ପଟ୍ଟାମୁଣ୍ଡାଇରେ ବେଧଡ଼କ ଚାଲିଛି ନିଶା କାରବାର

ପଟ୍ଟାମୁଣ୍ଡାଇ,୨୫ା୮(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଦିନକୁ ଦିନ ବେଆଇନ ନିଶା କାରବାର ବଢି ଚାଲିଛି। ବ୍ରାଉନସୁଗାର, ଗଞ୍ଜେଇ, ଅଫିମ, ବିଦେଶୀ ଓ ଦେଶୀ ମଦ ବ୍ୟାପକ ଭାବେ ଚୋରାରେ ବିକ୍ରି ଚାଲିଛି। ଏହାର କବଳରେ ପଡି ଯୁବବର୍ଗ ବିଭିନ୍ନ ପ୍ରକାରର ଆପରାଧିକ କାର୍ଯ୍ୟ କରୁଛନ୍ତି। ପରିବାରରେ ଅଶାନ୍ତି ସୃଷ୍ଟି ହେଉଛି। ଝିଅ ଓ ବୋହୂମାନେ ନିଜକୁ ସୁରକ୍ଷିତ ମଣୁନାହାନ୍ତି। ପୋଲିସ ଓ ଅବକାରୀ ବିଭାଗର କର୍ମଚାରୀମାନେ ଏହାକୁ ପ୍ରୋତ୍ସାହନ ପ୍ରଦାନ କରି ନିଜ ପକେଟ ଗରମ କରୁଥିବା ଅଭିଯୋଗ ହେଉଛି। ଜନ ସଚେତନତା ଉପରେ ମଧ୍ୟ ବିଭାଗ ଧ୍ୟାନ ଦେଉନାହିଁ। କେବଳ ଉପରଠାଉରିଆ ଭାବେ କେତେବେଳେ କେମିତି ଚଢାଉ କରୁଥିବା ସାଧାରଣରେ ଅଭିଯୋଗ ହେଉଛି।

ଏ ସମ୍ପର୍କରେ ସାମାଜିକ କର୍ମୀ ପ୍ରଫୁଲ୍ଲ ଦାଶ କହିଛନ୍ତି, ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବେଆଇନ ଦେଶୀ ଓ ବିଦେଶୀ ମଦ ସାଙ୍ଗକୁ ଗଞ୍ଜେଇ, ଅଫିମ, ବ୍ରାଉନସୁଗାର କାରବାର କାୟା ମେଲିଛି। କିନ୍ତୁ ବିଭାଗ ପକ୍ଷରୁ ମଝିରେ ମଝିରେ ଉପର ଠାଉରିଆ ଚଢାଉ କରାଯାଉଛି। ଚୋରା ବ୍ୟବସାୟୀଙ୍କଠାରୁ ଅସାଧୁ କର୍ମଚାରୀମାନେ ମାସିକିଆ ଚାନ୍ଦା ନେଇ ମାତ୍ରାଧିକ ଅନୁକମ୍ପା ଦେଖାଉଛନ୍ତି। ଏହାବାଦ୍‌ ପ୍ରତିବର୍ଷ ଅବକାରୀ ବିଭାଗ ପକ୍ଷରୁ ବିଭାଗୀୟ ଜିଲା ସୁପରିଣ୍ଟେଣ୍ଡେଣ୍ଟମାନଙ୍କୁ କେତେ ମାମଲା ରୁଜୁ କରିବାକୁ ପଡିବ ଟାର୍ଗେଟ୍‌ ଦିଆଯାଉଛି। ଏହି ଅନୁଯାୟୀ ଯେଉଁମାନଙ୍କଠାରୁ ମାସିକିଆ ଚାନ୍ଦା ଆଦାୟ କରାଯାଉଛି ସେମାନଙ୍କ ନାମରେ କୋହଳ ମାମଲା ରୁଜୁ ହେବା ସହ ଟାର୍ଗେଟ ପୂରଣ ହେଉଛି। ହେଲେ ବିଭାଗୀୟ ଅଧିକାରୀମାନେ ଅଭିଯୁକ୍ତମାନଙ୍କ ବିରୋଧରେ କୋର୍ଟରେ କୋହଳ ଚାର୍ଜଶିଟ୍‌ ଦାଖଲ କରିବାରୁ ସହଜରେ ଜାମିନ ମିଳିଯାଉଛି। ଜାମିନ ପାଇଲା ପରେ ପୁଣି ଅଭିଯୁକ୍ତମାନେ ସେମାନଙ୍କ ବ୍ୟବସାୟ ଚଳାଉଛନ୍ତି। ସାମାଜିକ କର୍ମୀ ସଞ୍ଜୟ ପଣ୍ଡା କହିଛନ୍ତି, ଅବକାରୀ ବିଭାଗ ଅସାଧୁ କର୍ମଚାରୀମାନେ ନିଶା ବ୍ୟବସାୟୀମାନଙ୍କଠାରୁ ସବିଧା, ସୁଯୋଗ ହାତେଇ ଅନେକ ସମୟରେ ମାମଲାକୁ ରଫାଦଫା କରି ଦେଉଛନ୍ତି। ଅନ୍ୟ ଏକ ପ୍ରସଙ୍ଗ ହେଲା ପୋଲିସ କୌଣସି ମାମଲା କଲେ ପ୍ରିଲିମିନାରୀ ସାର୍ଜଶିଟ୍‌ ଦିଏ। ଶେଷରେ ଫାଇନାଲ ଚାର୍ଜଶିଟ୍‌ ଦେଇଥାଏ। ହେଲେ ଅବକାରୀ ବିଭାଗ ଥରକରେ ଫାଇନାଲ ଚାର୍ଜଶିଟ୍‌ ଦେଇଥାଏ। ଯେହେତୁ ୬ ମାସ ଭିତରେ ଚାର୍ଜଶିଟ୍‌ ଦେବାକୁ ପଡୁଛି, ତେଣୁ ଅବକାରୀ ବିଭାଗର ଅସାଧୁ କର୍ମଚାରୀମାନେ ଅଭିଯୁକ୍ତଙ୍କଠାରୁ ମୋଟା ଅଙ୍କର ଲାଞ୍ଚ ଦାବି କରିଥାନ୍ତି। ଯେଉଁମାନେ ଟଙ୍କା ଦେବାରେ ବିଳମ୍ବ କରିଥାନ୍ତି, ସେମାନଙ୍କ ଚାର୍ଜଶିଟ୍‌ ଦାଖଲରେ ମଧ୍ୟ ଜାଣିଶୁଣି ବିଳମ୍ବ କରାଯାଉଥିବା ଚର୍ଚ୍ଚା ହେଉଛି। ସେହିପରି ବଜାରରେ ଅନେକ ସମୟରେ ନିଷିଦ୍ଧ ମାଦକ ଦ୍ରବ୍ୟ ବିକ୍ରି ହେଉଛି। ଏହା ସେବନ କଲେ ଜୀବନ ପ୍ରତି ବିପଦ ଥାଏ। ତେଣୁ ବିଭାଗ ଏ ସମ୍ପର୍କରେ ସଚେତନତା ସୃଷ୍ଟି କରିବାକୁ ନିର୍ଦ୍ଦେଶ ରହିଛି। ଏଥିରେ ଅବକାରୀ, ପୋଲିସ, ବନ କର୍ମଚାରୀ ସମେତ ଭେଷଜ ନିରୀକ୍ଷକ ରହିଛନ୍ତି। ସ୍କ୍ବାଡ ପକ୍ଷରୁ ସ୍ବେଚ୍ଛାସେବୀ ସଙ୍ଗଠନ, ସ୍ବୟଂ ସହାୟକ ଗୋଷ୍ଠୀ ଓ ପଞ୍ଚାୟତିରାଜ ସଙ୍ଗଠନ ମାଧ୍ୟମରେ ଜନ ସଚେତନତା କାର୍ଯ୍ୟକ୍ରମ କରାଯିବା କଥା। ଏ ନେଇ ଅବକାରୀ ବିଭାଗକୁ ବାର୍ଷିକ ଅନୁଦାନ ଆସୁଛି। ଏ ସମ୍ପର୍କରେ ଅବକାରୀ ବିଭାଗ ଇନ୍ସପେକ୍ଟର କମଳ ପାଇକରାୟଙ୍କୁ ପଚାରିବାରେ ସଚେତନତା ସୃଷ୍ଟି ପାଇଁ ଯେଉଁ ଅର୍ଥ ଆସୁଛି, ସେଥିରେ ରଥ ପରିକ୍ରମା ସହ ୨ଟି କାର୍ଯ୍ୟକ୍ରମ ହେଉଛି। ବିଭିନ୍ନ ସମୟରେ ବିଭାଗ ପକ୍ଷରୁ ଚଢ଼ାଉ କରାଯିବା ସହ ବେଆଇନ ମାଦକ ଦ୍ରବ୍ୟ କାରବାର କରୁଥିବା ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri