Posted inଜାତୀୟ

କ୍ରୁଜ୍‌ରେ ଡ୍ରଗ୍ସ ପାର୍ଟି ମାମଲା: ଓଡ଼ିଶା ଲିଙ୍କ୍‌

ମୁମ୍ବାଇ, ୫ା୧୦: କ୍ରୁଜ୍‌ରେ ଡ୍ରଗ୍ସ ପାର୍ଟି ମାମଲାରେ ବଲିଉଡ୍‌ କିଙ୍ଗ୍‌ ଖାନ୍‌ ଶାହରୁଖଙ୍କ ପୁଅ ଆର୍ୟନଙ୍କ ସହ ୧୬ଜଣଙ୍କୁ ଏନ୍‌ସିବି ଗିରଫ କରିଛି। ରବିବାର ଏନ୍‌ସିବି ୮ ଜଣଙ୍କୁ ଗିରଫ କରିଥିବା ବେଳେ ମଙ୍ଗଳବାର ଆଉ ୮ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଅବଦୁଲ୍‌ କାମଦାର ଶୈଖ୍‌(୩୦), ଶ୍ରେୟାସ୍‌ ସୁରେନ୍ଦର ନାୟାର(୨୩), ମନିଷ ରାଜଗାରିଆ(୩୦) ଏବଂ ଅଭିନ ସାହୁ(୩୦)। ସେହିପରି ଦିଲ୍ଲୀସ୍ଥିତ ଏକ ଇଭେଣ୍ଟ ମ୍ୟାନେଜମେଣ୍ଟ କମ୍ପାନୀର ନାମାସ୍‌’କ୍ରାଏର ଅତିରିକ୍ତ ନିର୍ଦ୍ଦେଶକ ସମୀର ସେହଗଲ୍‌, ଗୋପାଳଜୀ ଆନନ୍ଦଙ୍କ ସମେତ ମାନବ ସିଂଘଲ ଏବଂ ଭାସ୍କରା ଅରୋରାଙ୍କୁ ଏନ୍‌ସିବି ଗିରଫ କରିଛି। ସେମାନେ ଏହି ଡ୍ରଗ୍ସ ପାର୍ଟି ଆୟୋଜନରେ ମୁଖ୍ୟ ଭୂମିକା ନିଭାଇଥିଲେ ବୋଲି ଜଣାପଡ଼ିଛି। ସେପେଟ ଗିରଫ ଅଭିଯୁକ୍ତଙ୍କ ମଧ୍ୟରୁ ମନିଷ ଓ ଅଭିନଙ୍କ ଘର ଓଡ଼ିଶାରେ। ମନିଷ ରାଉରକେଲା ବାସିନ୍ଦା ହୋଇଥିବା ବେଳେ ଅଭିନଙ୍କ ଘର ରଘୁନାଥପାଲି ବୋଲି ଜଣାପଡ଼ିଛି। ପୂର୍ବରୁ ଗିରଫ ହୋଇଥିବା ଇଶମିତ ସିଂ ଏବଂ ମହକ ଯଶଓ୍ବାଲଙ୍କୁ ଅଭିନ ଡ୍ରଗ୍ସ ଯୋଗାଉଥିଲେ ବୋଲି କୁହାଯାଉଛି।

ଆର୍ୟନଙ୍କ ସମେତ ଅରବାଜ ସେଠ୍‌ ମର୍ଚାଣ୍ଟ, ମୁନ୍‌ମୁନ୍‌ ଧମେଚା, ବିକ୍ରାନ୍ତ ଛୋକର, ଇଶ୍‌ମିତ ସିିଂ, ନୁପୁର ସାରିକା, ଗୋମିତ ଚୋପ୍ରା ଏବଂ ମୋହକ ଯଶଓ୍ବାଲଙ୍କୁ ଗିରଫ ପରେ ଏନ୍‌ସିବି ସୋମବାର ସେମାନଙ୍କୁ ଅକ୍ଟୋବର ୭ ପର୍ଯ୍ୟନ୍ତ ରିମାଣ୍ଡରେ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

ଭେନେଜୁଏଲା ପରେ ଥରିଲା ପାକିସ୍ତାନ

ଇସଲାମାବାଦ,୨୭।୬: ଶନିବାର ସକାଳେ ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାଦ୍ୱାରା ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ…

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ…

କେନ୍ଦ୍ରମନ୍ତ୍ରୀଙ୍କ ଜନ୍ମଦିନରେ ମହତ୍‌ କାମ କରି ଚର୍ଚ୍ଚାରେ ବିଧାୟକ: ରେକର୍ଡ ସଂଖ୍ୟକ…

ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମ ଦିବସ ଉପଲକ୍ଷେ ଛତ୍ରପୁରଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ…

ଶିଶୁପୁତ୍ର ଉଦ୍ଧାର ଘଟଣା , ପୋଷ୍ୟ ସଂସ୍ଥାକୁ ହସ୍ତାନ୍ତର କଲା ପୋଲିସ

ଦିଗପହଣ୍ଡି,୨୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସର ପରିତ୍ୟକ୍ତ ଜମିରୁ, ଶୁକ୍ରବାର ସାରେ ପୋଲିସ…

ଇସ୍ରାଏଲ-ଲେବାନନ ଶାନ୍ତି ଚୁକ୍ତି ସ୍ବାକ୍ଷରିତ, ହେଜବୋଲାକୁ ଗ୍ରହଣ କରିବାକୁ ପଡିବ ଏସବୁ ସର୍ତ୍ତ

ଜେରୁଜେଲମ,୨୭।୬: ମଧ୍ୟପ୍ରାଚ୍ୟରୁ ଏକ ପ୍ରମୁଖ, ଐତିହାସିକ ଖବର ସାମ୍ନାକୁ ଆସୁଛି। ଯୁଦ୍ଧର ନିଆଁରେ ଜଳୁଥିବା ଦେଶଗୁଡ଼ିକ ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଶେଷରେ ଶାନ୍ତିର ପ୍ରଥମ ଝଲକ…

ଶାଗୁଆନ ଗଛ କାଟୁଥିଲେ ଦୃର୍ବୁତ୍ତ, ଛିଣ୍ଡିଲା ୩୩ କେଭି ଲାଇନ ତାର: ଆଉ ତା’ପରେ…

ଭଞ୍ଜନଗର,୨୬।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଶନିବାର ସକାଳେ ପବନ ବର୍ଷା ନାହିଁ କିନ୍ତୁ ଦୁର୍ବୁତ୍ତମାନଙ୍କ ପାଇଁ ବିଦ୍ୟୁତସେବା ବ୍ୟାହତ ହୋଇଛି। ବିଦ୍ୟୁତ ସେବା ସ୍ବାଭାବିକ ହେବାକୁ…

‘ଆଉ ବ୍ଲେମ ଗେମ୍‌ ନୁହେଁ…’: ଆମେରିକାର ଆକ୍ରମଣ ପରେ ରାଗିଲାଣି ଇରାନ, କହିଛି ‘ଆମେରିକାର ବିଫଳ ରାଷ୍ଟ୍ରପତି…’

ତେହରାନ,୨୭।୬: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଡ୍ରୋନ ଆକ୍ରମଣ ପରେ, ଆମେରିକା ଅନେକ ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri