ଗ୍ରାମାଞ୍ଚଳରେ ବଢୁଛି ନିଶା କାରବାର

ବେଗୁନିଆ,୪ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ନିଶା କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। ମଦ ଚୋରା ବ୍ୟବସାୟୀମାନେ ଆଢୁଆଳ ପଛରେ ରହି ମହିଳା ଓ ଯୁବକଙ୍କୁ ଅର୍ଥ ଲୋଭ ଦେଖାଇ ସାମିଲ କରାଉଛନ୍ତି। ଫଳରେ ଯୁବପିଢ଼ି ବିପଥଗାମୀ ହେବା ସହ ଆପରାଧିକ କାର୍ଯ୍ୟକଳାପ ବଢୁଛି। ଏନେଇ ବାରମ୍ବାର ଅଭିଯୋଗ ସତ୍ତ୍ୱେ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ସେଭଳି ପଦକ୍ଷେପ ନିଆଯାଉ ନ ଥିବା ସାଧାରଣରେ ଅଭିଯୋଗ ହେଉଛି।
ଯେ, ଏହି ବ୍ଲକ ଅଧୀନରେ ୧୬୨ଗ୍ରାମ ରହଛି। ହେଲେ ଏଠାରେ ନିଶା କାରବାର ରୋକିବାକୁ ରହିଥିବା ପୋଲିସ ଓ ଅବକାରୀ ବିଭାଗ ବିଫଳ ହୋଇଛି। ନକଲି ଦେଶୀ ଓ ବିଦେଶୀ ମଦ ପ୍ରସ୍ତୁତ କରାଯାଇ ଖୁଲମଖୁଲା ବିକ୍ରି କରାଯାଉଛି। ଏହା ଦ୍ୱାରା ବେପାରୀମାନେ ଲାଭବାନ ହେଉଥିବା ବେଳେ ଯୁବପିଢ଼ି ବିପଥଗାମୀ ହେଉଛନ୍ତି। ଡାଳତୋଳା, ସିକୋ, ଖଣତି, କୁଶପଲ୍ଲା, ବଡ଼ପଦର, କୋଲୁହାପାଟଣା, ଗୁଡୁମ, ଏକଡାଳିଆ, ପିଚୁକୁଳି, ସିଉଳା, ସାନପଦର ଅଞ୍ଚଳରେ ଦେଶୀ ମଦ ପ୍ରସ୍ତୁତି ହେଉଥିଲେ ମଧ୍ୟ ପୋଲିସ କିମ୍ବା ଅବକାରୀ ବିଭାଗ ପକ୍ଷରୁ ସେଭଳି ଚଢ଼ାଉ ହେଉନାହିଁ ବୋଲି ସାଧାରଣରେ ମତପ୍ରକାଶ ପାଉଛି। ଅନେକ ସମୟରେ ମଦ ପ୍ରସ୍ତୁତି ଓ ବିକ୍ରିକୁ ନେଇ ମାରପିଟ୍‌ ମଧ୍ୟ ହେଉଛି। ଗତ ଜାନୁୟାରୀରୁ ଅଦ୍ୟାବଧି ବେଆଇନ ମଦ ବିକ୍ରି ଅଭିଯୋଗରେ ଜଙ୍କିଆ ଥାନା ଅଧୀନ ସିକୋ ଫାଣ୍ଡିରେ ୫ଟି, ବାଘମାରୀ ଥାନାରେ ୨ଟି ଓ ସଦର ଥାନାରେ ୨ଟି ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି। ସ୍ଥାନୀୟ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ ନ ହେବାରୁ ଗ୍ରାମାଞ୍ଚଳରେ ଚୋରା ମଦ କାରବାର ବଢ଼ିଚାଲିଛି। ଏନେଇ ସ୍ଥାନୀୟ ସାମାଜିକ ସଙ୍ଗଠନର ସଭ୍ୟ ମାୟାଧର ବେହେରା କୁହନ୍ତି, ବେଆଇନ ମଦ କାରବାର ଯୋଗୁ ଗ୍ରାମାଞ୍ଚଳରେ ଅସାମାଜିକଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ନିଶା ନିବାରଣ ସଚେତନତା ସୃଷ୍ଟି କରାଯିବା ସହ ପୋଲିସ ଓ ଅବକାରୀ ବିଭାଗର କାର୍ଯ୍ୟାନୁଷ୍ଠାନ ଜରୁରୀ ହୋଇପଡ଼ିଛି। ମହିଳା ସଭାନେତ୍ରୀ ରମାମଣି ସାହୁ କହିଛନ୍ତି, ଗ୍ରାମାଞ୍ଚଳରେ ବିକ୍ରି ହେଉଥିବା ଦେଶୀ ମଦ ପିଇ ଲୋକେ ଅସୁସ୍ଥ ହେଉଛନ୍ତି। ଦୈନିକ ରୋଜଗାର ଉପରେ ପ୍ରଭାବ ପଡିବା ସହ ପାରିବାରିକ ବିଶୃଙ୍ଖଳା ହେଉଛି। ଅନ୍ୟପଟେ ବେଗୁନିଆ ଥାନା ଅଧିକାରୀ ଲକ୍ଷ୍ମୀ ପ୍ରସାଦ ଶତପଥୀ କହିଛନ୍ତି, ନିଶା କାରବାର ରୋକିବା ଲାଗି ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। ଖୁବ୍‌ଶୀଘ୍ର ଏହି ବ୍ଲକ ଅଞ୍ଚଳ ନିଶା ମୁକ୍ତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷମତାର ଦୁରୁପଯୋଗ

ଦୁର୍ନୀତି ଓ ଲାଞ୍ଚ, ଏହି ଦୁଇଟି ଶବ୍ଦକୁ ପରସ୍ପର ବଦଳରେ ବ୍ୟବହାର କରାଯାଇପାରେ। କିନ୍ତୁ ପ୍ରକୃତରେ ଲାଞ୍ଚ ଶବ୍ଦ ୧୬ଶ ଶତାବ୍ଦୀରେ ଉତ୍ପତ୍ତି ହୋଇଥିଲା। ଏହାର ଅର୍ଥ…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ବୌଦ୍ଧ ବିଧାୟକଙ୍କ ନାଁରେ ଗିରଫ ପରୱାନା

ହରଭଙ୍ଗା,୨୭ା୯(ନରେନ୍ଦ୍ର କୁମାର ସାହୁ): ୨୦୨୪ରେ ଅନୁଷ୍ଠିତ ୧୭ତମ ବିଧାନସଭା ନିର୍ୱାଚନ ସମୟରେ ବର୍ତ୍ତମାନର ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?