ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ ଶିକ୍ଷକ ଧରଣୀଧର ବେହେରା ନିଶାସକ୍ତ ଅବସ୍ଥାରେ ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ବାଡ଼ିରେ ପିଟି ଆହତ କରିଥିବା ଅଭିଯୋଗ ହୋଇଛି। ଏହି ଆକ୍ରମଣରେ ପଞ୍ଚମ ଶ୍ରେଣୀର ଛାତ୍ର ଆଶିଷ ନାହାକ ଗୁରୁତର ହୋଇଛନ୍ତି।

ଗୁରୁବାର ଅପରାହ୍ନ ପ୍ରାୟ ୩ଟା ବେଳେ ଅନ୍ୟ ଶିକ୍ଷକମାନେ ପରୀକ୍ଷା ଡ୍ୟୁଟି ପାଇଁ ଅନୁପସ୍ଥିତ ଥିବାବେଳେ ଦାୟିତ୍ୱରେ ଥିବା ଶିକ୍ଷକ ଧରଣୀଧର ବେହେରା ମଦ୍ୟପାନ କରିଥିଲେ। ସେ ଛାତ୍ରଛାତ୍ରୀଙ୍କୁ ତାଙ୍କୁ ଟେକି ନେଇ ଅଫିସରେ ଶୁଆଇ ଦେବାକୁ କହିଥିଲେ। ପିଲାମାନେ ମନା କରିବାରୁ ସେ ଉକ୍ତକ୍ତ ହୋଇ ସେମାନଙ୍କୁ ପିଟିବା ଆରମ୍ଭ କରିଥିଲେ। ମାଡ଼ ଭୟରେ ପିଲାମାନେ ଆତଙ୍କିତ ହୋଇପଡ଼ିଥିଲେ ଏବଂ ଖବର ପାଇ ଗ୍ରାମବାସୀ ସ୍କୁଲରେ ପହଞ୍ଚିବା ପୂର୍ବରୁ ଶିକ୍ଷକ ଜଣକ ଫେରାର ହୋଇଯାଇଥିଲେ।

ଘଟଣା ସମ୍ପର୍କରେ ଜିଲା ଶିକ୍ଷାଧିକାରୀ (DEO) ନିରଞ୍ଜନ ସାହୁଙ୍କ ନିର୍ଦ୍ଦେଶ ପରେ ପାଳଲହଡ଼ା ବ୍ଲକ ଶିକ୍ଷାଧିକାରୀ (BEO) ସତ୍ୟବାଦୀ ସାମଲ ତଦନ୍ତ ଆରମ୍ଭ କରିଛନ୍ତି। ଗୁରୁବାର ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଶୈଳେନ୍ଦ୍ର କୁମାର ସିଂହ ଓ ସିଆରସିସି ବାହାଦୁର ସାହୁ ସ୍କୁଲକୁ ଯାଇ ଅଭିଭାବକ ଓ ଛାତ୍ରଛାତ୍ରୀଙ୍କ ବୟାନ ରେକର୍ଡ କରିଛନ୍ତି।

“ତଦନ୍ତ ରିପୋର୍ଟ ମିଳିବା ମାତ୍ରେ ଅଭିଯୁକ୍ତ ଶିକ୍ଷକଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ,” ବୋଲି ବ୍ଲକ ଶିକ୍ଷାଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri