ଗ୍ରାମାଞ୍ଚଳରେ ବଢୁଛି ନିଶା କାରବାର

ବେଗୁନିଆ,୪ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ନିଶା କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। ମଦ ଚୋରା ବ୍ୟବସାୟୀମାନେ ଆଢୁଆଳ ପଛରେ ରହି ମହିଳା ଓ ଯୁବକଙ୍କୁ ଅର୍ଥ ଲୋଭ ଦେଖାଇ ସାମିଲ କରାଉଛନ୍ତି। ଫଳରେ ଯୁବପିଢ଼ି ବିପଥଗାମୀ ହେବା ସହ ଆପରାଧିକ କାର୍ଯ୍ୟକଳାପ ବଢୁଛି। ଏନେଇ ବାରମ୍ବାର ଅଭିଯୋଗ ସତ୍ତ୍ୱେ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ସେଭଳି ପଦକ୍ଷେପ ନିଆଯାଉ ନ ଥିବା ସାଧାରଣରେ ଅଭିଯୋଗ ହେଉଛି।
ଯେ, ଏହି ବ୍ଲକ ଅଧୀନରେ ୧୬୨ଗ୍ରାମ ରହଛି। ହେଲେ ଏଠାରେ ନିଶା କାରବାର ରୋକିବାକୁ ରହିଥିବା ପୋଲିସ ଓ ଅବକାରୀ ବିଭାଗ ବିଫଳ ହୋଇଛି। ନକଲି ଦେଶୀ ଓ ବିଦେଶୀ ମଦ ପ୍ରସ୍ତୁତ କରାଯାଇ ଖୁଲମଖୁଲା ବିକ୍ରି କରାଯାଉଛି। ଏହା ଦ୍ୱାରା ବେପାରୀମାନେ ଲାଭବାନ ହେଉଥିବା ବେଳେ ଯୁବପିଢ଼ି ବିପଥଗାମୀ ହେଉଛନ୍ତି। ଡାଳତୋଳା, ସିକୋ, ଖଣତି, କୁଶପଲ୍ଲା, ବଡ଼ପଦର, କୋଲୁହାପାଟଣା, ଗୁଡୁମ, ଏକଡାଳିଆ, ପିଚୁକୁଳି, ସିଉଳା, ସାନପଦର ଅଞ୍ଚଳରେ ଦେଶୀ ମଦ ପ୍ରସ୍ତୁତି ହେଉଥିଲେ ମଧ୍ୟ ପୋଲିସ କିମ୍ବା ଅବକାରୀ ବିଭାଗ ପକ୍ଷରୁ ସେଭଳି ଚଢ଼ାଉ ହେଉନାହିଁ ବୋଲି ସାଧାରଣରେ ମତପ୍ରକାଶ ପାଉଛି। ଅନେକ ସମୟରେ ମଦ ପ୍ରସ୍ତୁତି ଓ ବିକ୍ରିକୁ ନେଇ ମାରପିଟ୍‌ ମଧ୍ୟ ହେଉଛି। ଗତ ଜାନୁୟାରୀରୁ ଅଦ୍ୟାବଧି ବେଆଇନ ମଦ ବିକ୍ରି ଅଭିଯୋଗରେ ଜଙ୍କିଆ ଥାନା ଅଧୀନ ସିକୋ ଫାଣ୍ଡିରେ ୫ଟି, ବାଘମାରୀ ଥାନାରେ ୨ଟି ଓ ସଦର ଥାନାରେ ୨ଟି ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି। ସ୍ଥାନୀୟ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ ନ ହେବାରୁ ଗ୍ରାମାଞ୍ଚଳରେ ଚୋରା ମଦ କାରବାର ବଢ଼ିଚାଲିଛି। ଏନେଇ ସ୍ଥାନୀୟ ସାମାଜିକ ସଙ୍ଗଠନର ସଭ୍ୟ ମାୟାଧର ବେହେରା କୁହନ୍ତି, ବେଆଇନ ମଦ କାରବାର ଯୋଗୁ ଗ୍ରାମାଞ୍ଚଳରେ ଅସାମାଜିକଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ନିଶା ନିବାରଣ ସଚେତନତା ସୃଷ୍ଟି କରାଯିବା ସହ ପୋଲିସ ଓ ଅବକାରୀ ବିଭାଗର କାର୍ଯ୍ୟାନୁଷ୍ଠାନ ଜରୁରୀ ହୋଇପଡ଼ିଛି। ମହିଳା ସଭାନେତ୍ରୀ ରମାମଣି ସାହୁ କହିଛନ୍ତି, ଗ୍ରାମାଞ୍ଚଳରେ ବିକ୍ରି ହେଉଥିବା ଦେଶୀ ମଦ ପିଇ ଲୋକେ ଅସୁସ୍ଥ ହେଉଛନ୍ତି। ଦୈନିକ ରୋଜଗାର ଉପରେ ପ୍ରଭାବ ପଡିବା ସହ ପାରିବାରିକ ବିଶୃଙ୍ଖଳା ହେଉଛି। ଅନ୍ୟପଟେ ବେଗୁନିଆ ଥାନା ଅଧିକାରୀ ଲକ୍ଷ୍ମୀ ପ୍ରସାଦ ଶତପଥୀ କହିଛନ୍ତି, ନିଶା କାରବାର ରୋକିବା ଲାଗି ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। ଖୁବ୍‌ଶୀଘ୍ର ଏହି ବ୍ଲକ ଅଞ୍ଚଳ ନିଶା ମୁକ୍ତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ୧୬ ବିଧାନସଭା ଏବଂ ୩ ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ କଂଗ୍ରେସ ୩ଟି ବିଧାନସଭା ଆସନରେ ଆଜି...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ ।

୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ଆଉ ୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସମ୍ବଲପୁରରୁ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ କଂଗ୍ରେସ ଲୋକ ସଭା ପ୍ରାର୍ଥୀ...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ତା’ର ଆଉ ୧୬ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଝାରସୁଗୁଡ଼ାରୁ ଅମିତା ବିଶ୍ୱାଳଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବଡ଼ସାହିରୁ...

ବର୍ତ୍ତମାନ ସୁଦ୍ଧା କେଉଁ ଦଳ କେତେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି, ଆଉ ରହିଲା କେତେ ଜାଣନ୍ତୁ…

ଭୁବନେଶ୍ୱର,୨୦ା୪: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ି ଚାଲିଛି। ବିଶେଷକରି ଭୋଟରଙ୍କ ନଜର ତିନି ପ୍ରମୁଖ ଦଳ ଯଥା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା...

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୪୫ ଡିଗ୍ରୀ ଟପିଗଲା ତାତି

ଭୁବନେଶ୍ୱର,୨୦।୪: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପୂର୍ବାନୁମାନ ଅନୁଯାୟୀ ଓଡ଼ିଶାରେ ୪୫ ଡ଼ିଗ୍ରୀ ଅତିକ୍ରମ କରିଛି ତାପମାତ୍ରା। ଶନିବାର ବୌଦ୍ଧରେ ସର୍ବୋଚ୍ଚ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri