ତୁ ଆସନ୍ତା ୫ରୁ ୬ଦିନ ମଧ୍ୟ କମ୍‌ ବର୍ଷା ହେବ ଓ କିଛି ଜିଲାରେ ବିଜୁଳି ଘଡ଼ଘଡ଼ି ପ୍ରଭାବରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?