Posted inଜାତୀୟ

ବିମାନ ପରେ ଏବେ ଟ୍ରେନରେ ସମାନ ଘଟଣା: ମହିଳା ଯାତ୍ରୀଙ୍କ ଉପରେ ପରିସ୍ରା କଲେ ଟିଟି

ନୂଆଦିଲ୍ଲୀ,୧୪।୩: ଯାତ୍ରୀଙ୍କ ଉପରେ ପରିସ୍ରା କରିବା ଘଟଣା ବନ୍ଦ ହେବାର ନାଁ ନେଉନାହିଁ। ନିକଟରେ ଏକ ବିମାନରେ ଏଭଳି ଘଟଣା ଘଟିଥିଲା। ଯାହାକୁ ନେଇ ଚର୍ଚ୍ଚା ମଧ୍ୟ ହୋଇଥିଲା। ବର୍ତ୍ତମାନ ଟ୍ରେନରେ ଏଭଳି ଏକ ଲଜ୍ଜାଜନକ ମାମଲା ସାମ୍ନାକୁ ଆସିଛି। ଯେଉଁଠାରେ ଟିଟି ଜଣେ ମହିଳା ଯାତ୍ରୀଙ୍କ ଉପରେ ପରିସ୍ରା କରିଛନ୍ତି। ଏଭଳି ଅଭିଯୋଗ ଆସିବା ପରେ ରେଲଓ୍ବ ପୋଲିସ ଅଭିଯୁକ୍ତ ଟିଟିଙ୍କୁ ଗିରଫ କରିଥିବା ଜଣାପଡିଛି। ଏଥିସହିତ ତାଙ୍କୁ ଚାକିରିରୁ ବରଖାସ୍ତ କରିଦିଆଯାଇଛି।

ସୂଚନାନୁସାରେ, ଅମୃତସରରୁ କୋଲକାତା ଯାଉଥିବା ଅକାଳ ତଖତ ଏକ୍ସପ୍ରେସରେ ଏହି ଘଟଣା ଘଟିଛି। ଜଣେ ଯାତ୍ରୀ ନିଜ ସ୍ତ୍ରୀଙ୍କ ସହ ଏ-୧ କୋଚ୍‌ରେ ଯାତ୍ରା କରୁଥିଲେ। ରବିବାର ରାତି ପ୍ରାୟ ୧୨ଟା ସମୟରେ ସ୍ତ୍ରୀ ଶୋଇଥିବା ବେଳେ ବିହାରର ଟିଟି ମୁନ୍ନା କୁମାର ଆସି ତାଙ୍କ ମୁଣ୍ଡ ଉପରେ ପରିସ୍ରା କରି ଦେଇଥିଲେ। ତେବେ ଟିଟି ମଦ୍ୟପାନ କରି ଏଭଳି କାଣ୍ଡ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

ବିପଦପୂର୍ଣ୍ଣ ରାସ୍ତା, ଲୋକେ ହଟହଟା: ବୁର୍ଡ଼ା-ଅର୍ଜୁନପୁର ପିଡବ୍ଲ୍ୟୁଡି ରାସ୍ତା କଲଭର୍ଟ ଭୁଶୁଡ଼ି ଗର୍ତ୍ତ

ଲୋଇସିଂହା,୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ବୁର୍ଡା ଛକରୁ ଅର୍ଜୁନପୁର ପିଡବ୍ଲୁଡି ରାସ୍ତାର କୁମୁଣ୍ଡେ ଶୁଳିଆ ଛକ ନିକଟ କଲଭର୍ଟ ଭାଙ୍ଗି ଗର୍ତ୍ତ ସୃଷ୍ଟି ହୋଇଛି। ଏହାର…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ୨୫ ପ୍ରତିଶତ ବୋନସ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ଏମ୍‌ପି

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ଓଡ଼ିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୧୨ଲକ୍ଷ କେନ୍ଦୁପତ୍ର ଶ୍ରମିକ କେନ୍ଦୁପତ୍ର ତୋଳାଳି, ସିଜିନାଲ କର୍ମଚାରୀ,ବନ୍ଧେଇ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାର ଯଥାକ୍ରମେ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ…

ପୁଣି PM ମୋଦିଙ୍କ ଆଗରେ ବଡ଼ ଦାବି ରଖିଲେ ଅଭିଜିତ ଦୀପକେ: ୧୫ ଅଗଷ୍ଟରେ Gen Z ଙ୍କ ପାଇଁ…

ନୂଆଦିଲ୍ଲୀ, ୭।୮: ଜନ୍ତର ମନ୍ତରରେ ପ୍ରତିବାଦ କରିବା ପରେ ବର୍ତ୍ତମାନ କକରୋଚ ଜନତା ପାର୍ଟି (CJP) ନୂଆ ପ୍ରସଙ୍ଗଗୁଡ଼ିକୁ ନେଇ ଆଲୋଚନା କରୁଛି। ସିଜେପିର କୋର୍‌ ଟିମ୍‌ର…

ଆଜିର ରାଶିଫଳ: ସିଂହ ରାଶିରେ ବୁଧଙ୍କ ଗୋଚର, ଅଚାନକ ଏହି ୫ ରାଶିକୁ ମିଳିବ…

ବୈଦିକ ଜ୍ୟୋତିଷ ଅନୁସାରେ ବୁଧ କେବଳ ଏକ ଅତ୍ୟନ୍ତ ଶୁଭ ଗ୍ରହ ନୁହେଁ, ବରଂ ବୁଦ୍ଧି, ବାଣୀ, ତର୍କ, ବ୍ୟାପାର, ସଂଯୋଗ ଓ କୌଶଳର କାରକ ଏବଂ…

ଅଗ୍ନି-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୭ା୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆରରେ ଗୁରୁବାର ଅଗ୍ନି -୪ ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଏହି ପରୀକ୍ଷଣ ଷ୍ଟ୍ରାଟେଜିକ୍‌…

ଭାଲୁ ଆକ୍ରମଣରେ ଭଉଣୀଭାଇ ମୃତ: ମୃତଦେହ ପାଖରେ ଜଗି ରହିଲା ଭାଲୁ

ଉମରକୋଟ,୭।୮(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟ କାଙ୍କେର ଜିଲା ମରକାଟୋଲା ଗାଁରେ ଏକ ହିଂସ୍ର ମାଈ ଭାଲୁ ଆକ୍ରମଣରେ ଗୋଟିଏ ପରିବାରର ଦୁଇ ଭଉଣୀଭାଇଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri