ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା ରାଶନ ମିଳିବ। ଏନେଇ ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ଚିଠି ଲେଖାଯାଇ ଅବଗତ କରାଯାଇଛି। ସୂଚନାଯୋଗ୍ୟ, ଗ୍ରୀଷ୍ମ ପ୍ରବାହ ପାଇଁ ରାଜ୍ୟ ସରକାର ଗତ ୧୮ରୁ ୨୦ ତିନିଦିନ ସ୍କୁଲ ଛୁଟି କରିଥିଲେ ଏବଂ ଆସନ୍ତା ୨୫ରୁ ଆଗୁଆ ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି। ଶିକ୍ଷା କ୍ୟାଲେଣ୍ଡର ଅନୁଯାୟୀ, ଏପ୍ରିଲ ୨୫ରୁ ମେ’ ୪ (୯ଦିନ) ହେଉଛି କାର୍ଯ୍ୟ ଦିବସ। ତେଣୁ ଏହି କାର୍ଯ୍ୟ ଦିବସ ପାଇଁ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ପାଇଁ ଶୁଖିଲା ରାଶନ ଦିଆଯିବ। ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ(ପ୍ରଥମରୁ ଅଷ୍ଟମ ଶ୍ରେଣୀ) ଛାତ୍ରୀଛାତ୍ରଙ୍କ ପାଇଁ ପ୍ରଧାନଶିକ୍ଷକଙ୍କ ଦ୍ୱାରା ଶୁଖିଲା ରାଶନ ସେମାନଙ୍କ ଅଭିଭାବକଙ୍କୁ ଦିଆଯିବ। ସେହିପରି ଅନ୍ୟାନ୍ୟ ସାମଗ୍ରୀ(ରନ୍ଧନ) ମୂଲ୍ୟ ସିଧାସଳଖ ଡିବିଟି ମୋଡ୍‌ରେ ସ୍କୁଲ ଛାତ୍ରୀଛାତ୍ର, ଅଭିଭାବକଙ୍କ ଆକାଉଣ୍ଟରେ ଅର୍ଥ ପୈଠ କରାଯିବ। ଜଟିଳ ପରିସ୍ଥିତିରେ ଯେଉଁଠାରେ ଆକାଉଣ୍ଟ ସ୍ଥାନାନ୍ତର ସମ୍ଭବ ନୁହେଁ, ସେଠାରେ ଏକ ନିର୍ଦ୍ଦିଷ୍ଟ ରେଜିଷ୍ଟର ମାଧ୍ୟମରେ ଦେୟ ପ୍ରଦାନ କରାଯିବ। ସମସ୍ତ ଅଭିଭାବକଙ୍କୁ ଶୁଖିଲା ରାଶନ ଏବଂ ସାମଗ୍ରୀ(ରନ୍ଧନ)ର ମୂଲ୍ୟ ବଣ୍ଟନ ୧୫ ଦିନ ମଧ୍ୟରେ ଶେଷ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri