କଡ଼ା ସୁରକ୍ଷା ଭିତରେ ମାତିଲେ ଅପରାଧୀ

ଭୁବନେଶ୍ୱର,୨୧।୧୦(ସତ୍ୟଜିତ୍‌ ରାଉତ): ଦୁର୍ଗାପୂଜା ପାଇଁ ରାଜଧାନୀ ଚଳଚଞ୍ଚଳ ହୋଇଉଠିଛି। ସୁରକ୍ଷା ପାଇଁ ବରିଷ୍ଠ ଅଧିକରୀଙ୍କ ଦାୟିତ୍ୱରେ ୩୧ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ସହରକୁ ରଖାଯାଇଥିବା ବେଳେ ଅପରାଧୀ ଏହାକୁ ଖାତିର କରୁନାହାନ୍ତି। ଶୁକ୍ରବାର ସାରେ ଦୁର୍ବୃତ୍ତମାନେ ରସୁଲଗଡ଼ସ୍ଥିତ ଏସ୍‌ପ୍ଲାନେଡ୍‌ ମଲ୍‌ ନିକଟ ରାସ୍ତାକଡ଼ରେ ପାର୍କିଂ ହୋଇଥିବା ଏକ କାର୍‌ର କାଚ ଭାଙ୍ଗି ଚୋରି କରିଛନ୍ତି। ଏନେଇ କାର୍‌ ମାଲିକ ତଥା ବଡ଼ଗଡ଼ ଥାନା ଅଞ୍ଚଳର ଅଜିତାଭ ମହାନ୍ତି ଶହୀଦନଗର ଥାନାରେ ଏତଲା ଦେଇଛନ୍ତି। ତାଙ୍କ କାର୍‌ରୁ ୨୫ ହଜାରରୁ ଉର୍ଦ୍ଧ୍ୱ ଟଙ୍କା ଓ ଗୋଟିଏ ଲାପଟପ୍‌ ଚୋରି ହୋଇଥିବା ସେ ଏତଲାରେ ଉଲ୍ଲେଖ କରିଛନ୍ତି। ପୋଲିସ ସିସିଟିଭି ଯାଞ୍ଚ କରି ପ୍ରାଥମିକ ତଦନ୍ତ ଆରମ୍ଭ କରିଛି।
ସୂଚନା ଅନୁଯାୟୀ, ଅଜିତାଭ ତାଙ୍କ ବଡ଼ଭାଇ ଅମିତାଭଙ୍କ ସହ ସା ପ୍ରାୟ ୭ଟାରେ ଏସ୍‌ପ୍ଲାନେଡ୍‌ ମଲ୍‌କୁ ଶପିଂ କରିବାକୁ ଯାଇଥିଲେ। ସେମାନେ କାର୍‌କୁ ମଲ୍‌ ନିକଟସ୍ଥ ଏକ ମାର୍ବଲ୍‌ ଦୋକାନ ସାମ୍ନାରେ ପାର୍କିଂ କରିଥିଲେ। ପ୍ରାୟ ୩୫ ମିନିଟ୍‌ ପରେ ମଲ୍‌ରୁ ସେମାନେ ଫେରିବା ପରେ କାର୍‌ର କାଚ ଭଙ୍ଗା ହୋଇଥିବା ଦେଖିବାକୁ ପାଇଥିଲେ। ଯାଞ୍ଚ କରିବା ପରେ କାର୍‌ରୁ ଚୋରି ହୋଇଥିବା ଜଣାପଡ଼ିଥିଲା। ତେବେ ସର୍ବସାଧାରଣ ସ୍ଥାନରେ ଏଭଳି ଘଟଣା ସୁରକ୍ଷାକୁ ନେଇ ପ୍ରଶ୍ନ ଛିଡ଼ା କରିଛି। ମା’ଙ୍କ ସପ୍ତମୀ, ଅଷ୍ଟମୀ, ନବମୀ, ଦଶମୀ ପୂଜା ସହ ରାବଣପୋଡ଼ି ଓ ଭସାଣ ଉତ୍ସବ ଆଗକୁ ଥିବାବେଳେ ଅପରାଧୀମାନେ ଏହି ସମୟରେ ଗହଳିର ସୁଯୋଗ ନେଇ ଅଧିକ ସକ୍ରିୟ ହୋଇପଡ଼ିବେ ବୋଲି କୁହାଯାଉଛି। ତେଣୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri