ଉପକାରୀ ସଜନା ଛୁଇଁ

ସଜନା ଛୁଇଁ ଆମ ଦେଶର ପ୍ରାୟ ଅଧିକାଂଶ ସ୍ଥାନରେ ମିଳିଥାଏ । ଏହା ଖାଦ୍ୟର ସ୍ୱାଦ ବଢାଇବା ସହ ଶରୀରକୁ ସୁସ୍ଥ ରଖିବାରେ ବି ସହାୟକ ହୋଇଥାଏ । ଯେଉଁମାନେ କୁପୋଷଣର ଶିକାର ହୁଅନ୍ତି ସେମାନଙ୍କୁ ସଜନା ଛୁଇଁ ଖାଇବାକୁ କୁହାଯାଇଥାଏ । ଛୋଟ ପିଲା ଓ ଗର୍ଭବତୀଙ୍କ ପାଇଁ ଏହା ବରଦାନ ବୋଲି କୁହାଯାଏ । ସଜନା ଗଛର ମୂଳ, ଜୁଆଣି, ହେଙ୍ଗୁ ଓ ଶୁଣ୍ଠିରୁ ପ୍ରସ୍ତୁତ କାଢା ପିଇଲେ ଅନେକ ଲାଭ ମିଳିଥାଏ । ଏହା ସାଇଟିକା ଓ ଗୋଡରେ ହେଉଥିବା ଯନ୍ତ୍ରଣାର ଉପଶମ କରିଥାଏ । ଏଥିରେ କ୍ୟାଲିସୟମର ମାତ୍ରା ଅଧିକ ଥିବାରୁ ଏହା ହାଡ ମଜଭୁତ କରିବାରେ ସାହାଯ୍ୟ କରିଥାଏ । ଏହା ବ୍ୟତୀତ ଏଥିରେ ଆଇରନ, ମ୍ୟାଗ୍ନେସିୟମ, ସିଲିୟମ ରହିଛି । ଯେଉଁଥିପାଇଁ ଏହା ମହିଳା ଓ ଶିଶୁଙ୍କ ପାଇଁ ଲାଭଦାୟକ । ଏଥିରେ ଅଧିକ ପରିମାଣର ଜିଙ୍କ ଥିବାରୁ ଏହା ପୁରୁଷମାନଙ୍କ ପାଇଁ ମଧ୍ୟ ଲାଭଦାୟକ ଯାହା ସେମାନଙ୍କ ଦୁର୍ବଳତା ଦୂର କରିଥାଏ । ଆୟୁର୍ବେଦ ମତରେ ସଜନା ପତ୍ରର ଗୁଣ୍ଡ କ୍ୟାନସର ଓ ହୃଦରୋଗୀଙ୍କ ପାଇଁ ଲାଭକାରୀ । ଏହା ରକ୍ତଚାପ କଣ୍ଟ୍ରୋଲ କରିଥାଏ । ପେଟରେ ହୋଇଥିବା ଅଲସର ଚିକିତ୍ସା ପାଇଁ ମଧ୍ୟ ଏହା ବ୍ୟବହାର କରାଯାଇଥାଏ । ସଜନା ଶାଗର ସୁପ୍ ପିଇଲେ ରକ୍ତ ସଫା ହୋଇଥାଏ । ସଜନା ପତ୍ରରେ ତିଆରି ସୁପ୍ ପିଇଲେ ବ୍ରୋଙ୍କାଇଟିସ୍‌, ଆଜମା ଆଦି ରୋଗ ପାଇଁ ଔଷଧ ଭଳି କାମ କରେ । ସଜନା ଶାଗ ହେଉ ଅବା ଫଳ ମଣିଷ ଶରୀର ପାଇଁ ବେଶ୍ ଉପକାରୀ । ସଜନା ଛୁଇଁରୁ ପ୍ରସ୍ତୁତ ଆଚାର ଓ ଚଟଣି କିଛି ରୋଗରୁ ଉପଶମ ମଧ୍ୟ ଦେଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri