ସୁବର୍ଣ୍ଣରେଖାରେ ଗାଧୋଇବା ବେଳେ ବୁଡିଗଲେ

ଜଳେଶ୍ୱର/ରାଇବଣିଆ,୩୧ା୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଲକ୍ଷ୍ମଣନାଥ ପଞ୍ଚାୟତ ବିରିଶପୁର ଗାଁର ଚନ୍ଦନ ଦାସ(୨୨) ନାମକ ଜଣେ ଯୁବକ ସୁବର୍ଣ୍ଣରେଖା ନଦୀରେ ଗାଧୋଇବାକୁ ଯାଇ ପାଣିରେ ବୁଡିଯାଇଛନ୍ତି। ଖୋଜାଖୋଜି କରାଯାଇଥିଲେ ମଧ୍ୟ ତାଙ୍କ ପତ୍ତା ମିଳିନାହିଁ ।
ବନବିହାରୀଙ୍କ ଏକମାତ୍ର ପୁଅ ଚନ୍ଦନ ଗାଁର ହରିଶ କରଙ୍କ ସହ ସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇଥିଲେ ା ନଦୀରେ ଅଳ୍ପ ପାଣିଥିବା ଜାଣି ସେମାନେ ପହଁରିଥିଲେ। ହେଲେ ଚନ୍ଦନ ପହଁରି ନ ପାରି ବୁଡିଯାଇଥିଲେ। ହରିଶ ଗାଁକୁ ଫେରିଆସି ସରପଞ୍ଚ ରଞ୍ଜନ ମହାନ୍ତିଙ୍କୁ ଖବର ଦେଇଥିଲେ। ଗାଁରୁ ବହୁ ବ୍ୟକ୍ତି ନଦୀରେ ନୌକା ଧରି ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନ ଥିଲେ ା ଶେଷରେ ଜଳେଶ୍ୱର ଦମକଳ ବାହିନୀ ପହଞ୍ଚି ସନ୍ଧ୍ୟା ପର୍ଯ୍ୟନ୍ତ ନଦୀର ବିଭିନ୍ନ ଜାଗାରେ ଖୋଜାଖୋଜି କରିଥିଲେ ମଧ୍ୟ ନିଖୋଜଙ୍କ ସନ୍ଧାନ ପାଇପାରି ନ ଥିଲେ। ଓଡ୍ରାଫ ଟିମ୍‌କୁ ଖବର ଦିଆଯାଇଥିଲା। ପୁଅକୁ ନ ପାଇ ପରିବାର ଲୋକେ ଦୁଃଖରେ ଭାଙ୍ଗିପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା…

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri