ଶୁଖିଲା ପଡ଼ିଲାଣି ନଈ, ନାଳ: ଗୃହପାଳିତ ପ୍ରାଣୀଙ୍କ ପାଇଁ ଜଳକୁଣ୍ଡ ନିର୍ମାଣ କରାଯାଉ

କେସିଙ୍ଗା,୧୮ା୪(ତୁମେଶ୍ୱର ସାହୁ)- ଗ୍ରୀଷ୍ମତାତିକୁ ଦୃଷ୍ଟିରେ ରଖି କେସିଙ୍ଗା ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ଅନ୍ତର୍ଗତ ବିଭିନ୍ନ ପ୍ରାଣୀ ଚିକିତ୍ସାଳୟ ଓ ପ୍ରାଣୀସମ୍ପଦ ସହାୟକ କେନ୍ଦ୍ରରେ ଗୃହପାଳିତ ପ୍ରାଣୀଙ୍କ ପାଇଁ ପାନୀୟଜଳ କୁଣ୍ଡ ନିର୍ମାଣ ପାଇଁ ଚାଷୀମାନେ ଦାବି କରିଛନ୍ତି।

ସୂଚନା ମୁତାବକ ଏହି ବ୍ଲକରେ ତୁଣ୍ଡଳା, ପାଷ୍ଟିକୁଡି, କେସିଙ୍ଗା ପ୍ରାଣୀ ଚିକିତ୍ସାଳୟ ସହ ୧୩ଟି ପ୍ରାଣୀସମ୍ପଦ ସହାୟକ କେନ୍ଦ୍ର ରହିଛି। ଗାଷ୍ଠୀ ପ୍ରାଣୀ ଚକିତ୍ସା ଅଧିକାରୀଙ୍କ ସୂଚନାକ୍ରମେ ବ୍ଲକରେ ୧୮,୧୪୬ ଗାଈ ବଳଦ, ୧୯୬ ମଇଁଷି, ୨୫,୯୭୬ଟି ଛେଳି, ୫୩୦୧ ମେଣ୍ଢା ଓ ୨୫୦୦ଟି ବତକ ରହିଛନ୍ତି। ବର୍ତ୍ତମାନ ବ୍ଲକ ଅଞ୍ଚଳରେ ତାପମାତ୍ରା ୪୨ଡିଗ୍ରୀ ଉପରେ ରହୁଥିବାରୁ ପୋଖରୀ, ନଈ, ନାଳ, ଚେକ୍‌ଡ୍ୟାମ୍‌, କୂଅରେ ପାଣି ଶୁଖିବାକୁ ବସିଛି।

ଗୃହପାଳିତ ପ୍ରାଣୀଙ୍କ ଗାଧୋଇବା ଓ ପିଇବା ପାଇଁ ଜଳ ବ୍ୟବସ୍ଥା ନ ଥିବାରୁ ଚାଷୀମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ସେମାନେ ଗୋଷ୍ଠୀ ପ୍ରାଣୀ ଚକିତ୍ସାଧିକାରୀଙ୍କୁ ଲିଖିତ ଅଭିଯୋଗ କରିଥିଲେ ସୁଦ୍ଧା ସୁଫଳ ମିଳିନାହିଁ। ତୁରନ୍ତ ପ୍ରତି ପଞ୍ଚାୟତରେ ପାନୀୟଜଳ ଓ ଜଳକୁଣ୍ଡ ନିର୍ମାଣ ପାଇଁ ଚାଷୀମାନେ ଦାବି କରିଛନ୍ତି।

ଏ ସଂକ୍ରାନ୍ତରେ କେସିଙ୍ଗା ଗୋଷ୍ଠୀ ପ୍ରାଣୀ ଚିକିତ୍ସାଳୟର ସହ ପ୍ରାଣୀସମ୍ପଦ ସହାୟକ ଡା. ସୌମ୍ୟ ରଞ୍ଜନ ଦାଶଙ୍କୁ ପଚାରୁବାରୁ ଗୃହପାଳିତ ପ୍ରାଣୀଙ୍କ ପାଇଁ ପାନୀୟଜଳ ଓ ଜଳକୁଣ୍ଡ ନିର୍ମାଣ ପାଇଁ ବିଭାଗ ପକ୍ଷରୁ କୌଣସି ଆର୍ଥିକ ସହାୟତା ସୁବିଧା ନାହିଁ, ଆମେ ଏ ନେଇ କେସିଙ୍ଗା ବିଡିଓଙ୍କୁ ଲିଖିତ ଆକାରରେ ଜଣାଇଛୁ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri