ଗାଁରେ ଆତଙ୍କ ଖେଳାଇଲେ ମଦ୍ୟପ ଯୁବକ, ଗ୍ରାମବାସୀ ଥାନାର ଦ୍ୱାରସ୍ଥ ହୋଇ…

ଅମରପାଲି,୧୦ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ବହଳପଦର ପଞ୍ଚାୟତର ଗୌଡ଼ଗାଡ଼ ଗ୍ରାମର ଶତାଧିକ ମହିଳା ଜଣେ ମଦ୍ୟପଙ୍କ ବିରୋଧରେ ଅଭିଯୋଗ କରି ଥାନାର ଦ୍ବାରସ୍ଥ ହୋଇଛନ୍ତି। ଅଭିଯୋଗ ଅନୁସାରେ ଗତ ବର୍ଷଠାରୁ ଗୌଡ଼ଗାଡ଼ ଗ୍ରାମର ମହିଳାମାନେ ଏକତ୍ରିତ ହୋଇ ଗ୍ରାମରେ ମଦ ବିକ୍ରିକୁ ବନ୍ଦ କରାଇଥିଲେ। ଏହା ସହିତ ଯିଏ ବି ମଦପିଇ ଗାଳିଗୁଲଜ କଲା ତାହାର ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିଷ୍ପତ୍ତି ନିଆଯାଇଥିଲା। ଫଳରେ ଗ୍ରାମରେ ମଦ ବିକ୍ରି ସମ୍ପୂର୍ଣ୍ଣ ବନ୍ଦ ହୋଇଛି। ମାତ୍ର କିଛି ଦିନ ପୂର୍ବରୁ ଗ୍ରାମର ଜଣେ ଯୁବକ ମଦ ପିଇ ଗାଁ ଦାଣ୍ଡରେ ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ସହିତ କେତେକଙ୍କୁ ହାଣି ଦେବି, ମାରିଦେବି କହି ଆତଙ୍କ ଖେଳାଇଥିଲେ। ଏନେଇ ଗ୍ରାମରେ ଏକ ସଭା ବସିଥିଲା। ଏହି ସଭାରେ ସଂପୃକ୍ତ ଯୁବକ ଜଣକ ନିଜ ଦୋଷ ସ୍ବୀକାର କରି ଦୋଷୀ ସାବ୍ୟସ୍ତ ହୋଇଥିଲେ। ଆଗକୁ ମଦ ପିଇ ଗାଳିଗୁଲଜ ନ କରିବାକୁ ମଧ୍ୟ ପ୍ରତିଶ୍ରୁତି ଦେଇଥିଲୋ। ମାତ୍ର ଏବେ ପୁଣି ସଂପୃକ୍ତ ଯୁବକ ମଦ୍ୟପାନ କରି ସମାନ ଢଙ୍ଗରେ ଗାଁ ଦାଣ୍ଡରେ ଗାଳିଗୁଲଜ କରିବା ସହିତ ଆତଙ୍କ ଖେଳାଇଥିଲେ। ଗ୍ରାମର ପରିଚାଳନା କମିଟିର ସଭାପତି ସମେତ ଅନ୍ୟ ସଭ୍ୟମାନେ ତାଙ୍କୁ ମନା କରିବାକୁ କାହାରି କଥା ଶୁଣି ନ ଥିଲା। ଫଳରେ ମଙ୍ଗଳବାର ଗ୍ରାମର ଶତାଧିକ ମହିଳା ଠେଙ୍ଗୋ ଡ୍ୟାମ ଫାଣ୍ଡି ଅଧିକାରୀଙ୍କୁ ଅଭିଯୋଗ କରିଥିଲେ। ମାତ୍ର ଫାଣ୍ଡିରେ ଏହାର କୌଣସି ସମାଧାନ ନ ହେବାରୁ ସଂପୃକ୍ତ ଯୁବକଙ୍କ ନାମରେ ଏକ ମାମଲା ରୁଜୁ କରାଯାଇଛି।

ତେବେ ବୁଧବାର ପୁଣି ଥରେ ଗ୍ରାମର ଶତାଧିକ ମହିଳା ଓ ପୁରୁଷ ବୀରମହାରାଜପୁର ଥାନାକୁ ଯାଇ ଏହି ବିଷୟରେ ଅଭିଯୋଗ କରିବା ସହିତ ସଂପୃକ୍ତ ଯୁବକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ଗ୍ରାମ୍ୟ ପରିଚାଳନା କମିଟିର ସଭାପତି ବାବୁଲାଲ ଦେହୁରୀଙ୍କ ସମେତ ବହଳପଦର ସରପଞ୍ଚ ନିରୂପମା ସେଠୀ, ସମିତି ସଭ୍ୟା ସୁଗନ୍ଧା ଘିବିଲା,ଶୁକଦେବ ସାହୁ, ଗୋପାଳ ସେଠୀ, ନଳିନୀ ସାହୁ, ନିରୁପମା ଦେହୁରୀ, ମମତା ବାରିକ, ଚଞ୍ଚଳ ବସ୍ତିଆ, ମଙ୍ଗୁଳୁ ଘିବିଲା ସମେତ ଶତାଧିକ ମହିଳା ଓ ପୁରୁଷ ଯାଇ ବୀରମହାରାଜପୁର ଥାନା ଅଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଦାବିପତ୍ର ପ୍ରଦାନ ସମୟରେ ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ମଧ୍ୟ ଗ୍ରାମର ମହିଳାଙ୍କ ସହିତ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri