ନକଲି ଓଷଧ ବିକ୍ରି ମାମଲା: ପରିଚାଳନା ନିର୍ଦ୍ଦେଶକ ଶିବ ଜେନା ଗିରଫ

କଟକ ଅଫିସ,୨୫।୬: ନକଲି କରୋନା ଔଷଧ ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଗୁରୁବାର ଔଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଶିବପ୍ରସନ୍ନ ଜେନାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଧିକ ତଦନ୍ତ ପାଇଁ ଏସ୍‌ଟିଏଫ୍‌ର ଏକାଧିକ ଟିମ୍‌ ଓଡ଼ିଶା, ମହାରାଷ୍ଟ୍ର ଓ ପଶ୍ଚିମବଙ୍ଗରେ ତଦନ୍ତ ଚାଲୁ ରଖିଛନ୍ତି। ବୁଧବାର ଉପରୋକ୍ତ ଔଷଧ ବିତରଣ କମ୍ପାନୀର ନିର୍ଦ୍ଦେଶିକା ଶୁଭଲକ୍ଷ୍ମୀ ଜେନା, ଗୋଦାମ ଇନ୍‌ଚାର୍ଜ ସତ୍ୟପ୍ରକାଶ ମହାନ୍ତି ଓ ମ୍ୟାନେଜର ପ୍ରୀତିରଞ୍ଜନ ପରିଡ଼ାଙ୍କୁ ଏସ୍‌ଟିଏଫ୍‌ ଗିରଫ କରି କୋର୍ଟଚାଲାଣ କରିଥିଲା। ଏଥିସହ ଅଭିଯୁକ୍ତ ଓ କମ୍ପାନୀର ବ୍ୟାଙ୍କ ଆକାଉଣ୍ଟରେ ଥିବା ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାକୁ ଜବତ କରିଛି। ଗିରଫଦାରିକୁ ଏଡ଼ାଇବା ପାଇଁ ଶିବପ୍ରସନ୍ନ ମଙ୍ଗଳବାର ଆଗୁଆ ଜାମିନ୍‌ ପାଇଁ ହାଇକୋର୍ଟରେ ଆବେଦନ କରିଥିଲେ। ସମସ୍ତ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ରିମାଣ୍ଡରେ ଆଣି ଅଧିକ ତଦନ୍ତ କରିବ ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ, ମୁମ୍ବାଇର ମାକ୍ସ ରିଲିଫ୍‌ ହେଲ୍‌ଥ କେୟାର କମ୍ପାନୀ ହିମାଚଳ ପ୍ରଦେଶ ସୋଲାନରେ ଓଷଧ ପ୍ରସ୍ତୁତି କରୁଥିବା ଦର୍ଶାଇ ନକଲି ଓଷଧ ଯୋଗାଣ କରୁଥିଲା। ଏହି କମ୍ପାନୀର ୨ ନିର୍ଦ୍ଦେଶକଙ୍କୁ ମୁମ୍ବାଇ ପୋଲିସ ପୂର୍ବରୁ ଗିରଫ କରିସାରିଛି। ଏମାନଙ୍କ ନାମରେ ଅନ୍ୟ ରାଜ୍ୟରେ ମଧ୍ୟ ମାମଲା ରୁଜୁ ହୋଇଛି। ଉକ୍ତ କମ୍ପାନୀରୁ କଟକ କନିକା ଛକରେ ଥିବା ମେଡିଲଏଡ ମେଡିକାମେଣ୍ଟ କମ୍ପାନୀ ବହୁ କମ୍‌ ଦାମରେ ଔଷଧ ଆମଦାନୀ କରୁଥିଲା। ଏପରିକି ଷ୍ଟ୍ରିପ୍‌ ପିଛା ୬୫ଟଙ୍କାରେ କିଣି ୧୨୯୦ଟଙ୍କା ଲେଖାଏଁ ବିକ୍ରି କରିବାକୁ ଯୋଜନା କରୁଥିବା ତଦନ୍ତବେଳେ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri