ଆଫ୍ରିକାରେ ମରୁଡି ଆଶଙ୍କା! ଫସଲ ଜଳିଯିବା ସହ ହେଲାଣି ଅନେକ ପଶୁଙ୍କ ମୃତ୍ୟୁ

ଆଫ୍ରିକା,୧୦।୬: ବିଶ୍ୱତ୍ତାପନ ଯୋଗୁଁ ବିଭିନ୍ନ ପ୍ରକାର ଜଳବାୟୁ ପରିବର୍ତ୍ତନ ସଙ୍କଟ ଘନେଇବାରେ ଲାଗିଛି। ଜଳବାୟୁ ପରିବର୍ତ୍ତନ ହେତୁ ପୂର୍ବ ଆଫ୍ରିକାରେ ମରୁଡ଼ି ଆଶଙ୍କା ୧୦୦% ବୃଦ୍ଧି ପାଇଛି। ଏନେଇ ଓ୍ବାଲର୍‌ଡ ଓ୍ବେଦର୍‌ ଆଟ୍ରିବ୍ୟୁସନ(ଡବ୍ଲୁଡବ୍ଲୁଏ)ରେ ଏକ ରିପୋର୍ଟରେ ପ୍ରକାଶ ପାଇଛି। ନ୍ୟୁୟର୍କ ଟାଇମ୍ସର ରିପୋର୍ଟରେ କହିଛି, ଅଢେଇ ବର୍ଷ ଧରି ଆଫ୍ରିକାରେ ହାରାହାରି ଠାରୁ କମ୍‌ ବର୍ଷା ହୋଇଛି। ଏଠାର ଜଳବାୟୁ ଦୀର୍ଘଦିନ ଧରି ଉତ୍ତପ୍ତ ରହିଛି। ଏହି କାରଣରୁ ବହୁ ଫସଲ ଶୁଖିଯାଇଛି ଏବଂ ଜଳିଯାଇଛି। ଅନେକ ପଶୁଙ୍କର ମଧ୍ୟ ମୃତ୍ୟୁ ହୋଇଛି ବୋଲି ଡବ୍ଲୁଡବ୍ଲୁଏ ଦର୍ଶାଇଛି।

ଜଳବାୟୁ ପରିବର୍ତ୍ତନ ପୂର୍ବ ଆଫ୍ରିକା (ହର୍ନ ଅଫ୍‌ ଆଫ୍ରିକାର)କୁ ଦୁର୍ଭିକ୍ଷକୁ ଡାକି ଆଣିଛି। ଏହି ଅଞ୍ଚଳର ଜିବୁଟି, ଇରିଟ୍ରିଆ, ଇଥିଓପିଆ ଏବଂ ସୋମାଲିଆ ଭଳି ଦେଶରେ ହଜାର ହଜାର ଲୋକ ଅନାହାର ଏବଂ ଜଳ ଅଭାବର ଶିକାର ହୋଇଛନ୍ତି।

ସୋମାଲିଆରେ ଗୃହଯୁଦ୍ଧ ଚାଲିଛି। ଯୁଦ୍ଧ ହେତୁ ସେଠାକାର ଅବସ୍ଥା ଖରାପ ଥିଲା, କିନ୍ତୁ ମରୁଡ଼ି ପରିସ୍ଥିତି ଏହାକୁ ଆହୁରି ଖରାପ କରିଦେଇଛି। ନ୍ୟୁୟର୍କ ଟାଇମ୍ସ ରିପୋର୍ଟ ଅନୁଯାୟୀ, ୨୦୨୨ମସିହା ହୋଇଥିବା ମରୁଡ଼ି ଯୋଗୁ ୪୩ହଜାରରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଏଥିମଧ୍ୟରୁ ଅଧିକାଂଶ ୫ବର୍ଷରୁ କମ୍‌ ପିଲା ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ…

ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ…

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri