ସ୍ବଳ୍ପ ବୃଷ୍ଟିପାତ ଯୋଗୁ ମରୁଡ଼ି ପରିସ୍ଥିତି: ଗ୍ରାମବାସୀଙ୍କ ପୂଜାର୍ଚ୍ଚନା

କୋକସରା,୧୦।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଚଳିତ ବର୍ଷ କଳାହାଣ୍ଡି ଜିଲା କୋକସରା ବ୍ଲକର ୨୨ଟି ପଞ୍ଚାୟତରେ ସମ୍ଭାବ୍ୟ ମରୁଡ଼ି ପରିସ୍ଥିତି ଉପୁଜିଛି। ଏନେଇ ଚାଷୀ ନିରାଶ ହୋଇପଡ଼ିଛନ୍ତି। ଏଭଳିସ୍ଥିତିରେ ଗମ୍ଭାରୀଗୁଡ଼ା ପଞ୍ଚାୟତ ବଙ୍ଗୋମୁଣ୍ଡା ଗାଁର ଚାଷୀମାନେ ବର୍ଷା ପାଇଁ ଇନ୍ଦ୍ର ଦେବତାଙ୍କ ସହ ଗ୍ରାମ ଦେବଦେବୀଙ୍କୁ ପୂଜାର୍ଚ୍ଚନା କରି ଶରଣାପନ୍ନ ହୋଇଛନ୍ତି।

ବଙ୍ଗୋମୁଣ୍ଡା ଗ୍ରାମର ଗୌନ୍ତିଆ ଡବଲ ମାଝୀ, ଗ୍ରାମ୍ୟ ପୂଜକ ହର ପ୍ରସାଦ ପୂଝାରି, ପୁରୁଷୋତ୍ତମ ନାଏକଙ୍କ ସହ ଚାଷୀମାନେ ଗାଁରେ ଏକ ବୈଠକ କରି ବର୍ଷା ପାଇଁ ଗ୍ରାମ ଦେବଦେବୀଙ୍କୁ ପୂଜା କରିବାକୁ ନିଷ୍ପତ୍ତି ନେଇଥିଲେ। ଏନେଇ ଶନିବାର ସାରୁ ଗାଁ ମୁଣ୍ଡରେ ଥିବା ଦେବୀଙ୍କ ପୀଠରେ ଗ୍ରାମବାସୀ ପୂଜାର୍ଚ୍ଚନା ଆରମ୍ଭ କରିଛନ୍ତି। ଗ୍ରାମ ଦେବୀ ମା’ ବସ୍ତରେନ ମାଉଳି, ମା’ ମାନପୁରିଆଣି, ମା ଠାକୁରାଣୀ, ହରିବୋଲ ଭିମା, ଜଙ୍ଗଲିଆ ଭିମା, ମା ଛୋଟି ଗଡ଼ିଆଣି, ମା ପୋଏରେନ ଦେବୀଙ୍କ ଲାଠି ଆସି ଗ୍ରାମର ମାଟି ଘର ନିକଟରେ ଏକତ୍ରିତ ହୋଇଥିଲେ। ପରେ ଗାଁ ପୂଝାରୀ ଦେବଦେବୀଙ୍କ ଲାଠକୁ ସ୍ବାଭଗତ କରି ରୀତିନୀତି ଅନୁସାରେ ପୂଜାର୍ଚ୍ଚନା ଆରମ୍ଭ କରିଥିଲେ। ପରବର୍ତ୍ତୀ ସମୟରେ ଦେବାଦେବୀଙ୍କ କାଲିଶି ଲାଗିଥିଲା। ଗ୍ରାମବାସୀଙ୍କ ବିଶ୍ୱାସ ଯେ, ଇନ୍ଦ୍ର ଦେବତାଙ୍କ ସହ ଗ୍ରାମ ଦେବଦେବୀଙ୍କୁ ପୂଜାର୍ଚ୍ଚନା କରି ସନ୍ତୁଷ୍ଟ କଲେ ଭଲ ବର୍ଷା ହେବ। ଏନେଇ ଶନିବାରଠାରୁ ପୂଜା ଆରମ୍ଭ ହୋଇଥିବା ବେଳେ ରବିବାର ମଧ୍ୟାହ୍ନରେ ଗାଁରେ ବର୍ଷା ହୋଇଛି। ପୂଜାର୍ଚ୍ଚନା ମଙ୍ଗଳବାର ପର୍ଯ୍ୟନ୍ତ ଚାଲିବ ବୋଲି କମିଟି ପକ୍ଷରୁ କୁହାଯାଇଛି। ବଙ୍ଗୋମୁଣ୍ଡାର ମଧୁସୂଦନ ବାଗ, ନାଥ ପୂଝାରୀ, ବିଶ୍ୱମ୍ବର ଦଳପତି, ଜଗନ୍ନାଥ ଦଳପତି, ସହଦେବ ପୂଝାରୀ ଗ୍ରାମବାସୀ ଦେବରାଜ ଦଳପତି, ଦୁର୍ଯ୍ୟୋଧନ ପୂଝାରୀ, ଘାସିରାମ ପୂଝାରୀ, ଝଯାଙ୍ଗ ଦଳପତି, ଦିବାକର ମାଝୀ ପ୍ରମୁଖ ସହଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍‌ରେ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

CMOରୁ ଫାଇଲ ଗାୟବ ଘଟଣା: ବଡ଼ ବୟାନ ଦେଲେ କ୍ରାଇମବ୍ରାଞ୍ଚ ଡିଜି, ହାଜର ହେବେ…

ଭୁବନେଶ୍ୱର,୪।୮: CMOରୁ ନାଇଡୁ କମିଶନ ଫାଇଲ ଗାୟବ ମାମଲାରେ କ୍ରାଇମବ୍ରାଞ୍ଚ ଡିଜି ମଙ୍ଗଳବାର ଗଣମାଧ୍ୟମକୁ ଏକ ବଡ଼ ବୟାନ ଦେଇଛନ୍ତି। ମାମଲାର ତଦନ୍ତ ଟେକ୍ନିକାଲ ଉପାୟରେ କରାଯାଉଛି।…

ଶ୍ରୀଲଙ୍କା ଟେଷ୍ଟ ପୂର୍ବରୁ BCCIର ବଡ଼ ଘୋଷଣା, ଟିମ ଇଣ୍ଡିଆକୁ ଆସିଲେ ଆଉ ୨ ଖେଳାଳି

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ୧୫ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆରେ ଲଗାତାର ପରିବର୍ତ୍ତନ ହେଉଛି। ଜସପ୍ରୀତ ବୁମ୍‌ରାଙ୍କ…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

E20 ପେଟ୍ରୋଲକୁ ନେଇ ଦିଲ୍ଲୀରେ ତେଜିଲା ରାଜନୀତି! ପିଏମ ଆବାସ ଅଭିମୁଖେ ଯାଉଥିବାବେଳେ କେଜ୍‌ରିୱାଲଙ୍କୁ…

ନୂଆଦିଲ୍ଲୀ,୪।୮: ଆମ ଆଦମୀ ପାର୍ଟି (AAP)ର ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ମାର୍ଚ୍ଚ ପାଇଁ ବାହାରିଛନ୍ତି। ତାଙ୍କ ସହ ଏଏପିର ନେତା ଓ କର୍ମୀମାନେ…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri