ଔଷଧ ଡିପୋ, ହସ୍ପିଟାଲରେ ଚଢ଼ାଉ

ଭୁବନେଶ୍ୱର, (ବ୍ୟୁରୋ)/କଟକ ଅଫିସ, ୨୧।୪: କୋଭିଡ ମହାମାରୀ ସମୟରେ ଔଷଧ ଓ ଚିକିତ୍ସା ଉପକରଣ ବେଆଇନ ଭାବେ ଗଚ୍ଛିତ ଓ କଳାବଜାର ରୋକିବା ନେଇ ଗଠିତ ଫ୍ଲାଇଂ ସ୍କ୍ବାଡ୍‌ ପକ୍ଷରୁ ଚଢାଉ ଆରମ୍ଭ ହୋଇଛି। ମଙ୍ଗଳବାର ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱରର ବିଭିନ୍ନ ଔଷଧ ଡିପୋ, ଡାକ୍ତରଖାନାରେ ଚଢ଼ାଉ କରାଯାଇଛି। କଟକର କାଠଗଡ଼ାସାହି, ଭାଣପୁର, ପ୍ରତାପନଗରୀ ଏବଂ ଭୁବନେଶ୍ୱରର ପାହାଳ ଓ ୟୁନିଟ୍‌-୩ ସ୍ଥିତ ଔଷଧ ଡିପୋରେ ଚଢାଉ କରାଯାଇଛି। ଏଥିସହିତ କଳିଙ୍ଗ ହସ୍ପିଟାଲରେ ସ୍କ୍ବାଡ୍‌ ପହଞ୍ଚି ଔଷଧ ଗଚ୍ଛିତ ସମ୍ପର୍କରେ ଯାଞ୍ଚ କରିଛି। ଡିପୋର ସମସ୍ତ ରେକର୍ଡ ଅନୁଧ୍ୟାନ କରିବା ସହ ବିଭିନ୍ନ ହସ୍ପିଟାଲ ଏବଂ ଅନ୍ୟାନ୍ୟ ସଂସ୍ଥାକୁ ବଣ୍ଟନ କରାଯାଉଥିବା ଔଷଧ ଓ ଷ୍ଟକ୍‌ ସମ୍ପର୍କରେ ଯାଞ୍ଚ କରାଯାଇଛି। କୋଭିଡ୍‌-୧୯ ଔଷଧ ବଣ୍ଟନ ବ୍ୟବସ୍ଥା, ଔଷଧ ବିତରକ ଏବଂ ମେଡିିକାଲ ଡିପୋର ସମସ୍ତ ତଥ୍ୟ ସଂକ୍ରାନ୍ତରେ ପ୍ରତିଦିନ ଅପ୍‌ଡେଟ୍‌ କରିବାକୁ ସ୍କ୍ବାଡ୍‌ ନିର୍ଦ୍ଦେଶ ଦେଇଛି। ଏହି ଟିମ୍‌ରେ ଡ୍ରଗ୍ସ ଇନ୍ସପେକ୍ଟର, ସ୍ପେଶାଲ ଟାସ୍କ ଫୋର୍ସ, କ୍ରାଇମବ୍ରାଞ୍ଚର ଅଧିକାରୀ ଏବଂ ସ୍ଥାନୀୟ ପୋଲିସ ସାମିଲ ଥିଲେ।
ରାଜ୍ୟରେ କରୋନା ଔଷଧ ବେଆଇନ ଭାବେ ବିକ୍ରି ହେଉଥିବା ଗୋଇନ୍ଦା ବିଭାଗ ହାତରେ ସୁରାକ ଲାଗିଛି। ଏହାକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଥିଲା। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ୨୨ଟି ରାଜ୍ୟସ୍ତରୀୟ ଫ୍ଲାଇଂସ୍କ୍ବାଡ୍‌ ଗଠନ ହୋଇଛି। କଟକ ଓ ଭୁବନେଶ୍ୱରରେ କଳାବଜାର ରୋକିବାକୁ ୭ଟି ଫ୍ଲାଇଂସ୍କ୍ବାଡ୍‌ ଟିମ୍‌ ଗଠନ କରାଯାଇଥିବାବେଳେ ରାଜ୍ୟର ଅନ୍ୟ ସ୍ଥାନ ପାଇଁ ୧୫ଟି ଟିମ୍‌ ଗଠିତ ହୋଇଛି। ସୋମବାର ଭୁବନେଶ୍ୱର ଡିଜି କ୍ୟାମ୍ପ ଅଫିସରେ କ୍ରାଇମବ୍ରାଞ୍ଚ ଏଡିଜି ଯଶୋବନ୍ତ ଜେଠୱାଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଏଥିରେ ଔଷଧ କଳାବଜାରକୁ ରୋକିବା ପାଇଁ ନିଷ୍ପତ୍ତିି ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri