କନ୍ଧମାଳରେ ମଦ ମୃତ୍ୟୁ ଭୟ: କାର୍ଯ୍ୟନୁଷ୍ଠାନ ନେବାକୁ ମହିଳାଙ୍କ ଦାବି

ବ୍ରାହ୍ମଣୀଗାଁ,୨୨।୮(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ଅଞ୍ଚଳରେ ଦିନକୁ ଦିନ ଚୋରା ମଦ କାରବାର ବୃଦ୍ଧି ପାଉଛି । ବର୍ଷ ବର୍ଷ ଧରି ଅବାଧରେ ଚୋରା ମଦ କାରବାର ଚାଳିଥିବା ବେଳେ ଅସହାୟ ଗରିବଙ୍କ ଏଥିରେ ଧନ, ଜୀବନ ହାନି ହେଉଛି। ବିଶେଷ କରି ଯୁବ ଛାତ୍ରମାନେ ପ୍ରଭାବିତ ହେଉଥିବା ନେଇ ପୂର୍ବରୁ ମହିଳା ସ୍ବୟଂ ସହାୟକ ଗୋଷ୍ଠି ପକ୍ଷରୁ କାନ୍ଧମାଳ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇ ତୁରନ୍ତ ମଦ କାରବାର ଉପରେ ରୋକ୍‌ ଲଗାଇବାକୁ ଦାବି କରାଯାଇଥିଲା।

ଗୁରୁବାର ପୁଣି ମହିଳାମାନେ ବ୍ରାହ୍ମଣୀଗାଁ ଥାନା ଅଧିକାରୀ ଚିରଞ୍ଜିବି ବେହେରାଙ୍କୁ ଭେଟି ଘଟଣା ସମ୍ପର୍କରେ ଲିଖିତ ଭାବେ ଜଣାଇଛନ୍ତି। ଛାତ୍ର ସମାଜ ନିଶାସକ୍ତ ହେଉଥିବା ବେଳେ ଏନେଇ ପରିବାର ଲୋକେ ଚିନ୍ତାରେ ରହୁଛନ୍ତି। ହେଲେ ଏଥିପ୍ରତି ପ୍ରତି ସରକାରଙ୍କ କୌଣସି ଦୃଷ୍ଟି ପଡୁ ନ ଥିବା ମହିଳାମାନେ ଅଭିଯୋଗ କରିଛନ୍ତି। ଏପରିକି ଅବକାରୀ ବିଭାଗ ସମ୍ପୃକ୍ତ ଅଞ୍ଚଳରେ କେବେ ପାଦ ପକାଉ ନ ଥିବା ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି।

କାଟିଙ୍ଗିଆ ପଞ୍ଚାୟତ ମାତୃ ସଂଘର ସମସ୍ତ ମହିଳା ଅଞ୍ଚଳରେ ଚାଲିଥିବା ମଦ କାରବାରକୁ ନେଇ ଚିନ୍ତା ପ୍ରକଟ କରିବା ସହ ପଡୋଶୀ ଗଞ୍ଜାମ ଜିଲାରେ ହୋଇଥିବା ମଦମୃତ୍ୟୁ ଭଳି କନ୍ଧମାଳରେ ମଧ୍ୟ ଘଟିପାରେ ବୋଲି କହିଛନ୍ତି।

ଆଗାମୀ ଦିନରେ ପୋଲିସ କିମ୍ବା ସମ୍ପୃକ୍ତ ବିଭାଗ ପକ୍ଷରୁ କୌଣସି ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆ ନ ଯାଏ ତେବେ ମହିଳାମାନେ ରାଜରାସ୍ତାକୁ ଆସି ବିକ୍ଷୋଭ ପ୍ରଦର୍ଶନ କରିବେ ବୋଲି ଚେତାବନୀ ଦେଇଛନ୍ତି। ପୋଲିସ ଅଭିଯୋଗ ପତ୍ର ପାଇବା ପରେ ଘଟଣାକୁ ଗୁରୁତର ଭାବେ ନେଇଛି। ତୁରନ୍ତ ଚୋରା ମଦ କାରବାର କରୁଥିବା ଲୋକଙ୍କୁ ଗିରଫ କରି ଆଇନ ଅନୁଯାୟୀ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ ବୋଲି ଥାନା ଅଧିକାରୀ ବେହେରାଙ୍କୁ କହିଛନ୍ତି। ଅଭିଯୋଗ ପତ୍ର ଦେବାବେଳେ କାଟିଙ୍ଗିଆ ସରପଞ୍ଚ ସୁଭଦ୍ରା ମଲିକ ଓ ଅନ୍ୟ ସଭାନେତ୍ରୀ ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri