ପାଠପଢ଼ା ଛାଡି ମଦ କୋଠିରେ ମାତାଲ ଶିକ୍ଷକ: ଭିଡିଓ ଭାଇରାଲ ପରେ କାର୍ଯ୍ୟାନୁଷ୍ଠାନ ଦାବି

କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଗୋଷ୍ଠୀ ଶିକ୍ଷା ବିଭାଗ ଅଧୀନରେ ଥିବା କାଶିବାହାଲ କ୍ଲଷ୍ଟର ଧନସରା ଉଚ୍ଚପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଥିବା ଶିକ୍ଷକ ଦିବ୍ୟଲାଲ ଛତ୍ରିଆ ସ୍କୁଲକୁ ଆସି ପିଲାଙ୍କୁ ପାଠ ପଢ଼ାଇବା ଛାଡି ବିଦ୍ୟାଳୟ ନିକଟରେ ଥିବା ଏକ ମଦ କୋଠିରେ ଖୁଲାମଖୁଲା ମଦ ଆସର ଜମାଉଛନ୍ତି । ଶିକ୍ଷକଙ୍କ ମାତାଲ ହୋଇଥିବାର ଦୃଶ୍ୟକୁ କିଛି ସ୍ଥାନୀୟ ଲୋକେ ମୋବାଇଲରେ ଭିଡିଓ ଉତ୍ତୋଳନ କରି ସୋସିଆଲ ମିଡିଆରେ ଭାଇରାଲ କରିଛନ୍ତି। ଶିକ୍ଷକ ସ୍କୁଲକୁ ଆସି ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବାହାରୁ ଆସୁଛି କହି ମଦକୋଠିରେ ବସି ମଦ ପିଉଥିବା ଭିଡିଓ ସୋସିଆଲ ମିଡିଆରେ ଘୁରିବୁଲୁଛି। ଯାହାକୁ ନେଇ ଗ୍ରାମବାସୀ, ବୁଦ୍ଧିଜୀବୀ ଓ ପରିଚାଳନା କମିଟି ପକ୍ଷରୁ ଚର୍ଚ୍ଚାର ବିଷୟ ପାଲଟିଛି।

ପୂର୍ବରୁ ମଧ୍ୟ ଶିକ୍ଷକ ଅନେକ ସମୟରେ ମଦ ପିଇ ସ୍କୁଲ ଆସୁଥିବା ଓ ବିଶୃଙ୍ଖଳା କରୁଥିବା ଅଭିଯୋଗ ହୋଇ ଆସୁଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନ ନେବାରୁ ପରିଚାଳନା କମିଟି ପକ୍ଷରୁ ଉପରିସ୍ଥ ଅଧିକାରୀଙ୍କ ଉପରେ ଭରସା ତୁଟେଇ କ୍ଷୋଭ ପ୍ରକାଶ କରିଛନ୍ତି। ଯେଉଁ ଶିକ୍ଷକ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଗଢିବା ବଦଳରେ ସିଏ ମଦ କୋଠି ଓ ଗାଁ ଦାଣ୍ଡରେ ଗଡିବ ସେଭଲି ଶିକ୍ଷକଙ୍କ ଠାରୁ କଣ ଶିକ୍ଷାଲାଭ କରିବେ ଛାତ୍ରଛାତ୍ରୀ। ସେନେଇ ଉଦବେଗ ପ୍ରକାଶ ପାଇଛି। ଏଭଳି ଶିକ୍ଷକଙ୍କ ପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ହିତେଶ ସତନାମୀ, ତ୍ରିଲୋକ୍ୟ ସତନାମୀ, ଜଗନ୍ନାଥ ଶବର, ଭୁବନେ ଜାଲ, ପ୍ରେମଲାଲ ସତନାମୀ, ଗିରିଶ ଗ୍ରିତଲହରେ, ନାରାୟଣ ବେମାଲ, ଝଜ ପୁଝାରୀ ପ୍ରମୁଖ ଦାବି କରିଛନ୍ତି। ଏ ନେଇ ବ୍ଲକ ଶିକ୍ଷାଧିକାରିଣୀ ରଶ୍ମିତା ନେତାମଙ୍କ ପ୍ରତିକ୍ରିୟା ନେବାରୁ ଘଟଣାଟି ଆମ ନଜରକୁ ଆସିଛି, ଭିଡିଓ କ୍ଲିପ ମଧ୍ୟ ମୁଁ ଦେଖିଛି ଏହା ଉପରେ ବିଭାଗୀୟ ତଦନ୍ତ ଚାଲିଛି। ରିପୋର୍ଟ ଆସିବା ପରେ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri