ଗାଁରେ ଆତଙ୍କ ଖେଳାଇଲେ ମଦ୍ୟପ ଯୁବକ, ଗ୍ରାମବାସୀ ଥାନାର ଦ୍ୱାରସ୍ଥ ହୋଇ…

ଅମରପାଲି,୧୦ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ବହଳପଦର ପଞ୍ଚାୟତର ଗୌଡ଼ଗାଡ଼ ଗ୍ରାମର ଶତାଧିକ ମହିଳା ଜଣେ ମଦ୍ୟପଙ୍କ ବିରୋଧରେ ଅଭିଯୋଗ କରି ଥାନାର ଦ୍ବାରସ୍ଥ ହୋଇଛନ୍ତି। ଅଭିଯୋଗ ଅନୁସାରେ ଗତ ବର୍ଷଠାରୁ ଗୌଡ଼ଗାଡ଼ ଗ୍ରାମର ମହିଳାମାନେ ଏକତ୍ରିତ ହୋଇ ଗ୍ରାମରେ ମଦ ବିକ୍ରିକୁ ବନ୍ଦ କରାଇଥିଲେ। ଏହା ସହିତ ଯିଏ ବି ମଦପିଇ ଗାଳିଗୁଲଜ କଲା ତାହାର ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିଷ୍ପତ୍ତି ନିଆଯାଇଥିଲା। ଫଳରେ ଗ୍ରାମରେ ମଦ ବିକ୍ରି ସମ୍ପୂର୍ଣ୍ଣ ବନ୍ଦ ହୋଇଛି। ମାତ୍ର କିଛି ଦିନ ପୂର୍ବରୁ ଗ୍ରାମର ଜଣେ ଯୁବକ ମଦ ପିଇ ଗାଁ ଦାଣ୍ଡରେ ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ସହିତ କେତେକଙ୍କୁ ହାଣି ଦେବି, ମାରିଦେବି କହି ଆତଙ୍କ ଖେଳାଇଥିଲେ। ଏନେଇ ଗ୍ରାମରେ ଏକ ସଭା ବସିଥିଲା। ଏହି ସଭାରେ ସଂପୃକ୍ତ ଯୁବକ ଜଣକ ନିଜ ଦୋଷ ସ୍ବୀକାର କରି ଦୋଷୀ ସାବ୍ୟସ୍ତ ହୋଇଥିଲେ। ଆଗକୁ ମଦ ପିଇ ଗାଳିଗୁଲଜ ନ କରିବାକୁ ମଧ୍ୟ ପ୍ରତିଶ୍ରୁତି ଦେଇଥିଲୋ। ମାତ୍ର ଏବେ ପୁଣି ସଂପୃକ୍ତ ଯୁବକ ମଦ୍ୟପାନ କରି ସମାନ ଢଙ୍ଗରେ ଗାଁ ଦାଣ୍ଡରେ ଗାଳିଗୁଲଜ କରିବା ସହିତ ଆତଙ୍କ ଖେଳାଇଥିଲେ। ଗ୍ରାମର ପରିଚାଳନା କମିଟିର ସଭାପତି ସମେତ ଅନ୍ୟ ସଭ୍ୟମାନେ ତାଙ୍କୁ ମନା କରିବାକୁ କାହାରି କଥା ଶୁଣି ନ ଥିଲା। ଫଳରେ ମଙ୍ଗଳବାର ଗ୍ରାମର ଶତାଧିକ ମହିଳା ଠେଙ୍ଗୋ ଡ୍ୟାମ ଫାଣ୍ଡି ଅଧିକାରୀଙ୍କୁ ଅଭିଯୋଗ କରିଥିଲେ। ମାତ୍ର ଫାଣ୍ଡିରେ ଏହାର କୌଣସି ସମାଧାନ ନ ହେବାରୁ ସଂପୃକ୍ତ ଯୁବକଙ୍କ ନାମରେ ଏକ ମାମଲା ରୁଜୁ କରାଯାଇଛି।

ତେବେ ବୁଧବାର ପୁଣି ଥରେ ଗ୍ରାମର ଶତାଧିକ ମହିଳା ଓ ପୁରୁଷ ବୀରମହାରାଜପୁର ଥାନାକୁ ଯାଇ ଏହି ବିଷୟରେ ଅଭିଯୋଗ କରିବା ସହିତ ସଂପୃକ୍ତ ଯୁବକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ଗ୍ରାମ୍ୟ ପରିଚାଳନା କମିଟିର ସଭାପତି ବାବୁଲାଲ ଦେହୁରୀଙ୍କ ସମେତ ବହଳପଦର ସରପଞ୍ଚ ନିରୂପମା ସେଠୀ, ସମିତି ସଭ୍ୟା ସୁଗନ୍ଧା ଘିବିଲା,ଶୁକଦେବ ସାହୁ, ଗୋପାଳ ସେଠୀ, ନଳିନୀ ସାହୁ, ନିରୁପମା ଦେହୁରୀ, ମମତା ବାରିକ, ଚଞ୍ଚଳ ବସ୍ତିଆ, ମଙ୍ଗୁଳୁ ଘିବିଲା ସମେତ ଶତାଧିକ ମହିଳା ଓ ପୁରୁଷ ଯାଇ ବୀରମହାରାଜପୁର ଥାନା ଅଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଦାବିପତ୍ର ପ୍ରଦାନ ସମୟରେ ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ମଧ୍ୟ ଗ୍ରାମର ମହିଳାଙ୍କ ସହିତ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri