ପୁଣି ବୁଡ଼ାଇବ: ସତର୍କ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ବର୍ଷାଦିନ ଚାଲିଯିବା ପରେ ଗୋଟିଏ ପରେ ଗୋଟିଏ ଲଘୁଚାପ ରାଜ୍ୟକୁ ଭିଜେଇ ଚାଲିଛି। ସୋମବାର ସନ୍ଧ୍ୟା ସୁଦ୍ଧା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା ହେବ। କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏପରି କି ଲଘୁଚାପ ଯୋଗୁ ଦକ୍ଷିଣ ଓଡ଼ିଶାର କେତେକ ନଦୀରେ ବନ୍ୟା ଆଶଙ୍କା ରହିଛି। ଖାଲୁଆ ଅଞ୍ଚଳ ଜଳମଗ୍ନ ହେବା ସହ ଭୂସ୍ଖଳନର ଚେତାବନୀ ଦିଆଯାଇଛି। ଲଘୁଚାପଜନିତ ବର୍ଷା ଉପରେ ନଜର ରଖିବା ସହ ପରିସ୍ଥିତିକୁ ମୁକାବିଲା କରିବାକୁ ସମସ୍ତ ପଦକ୍ଷେପ ନେବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଲଘୁଚାପ ଯୋଗୁ ୧୯ ତାରିଖ ରାତିରୁ ୨୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଲାଗିରହିବ।
ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ୧୯ ତାରିଖ ରାତିରୁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୦ ତାରିଖରେ ଗଞ୍ଜାମ ଓ ଗଜପତି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି।

ଏଥିସହିତ ମାଲକାନଗିରି, କୋରାପୁଟ, ରାୟଗଡ଼ା ଏବଂ ପୁରୀରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୧ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାରେ ପ୍ରବଳ ବର୍ଷା ହେବ। ସେହିପରି ୨୨ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ ଓ ଗଜପତି ବାଲେଶ୍ୱର, ଭଦ୍ରକ ଏବଂ କେନ୍ଦ୍ରାପଡ଼ା ଜିଲାର କେକେତ ସ୍ଥାନରେ ପ୍ରବଳ ବର୍ଷା ହେବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସମୁଦ୍ର ଉପକୂଳରେ ଘଣ୍ଟାକୁ ୪୦ରୁ ୫୦ କି.ମି. ବେଗରେ ପବନ ବହିବ। ଆସନ୍ତା ୨୨ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, ଢେଙ୍କନାଳ, ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ା ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଲଗାତର ଲଘୁଚାପ ଯୋଗୁ ମୌସୁମୀ ପ୍ରତ୍ୟାବର୍ତ୍ତନରେ ବିଳମ୍ବ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ତାଣ୍ଡବ ରଚିଲା ବର୍ଷା! ରାଜଧାନୀରେ ଭୁଶୁଡ଼ିଲା କୋଠା; ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୬।୯: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ପ୍ରବଳ ବର୍ଷା ଯୋଗୁ ତାଣ୍ଡବ ସୃଷ୍ଟି ହୋଇଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ରବିବାର ହଠାତ ଏକ କୋଠା…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri