ନକଲି ଓଷଧ ବିକ୍ରି ମାମଲା: ପରିଚାଳନା ନିର୍ଦ୍ଦେଶକ ଶିବ ଜେନା ଗିରଫ

କଟକ ଅଫିସ,୨୫।୬: ନକଲି କରୋନା ଔଷଧ ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଗୁରୁବାର ଔଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଶିବପ୍ରସନ୍ନ ଜେନାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଧିକ ତଦନ୍ତ ପାଇଁ ଏସ୍‌ଟିଏଫ୍‌ର ଏକାଧିକ ଟିମ୍‌ ଓଡ଼ିଶା, ମହାରାଷ୍ଟ୍ର ଓ ପଶ୍ଚିମବଙ୍ଗରେ ତଦନ୍ତ ଚାଲୁ ରଖିଛନ୍ତି। ବୁଧବାର ଉପରୋକ୍ତ ଔଷଧ ବିତରଣ କମ୍ପାନୀର ନିର୍ଦ୍ଦେଶିକା ଶୁଭଲକ୍ଷ୍ମୀ ଜେନା, ଗୋଦାମ ଇନ୍‌ଚାର୍ଜ ସତ୍ୟପ୍ରକାଶ ମହାନ୍ତି ଓ ମ୍ୟାନେଜର ପ୍ରୀତିରଞ୍ଜନ ପରିଡ଼ାଙ୍କୁ ଏସ୍‌ଟିଏଫ୍‌ ଗିରଫ କରି କୋର୍ଟଚାଲାଣ କରିଥିଲା। ଏଥିସହ ଅଭିଯୁକ୍ତ ଓ କମ୍ପାନୀର ବ୍ୟାଙ୍କ ଆକାଉଣ୍ଟରେ ଥିବା ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାକୁ ଜବତ କରିଛି। ଗିରଫଦାରିକୁ ଏଡ଼ାଇବା ପାଇଁ ଶିବପ୍ରସନ୍ନ ମଙ୍ଗଳବାର ଆଗୁଆ ଜାମିନ୍‌ ପାଇଁ ହାଇକୋର୍ଟରେ ଆବେଦନ କରିଥିଲେ। ସମସ୍ତ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ରିମାଣ୍ଡରେ ଆଣି ଅଧିକ ତଦନ୍ତ କରିବ ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ, ମୁମ୍ବାଇର ମାକ୍ସ ରିଲିଫ୍‌ ହେଲ୍‌ଥ କେୟାର କମ୍ପାନୀ ହିମାଚଳ ପ୍ରଦେଶ ସୋଲାନରେ ଓଷଧ ପ୍ରସ୍ତୁତି କରୁଥିବା ଦର୍ଶାଇ ନକଲି ଓଷଧ ଯୋଗାଣ କରୁଥିଲା। ଏହି କମ୍ପାନୀର ୨ ନିର୍ଦ୍ଦେଶକଙ୍କୁ ମୁମ୍ବାଇ ପୋଲିସ ପୂର୍ବରୁ ଗିରଫ କରିସାରିଛି। ଏମାନଙ୍କ ନାମରେ ଅନ୍ୟ ରାଜ୍ୟରେ ମଧ୍ୟ ମାମଲା ରୁଜୁ ହୋଇଛି। ଉକ୍ତ କମ୍ପାନୀରୁ କଟକ କନିକା ଛକରେ ଥିବା ମେଡିଲଏଡ ମେଡିକାମେଣ୍ଟ କମ୍ପାନୀ ବହୁ କମ୍‌ ଦାମରେ ଔଷଧ ଆମଦାନୀ କରୁଥିଲା। ଏପରିକି ଷ୍ଟ୍ରିପ୍‌ ପିଛା ୬୫ଟଙ୍କାରେ କିଣି ୧୨୯୦ଟଙ୍କା ଲେଖାଏଁ ବିକ୍ରି କରିବାକୁ ଯୋଜନା କରୁଥିବା ତଦନ୍ତବେଳେ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ସୂଚନା ଅଧିକାରୀଙ୍କୁ ୨୫ ହଜାର ଟଙ୍କା ଜୋରିମନା

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ଓଡିଶା ସୂଚନା କମିଶନଙ୍କ ତରଫରୁ ଏକ ମାମଲା ବିଚାର କରି କମିଶନର ବି.କେ. ମହାପାତ୍ର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜନ ସୂଚନା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ଭିଆର୍‌ଏସ୍‌ ନେଲେ ଆଇପିଏସ୍‌ ସଞ୍ଜୟ ସିଂ

ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ୍‌ ସଞ୍ଜୟ ସିଂ ଭିଆରଏସ୍‌ ଘୋଷଣା କରିଛନ୍ତି। ୧୯୯୬ ବ୍ୟାଚ୍‌ ଆଇପିଏସ୍‌ ସଞ୍ଜୟ ସିଂଙ୍କୁ ଭିଆରଏସ୍‌ ଆବେଦନକୁ ରାଜ୍ୟ ଗୃହ ବିଭାଗ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ୍‌, କଲେ ଏଭଳି ଅପିଲ୍‌

ଭୁବନେଶ୍ୱର୧୮।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇବ। ଏହା ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri