Posted inଜାତୀୟ

ମୋଦିଙ୍କ ବାୟୋପିକ୍‌ ନିର୍ମାତାଙ୍କ ଡ୍ରଗ୍ସ ଲିଙ୍କ: ସିଂଘଭି

ନୂଆଦିଲ୍ଲୀ, ୩୦।୮-ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ଙ୍କ ମୃତ୍ୟୁ ସହ ଡ୍ରଗ୍‌ର ସମ୍ପର୍କ ଥିବା ନେଇ ତଦନ୍ତ ଜାରି ରହିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାୟୋପିକ୍‌ ନିର୍ମାତା ସନ୍ଦିପ୍‌ ସିଂଙ୍କ ବିରୋଧରେ ଡ୍ରଗ୍‌ କାରବାର ଅଭିଯୋଗ ଆସିଛି। ସନ୍ଦିପ୍‌ଙ୍କର ଭାଜପା ଏବଂ ଗୁଜରାଟ ସରକାରଙ୍କ ସହ ସମ୍ପର୍କ ରହିଛି। ନିକଟରେ ତାଙ୍କୁ ଗୁଜରାଟ ସରକାର ବହୁ କୋଟି ଟଙ୍କାର ଠିକା ଦେଇଥିବା କଂଗ୍ରେସ ଅଭିଯୋଗ କରିଛି। ଭାଜପାରୁ କିଏ ସନ୍ଦିପ୍‌ଙ୍କୁ ସୁରକ୍ଷା ଦେବାକୁ ଉଦ୍ୟମ କରୁଛି ବୋଲି କଂଗ୍ରେସ ମୁଖପାତ୍ର ଅଭିଷେକ ସିଂଘଭି ପ୍ରଶ୍ନ କରିଛନ୍ତି। ସୁଶାନ୍ତ ସିଂଙ୍କର ଘନିଷ୍ଠ ସହଯୋଗୀ ବୋଲି ଦାବି କରୁଥିବା ଏହି ଚଳଚ୍ଚିତ୍ର ନିର୍ମାତା ଗତ କିଛି ମାସ ମଧ୍ୟରେ ମହାରାଷ୍ଟ୍ର ଭାଜପା କାର୍ଯ୍ୟାଳୟକୁ ୫୩ ଥର ଫୋନ୍‌ କରିଥିବା ସିଂଘଭି କହିଛନ୍ତି। ସିବିଆଇ ତଦନ୍ତ ପାଇଁ ତତ୍ପରତା ଦେଖାଇବା ପଛରେ ସନ୍ଦିପ୍‌ ରହିଛନ୍ତି କି? ଭାଜପା ଏଭଳି ଲୋକଙ୍କ ସହ କ’ଣ ପାଇଁ ସମ୍ପର୍କ ରଖିଛି ବୋଲି କଂଗ୍ରେସ ନେତା ପ୍ରଶ୍ନ କରିଛନ୍ତି। ସେ କ’ଣ ପାଇଁ ବାରମ୍ବାର ମହାରାଷ୍ଟ୍ର ଭାଜପା କାର୍ଯ୍ୟାଳୟକୁ ଫୋନ୍‌ କରୁଥିଲେ ବରିଷ୍ଠ ନେତା ଦେବେନ୍ଦ୍ର ଫଡ୍‌ନଭିସ ଏବଂ ନୀତୀନ ଗଡ଼କରୀ ଏହାର ଉତ୍ତର ଦେବାକୁ ସିଂଘଭି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri