ମଦ୍ୟପାନ କରି ଗାଡି ଚଳାଇବା ମହଙ୍ଗା ପଡିଲା, ଡିଭାଇଡରରେ ପିଟିହେଲା ଟ୍ରକ୍‌, ତା’ପରେ…

ଗଞ୍ଜାମ୧୩।୯(ବିଦ୍ୟାଧର ସାହୁ ): ମଦ୍ୟପାନ କରି ଗାଡି ନ ଚଲେଇବା ପାଇଁ ସରକାର ଓ ପ୍ରଶାସନ ପକ୍ଷରୁ ବିଭିନ୍ନ ସମୟରେ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି । କିନ୍ତୁ ପ୍ରଶାସନର ତାଗିଦକୁ ଭୃକ୍ଷେପ ନକରି କିଛି ମଦ୍ୟପ ଡ୍ରାଇଭର ମଦ୍ୟପାନ କରି ଗାଡି ଚଳାଇ ଦୁର୍ଘଟଣା ଘଟାଉଛନ୍ତି। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ସହରରେ । ମିଳିଥିବା ସୂଚନା ଅନୁଯାଇ ଟ୍ରକ ନଂ ଓଡ଼ି 02ବିବି 8771ରାତି ପ୍ରାୟ ଏଗାରଟାରେ ବ୍ରହ୍ମପୁରରୁ ଭୁବନେଶ୍ୱର ପଟେ ଯାଉଥିବା ବେଳେ ବାଇପାସରୁ ଗଞ୍ଜାମ ସହରକୁ ପ୍ରବେଶ କରିଥିଲେ । ସାନ ବଜାର ଅତିକ୍ରମ କଲା ପରେ ବଡ଼ ବଜାର ଠାରେ ଡିଭାଇଡ଼ରକୁ ଟ୍ରକ୍‌ଟି ପିଟି ହୋଇ ଯାଇଥିଲା । ସ୍ଥାନୀୟ ଲୋକେ ଡ୍ରାଇଭରଙ୍କୁ ଗାଡିରୁ ଓହ୍ଲାଇଥିଲେ । ଡ୍ରାଇଭର ଜଣକ ପ୍ରଚୁର ମଦ୍ୟପାନ କରିଥିବା ଦୁର୍ଘଟଣାସ୍ଥଳରେ ଆଲୋଚନା ଜୋର ଧରିଛି ।ଖବର ପାଇ ଗଞ୍ଜାମ ଥାନା ମହିଳା ସେକେଣ୍ଡ ଅଫିସର ସୁପ୍ରଭା ସାହୁ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛନ୍ତି। ଖବର ଶେଷ ସୁଦ୍ଧା ଦୁର୍ଘଟଣା ଗ୍ରସ୍ତ ଟ୍ରକ୍‌ଟି ସେମିତି ଡିଭାଇଡ଼ରରେ ଲଟକି ରହିଥିବା ଦେଖିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା; ଜଗଦିଶ ସଭାପତି, ଶିଶିର କାର୍ଯ୍ୟକାରୀ ସମ୍ପାଦକ

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କାଳିଞ୍ଜି ସମାଜ ଗୃହରେ ରବିବାର ନୂତନ ପେନସନ ଯୋଜନା (NPS) ଅନ୍ତର୍ଭୁକ୍ତ ପ୍ରାଥମିକ ଶିକ୍ଷକମାନଙ୍କ ସଂଘର ନୂତନ କର୍ମକର୍ତ୍ତା…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌…

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ…

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?