ପ୍ରାକୃତିକ ନୁହେଁ, ମନୁଷ୍ୟକୃତ ମରୁଡ଼ି: ଧାନଚାଷ ଉଜୁଡିଯିବା ଘଟଣାରେ…

ନୂଆପଡ଼ା,୬ା୫ (ମକାରୁ ବେମାଲ):ନୂଆପଡ଼ା ଜିଲାର ଜୀବନରେଖା କୁହାଯାଉଥିବା ପତୋରା ଅପରଜୋଙ୍କ ଜଳସେଚନ ପ୍ରକଳ୍ପରେ ପାଣି ଶୁଖି ଧାନଚାଷ ଉଜୁଡିଯିବା ଘଟଣାକୁ ନେଇ ମଙ୍ଗଳବାର ବିଜେଡିର ରାଜ୍ୟସ୍ତରୀୟ ଦଳ କ୍ଷେତ୍ର ପରିଦର୍ଶନ କରିଛି। ବିଜେଡି ରାଜ୍ୟ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶକ୍ରମେ ଜିଲା ସଭାପତି ଅବନୀ ରଞ୍ଜନ ଯୋଶୀଙ୍କ ତତ୍ତ୍ୱାବଧାନରେ ରାଜ୍ୟ ସଭାନେତ୍ରୀ ସ୍ନେହାଙ୍ଗୀନି ଛୁରିଆ, ଖଡିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ, ପଦ୍ମପୁର ବିଧାୟିକା ବର୍ଷାସିଂ ବରିହା, ପାଟଣାଗଡ଼ ପୂର୍ବତନ ବିଧାୟକ ସରୋଜ ମେହେର, ନୂଆପଡା ଜିଲା ପରିଷଦ ଅଧ୍ୟକ୍ଷା ଡଲି ମାଝି, ଉପାଧ୍ୟକ୍ଷା ଦୀପିକା ଦୀପ, ଜିଲା ପରିଷଦ ଭାନୁ ପ୍ରତାପ ସିଂ ମାଝି ପ୍ରମୁଖ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରି ଚାଷୀଙ୍କ ସମସ୍ୟା ବୁଝିଥିଲେ। ପ୍ରଥମେ ସାରାବଙ୍ଗ ପଞ୍ଚାୟତ ପଣ୍ଡରିପାଣି ଗଁାକୁ ଯାଇ ବଲ୍ଲୁ ମାଝିଙ୍କ ଧାନ ଚାଷ ମରି ଯାଇଥିବା ଦେଖିଥିଲେ। ପରେ ପତୋରା ଡ୍ୟାମ ପାଣିରେ ଚାଷ ହେଉଥିବା ୯ ପଞ୍ଚାୟତର ବିଭିନ୍ନ ଗଁାକୁ ଯାଇ ମରି ଯାଇଥିବା ଚାଷ ସବୁ ଦେଖିଥିଲେ। ପତୋରା ଜଳସେଚନ ପ୍ରକଳ୍ପ ପରିଦର୍ଶନ କରି ନୂଆପଡା ଫେରି ଆସିଥିଲେ। ସର୍କିଟ ହାଉସଠାରେ ଏକ ଖବରଦାତା ସମ୍ମିଳନୀରେ ରାଜ୍ୟ ସଭାନେତ୍ରୀ ଛୁରିଆ କହିଲେ, ବିଜେଡି ଶାସନର ୨୪ ବର୍ଷ ମଧ୍ୟରେ ଏପରି କୃତ୍ରିମ ମରୁଡି ଦେଖା ଦେଇ ନ ଥିଲା। ୨୦ ପାଣି ପଞ୍ଚାୟତର ୬ ହଜାର ଚାଷୀ ଉପକୃତ ହେଉଥିଲେ। ଏହା ପ୍ରାକୃତିକ ନୁହେଁ, ମନୁଷ୍ୟକୃତ ମରୁଡି। ଏଥିରେ ଜିଲା ପ୍ରଶାସନ ଓ ବିଭାଗୀୟ ଅଧିକାରୀ ହିଁ ଦାୟୀ ବୋଲି କହିଥିଲେ। ଏହାପରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଜିଲାପାଳ ମଧୁସୂଦନ ଦାଶଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ଏହି ସମୟରେ ଦଳ ପକ୍ଷରୁ ଜିଲାପାଳଙ୍କୁ ବିଭିନ୍ନ ପ୍ରଶ୍ନ କରାଯାଇଥିଲେ ମଧ୍ୟ ସନ୍ତୋଷଜନକ ଉତ୍ତର ନ ମିଳିବାରୁ କ୍ଷୋଭ ପ୍ରକାଶ କରିଥିଲେ। ଜିଲାସ୍ତରୀୟ ଜଳ ପରିଚାଳନା କମିଟି ବୈଠକରେ ଚଳିତ ରବିଋତୁରେ ୧୯୫୧.୭ ହେକ୍ଟର ଜମିରେ ୫୦% ଧାନ ଓ ୫୦% ଅଣଧାନ କରିବା ପାଇଁ ନିଷ୍ପତ୍ତି ହୋଇଥିଲା। କିନ୍ତୁ ଅଣଧାନ ଚାଷ ନ କରି ୧୦୦% ଧାନ ଚାଷ କରିଛନ୍ତି ା ଏଠାରେ ଚାଷୀ ଅଭିଯୋଗ କରୁଛନ୍ତି ଯେ, ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ସହ କିଛି କୁଜିନେତା ସଲାସୁତରା କରି ଧାର୍ଯ୍ୟଠାରୁ ଅଧିକ ୨ ହଜାର ହେକ୍ଟର ଜମିରେ ଚାଷ କରିଛନ୍ତି। ସେଥିପାଇଁ ପ୍ରକଳ୍ପ ପାଣି ଶୁଖିଯାଇ କୃତ୍ରିମ ମରୁଡି ଦେଖାଦେଇଛି। ଫଳରେ ଚାଷୀଙ୍କ ବଡ କ୍ଷତି ହୋଇଛି। ଦୁଇଦିନ ଭିତରେ କ୍ଷୟକ୍ଷତି ଆକଳନ କରି କ୍ଷତିପୂରଣ ଦେବା ପାଇଁ ବିଜେଡି ଦାବି କରିଛି। ଜିଲାସ୍ତରୀୟ ଅଧିକାରୀଙ୍କୁ ନେଇ ଏକ କମିଟି ଗଠନ କରି ଶୀଘ୍ର ତଦନ୍ତ କରାଯାଇ ରିପୋର୍ଟ ପ୍ରଦାନ କରାଯିବ ବୋଲି ଜିଲାପାଳ କହିଛନ୍ତି ା ଜିଲା ପ୍ରଶାସନ ଓ ବିଭାଗୀୟ ଅଧିକାରୀଙ୍କ ଅପାରଗତାକୁ ନେଇ ଆସନ୍ତା ୮ରେ ଜିଲାପାଳ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ବିଜେଡି ଚେତାବନୀ ଦେଇଛି ା

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri