ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ ଶିକ୍ଷକ ଧରଣୀଧର ବେହେରା ନିଶାସକ୍ତ ଅବସ୍ଥାରେ ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ବାଡ଼ିରେ ପିଟି ଆହତ କରିଥିବା ଅଭିଯୋଗ ହୋଇଛି। ଏହି ଆକ୍ରମଣରେ ପଞ୍ଚମ ଶ୍ରେଣୀର ଛାତ୍ର ଆଶିଷ ନାହାକ ଗୁରୁତର ହୋଇଛନ୍ତି।

ଗୁରୁବାର ଅପରାହ୍ନ ପ୍ରାୟ ୩ଟା ବେଳେ ଅନ୍ୟ ଶିକ୍ଷକମାନେ ପରୀକ୍ଷା ଡ୍ୟୁଟି ପାଇଁ ଅନୁପସ୍ଥିତ ଥିବାବେଳେ ଦାୟିତ୍ୱରେ ଥିବା ଶିକ୍ଷକ ଧରଣୀଧର ବେହେରା ମଦ୍ୟପାନ କରିଥିଲେ। ସେ ଛାତ୍ରଛାତ୍ରୀଙ୍କୁ ତାଙ୍କୁ ଟେକି ନେଇ ଅଫିସରେ ଶୁଆଇ ଦେବାକୁ କହିଥିଲେ। ପିଲାମାନେ ମନା କରିବାରୁ ସେ ଉକ୍ତକ୍ତ ହୋଇ ସେମାନଙ୍କୁ ପିଟିବା ଆରମ୍ଭ କରିଥିଲେ। ମାଡ଼ ଭୟରେ ପିଲାମାନେ ଆତଙ୍କିତ ହୋଇପଡ଼ିଥିଲେ ଏବଂ ଖବର ପାଇ ଗ୍ରାମବାସୀ ସ୍କୁଲରେ ପହଞ୍ଚିବା ପୂର୍ବରୁ ଶିକ୍ଷକ ଜଣକ ଫେରାର ହୋଇଯାଇଥିଲେ।

ଘଟଣା ସମ୍ପର୍କରେ ଜିଲା ଶିକ୍ଷାଧିକାରୀ (DEO) ନିରଞ୍ଜନ ସାହୁଙ୍କ ନିର୍ଦ୍ଦେଶ ପରେ ପାଳଲହଡ଼ା ବ୍ଲକ ଶିକ୍ଷାଧିକାରୀ (BEO) ସତ୍ୟବାଦୀ ସାମଲ ତଦନ୍ତ ଆରମ୍ଭ କରିଛନ୍ତି। ଗୁରୁବାର ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଶୈଳେନ୍ଦ୍ର କୁମାର ସିଂହ ଓ ସିଆରସିସି ବାହାଦୁର ସାହୁ ସ୍କୁଲକୁ ଯାଇ ଅଭିଭାବକ ଓ ଛାତ୍ରଛାତ୍ରୀଙ୍କ ବୟାନ ରେକର୍ଡ କରିଛନ୍ତି।

“ତଦନ୍ତ ରିପୋର୍ଟ ମିଳିବା ମାତ୍ରେ ଅଭିଯୁକ୍ତ ଶିକ୍ଷକଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ,” ବୋଲି ବ୍ଲକ ଶିକ୍ଷାଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?