ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ: ୩ଲକ୍ଷ ଶ୍ରଦ୍ଧାଳୁ

କୋଣାର୍କ,୨୯।୧(ଡି.ଏନ୍‌.ଏ.): ବିଶ୍ବ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଣାର୍କ ସନ୍ନିକଟ ପୁରାଣ ବର୍ଣ୍ଣିତ ଚନ୍ଦ୍ରଭାଗାରେ ଶନିବାର ମାଘସପ୍ତମୀ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଚନ୍ଦ୍ରଭାଗା ତୀର୍ଥରେ ଭୋରରୁ ପ୍ରାୟ ୩ଲକ୍ଷରୁ ଊଦ୍ଧର୍‌ବ ଶ୍ରଦ୍ଧାଳୁ ମାଘ ବୁଡ଼ ପକାଇବା ସହ ବେଳାଭୂମି ମହୋଦଧି ତଟରେ ସୂର୍ଯ୍ୟ ଦର୍ଶନ କରି ପୂଜାର୍ଚ୍ଚନା କରିଛନ୍ତି। ଖବର ଅନୁଯାୟୀ, କୋଣାର୍କ ଏନ୍‌ଏସି ଅଧୀନ ମାଧିପୁର ଗ୍ରାମର ବାବା ତ୍ରିବେଣୀଶ୍ବର, ସନ୍ଥପୁର ଗ୍ରାମର ବାବା ଈଶାଣେଶ୍ୱର ଓ କୁରୁଜଙ୍ଗ ଗ୍ରାମର ବାବା ଦକ୍ଷିଣେଶ୍ବର ମହାଦେବ ପ୍ରମୁଖ ତ୍ରିଶମ୍ଭୁ ନିଜ ନିଜର ପୀଠରୁ ଶୁକ୍ରବାର ରାତିରେ ସୁଶୋଭିତ ବିମାନରେ ବିଜେ କରି ଉଜ୍ଜ୍ୱଳ ଆଲୋକମାଳା, ଆଧ୍ୟାତ୍ମିକ କାର୍ଯ୍ୟକ୍ରମ, ଘଣ୍ଟ ଓ ମର୍ଦ୍ଦଳର ତାଳେ ତାଳେ ଶୋଭାଯାତ୍ରାରେ ବାହାରି ଏନ୍‌ଏସି ଭୋଗ ମଣ୍ଡପରେ ରାତି ୧୨ଟା ୫୦ରେ ପହଞ୍ଚତ୍ଥିଲେ। ସେଠାରେ ଧାର୍ମିକ ରୀତିନୀତି ଅନୁଯାୟୀ ତ୍ରିଶମ୍ଭୁଙ୍କ ପୂଜାର୍ଚ୍ଚନା ସହ ଭୋଗ ଲାଗି କରାଯାଇଥିଲା। ପରେ ତ୍ରିଶମ୍ଭୁ ପୁଣି ଯାତ୍ରାରେ ବାହାରି କୋଣାର୍କସ୍ଥିତ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଓ କୋଣାର୍କ ପୂର୍ତ୍ତ ବିଭାଗ ଡାକବଙ୍ଗଳାରେ ପହଞ୍ଚତ୍ଥିଲେ। ସେଠାରେ ତ୍ରିଶମ୍ଭୁଙ୍କ ପୂଜାର୍ଚ୍ଚନା ଓ ଭୋଗ ଲାଗି କାର୍ଯ୍ୟ ସମ୍ପାଦିତ ହୋଇଥିଲା। ଏହାପରେ ବାବା ତ୍ରିବେଣୀଶ୍ବର, ବାବା ଈଶାଣେଶ୍ୱର ଓ ବାବା ଦକ୍ଷିଣେଶ୍ବର ମହାଦେବଙ୍କୁ ସେବାୟତମାନେ ଉଜ୍ଜ୍ୱଳ ଆଲୋକମାଳା ଓ ବିରାଟ ପଟୁଆରରେ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀ ଅଭିମୁଖେ ଯାତ୍ରା କରିଥିଲେ। ସେଠାରେ ରାତି ୩ଟା ୫୦ରେ ତ୍ରିଶମ୍ଭୁ ମହୋଦଧି ପ୍ରଦକ୍ଷିଣ କରିବା ପରେ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀ ସ୍ନାନମଣ୍ଡପରେ ଅବସ୍ଥାନ କରିଥିଲେ। ତ୍ରିଶମ୍ଭୁଙ୍କ ପୂଜକମାନେ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରୁ ପବିତ୍ର ଜଳ ଆଣିବା ପରେ ବାବା ତ୍ରିବେଣୀଶ୍ବର, ବାବା ଈଶାଣେଶ୍ୱର ଓ ବାବା ଦକ୍ଷିଣେଶ୍ବର ମହାଦେବଙ୍କୁ ତୀର୍ଥ ପୁଷ୍କରିଣୀ ସ୍ନାନ ମଣ୍ଡପରେ ପରମ୍ପରା ଅନୁଯାୟୀ ମାଘ ସ୍ନାନ, ପୂଜାର୍ଚ୍ଚନା, ହୋମଯଜ୍ଞ ଓ ଭୋଗ ଲାଗି ଆଦି କାର୍ଯ୍ୟ ସମ୍ପାଦନ କରାଯାଇଥିଲା। ପରେ ତ୍ରିଶମ୍ଭୁଙ୍କ ମହାସ୍ନାନ ବିଧି ସମ୍ପନ୍ନ ହେବାପରେ ଅଭିମନ୍ତ୍ରିତ ଜଳକୁ ତିନିଠାକୁର ପୂଜକମାନେ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ପକାଇଥିଲେ। ଏହାପରେ ସାଧୁସନ୍ଥଙ୍କ ଦ୍ବାରା ବିଭିନ୍ନ କାର୍ଯ୍ୟକ୍ରମ ହୋଇଥିଲା।
ଜିଲା ପ୍ରଶାସନ ପକ୍ଷରୁ ପୂର୍ବ ନିର୍ଦ୍ଧାରିତ ସମୟ ରାତି ୪ଟା ୪୧ରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଲକ୍ଷାଧିକ ଶ୍ରଦ୍ଧାଳୁ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମାଘସପ୍ତମୀ ଉପଲକ୍ଷେ ବୁଡ଼ ପକାଇଥିଲେ। ଜିଲାପାଳ ସମର୍ଥ ବର୍ମାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅତିରିକ୍ତ ଜିଲାପାଳ(ପ୍ରଶାସନ) ପ୍ରଦୀପ ସାହୁ, ଉପଜିଲାପାଳ ଭବତାରଣ ସାହୁ, ଗୋପ ତହସିଲଦାର ତଥା କୋଣାର୍କ ଏନଏସି ନିର୍ବାହୀ ଅଧିକାରୀ ଏସ୍‌.କେ. ସାଗିର, ଗୋପ ଅତିରିକ୍ତ ତହସିଲଦାର ଶରତ ଚନ୍ଦ୍ର ପରିଡା, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସନ୍ତୋଷ ସେଠୀ, ଜିଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରାଙ୍କ ଉପସ୍ଥିତିରେ ତ୍ରିଶମ୍ଭୁଙ୍କ ପୂଜାର୍ଚ୍ଚନା ଓ ସ୍ନାନ କାର୍ଯ୍ୟ ସମ୍ପାଦିତ ହୋଇଥିଲା। ଏସ୍‌ପି କେ. ବିଶାଲ ସିଂଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅତିରିକ୍ତ ଏସ୍‌ପି ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ନିମାପଡା ଏସ୍‌ଡିପିଓ ଦେବାଶିଷ ମିଶ୍ର ଓ କୋଣାର୍କ ଥାନାଧିକାରୀ ରଞ୍ଜନ କୁମାର ମଲ୍ଲିକଙ୍କ ସମେତ ୩୦ ପ୍ଲାଟୁନ ପୋଲିସ ଫୋର୍ସ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ବୁଡ଼, ଟ୍ରାଫିକ ନିୟନ୍ତ୍ରଣ, ଶୃଙ୍ଖଳିତ ବ୍ୟାରିକେଡ ବ୍ୟବସ୍ଥା ଓ ପାର୍କିଂ ବ୍ୟବସ୍ଥା ସୁଚାରୁରୂପେ ସମ୍ପାଦିତ ହୋଇଥିଲା। ମେଳା ଅବସରରେ ମେଳାପଡ଼ିଆରେ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ, ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ହଜିଲା ଖୋଜିଲା ମଞ୍ଚ, ୩୦୦ଜଣ ସ୍ବେଚ୍ଛାସେବୀ ମୁତୟନ କରାଯାଇଥିଲା। ଅନ୍ୟପଟେ ପାନୀୟଜଳ ଯୋଗାଣ ନିମନ୍ତେ ଓ୍ବାଟକୋ ପକ୍ଷରୁ ୬୦ଟି ନଳକୂପ ଖନନ, କୋଣାର୍କ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ୧୦୦ଟି ଅସ୍ଥାୟୀ ଶୌଚାଳୟ ଓ ଟ୍ୟାଙ୍କର ରଖାଯାଇଥିଲା। ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁ ବୁଡ଼ ପକାଇବା ପରେ ଭଗବାନ ସୂର୍ଯ୍ୟ ନାରାୟଣଙ୍କ ଦର୍ଶନ ସହ ମହୋଦଧି କୂଳରେ ସୂର୍ଯ୍ୟ ନାରାୟଣଙ୍କ ପୂଜାର୍ଚ୍ଚନା କରିଥିଲେ। ଅପରପକ୍ଷେ ମାଘସପ୍ତମୀ ଅବସରରେ ସୂର୍ଯ୍ୟମନ୍ଦିର ପ୍ରବେଶ ଶୁଳ୍କ ଛାଡ ଥିବାରୁ ଶ୍ରଦ୍ଧାଳୁମାନେ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିବା ସହ ଗ୍ରହ ଶାନ୍ତି ନିମନ୍ତେ ନବଗ୍ରହ ମନ୍ଦିରରେ ପୂଜାର୍ଚ୍ଚନା ଓ ହୋମଯଜ୍ଞ ଆଦି କାର୍ଯ୍ୟ ସମ୍ପାଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri