ଡିଏସ୍‌ପି ଅଳାବତୀ ଆର୍ଶୁ ମାରାଣ୍ଡିଙ୍କ ଅକାଳ ବିୟୋଗ

କଟକ,୧୫ା୪(କାର୍ତ୍ତିକ ସାହୁ): କଟକସ୍ଥିତ ରାଜ୍ୟ ମାନବାଧିକାର ସୁରକ୍ଷା ପ୍ରକୋଷ୍ଠ (ଏଚ୍‌ଆର୍‌ପିସି)ରେ କାର୍ଯ୍ୟରତ ଥିବା ଡିଏସ୍‌ପି ଅଳାବତୀ ଆର୍ଶୁ ମାରାଣ୍ଡୀ(୫୨)ଙ୍କ ରବିବାର ଅକାଳ ବିୟୋଗ ଘଟିଛି। ସେ ଦୀର୍ଘ ୮ ବର୍ଷ ହେବ ଦୂରାରୋଗ୍ୟରେ ପୀଡିତ ହୋଇ ଚିକିତ୍ସାଧୀନ ଥିଲେ। ରାଜ୍ୟ ମାନବାଧିକାର ସୁରକ୍ଷା ପ୍ରକୋଷ୍ଠ ପରିସରରେ ସ୍ବତନ୍ତ୍ର ଆରକ୍ଷୀ ମହାନିର୍ଦ୍ଦେଶକ (ଏଚ୍‌ଆରପିସି) ଲଳିତ ଦାସଙ୍କ ଅଧ୍ୟକ୍ଷତାରେ ଏକ ଶୋକସଭା ସୋମବାର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ଏଥିରେ ଯୋଗଦେଇ ଡିଏସ୍‌ପି ସ୍ବର୍ଗତ ମାରାଣ୍ଡିଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ନୀରବ ପ୍ରାର୍ଥନା କରିଥିଲେ।
ସ୍ବର୍ଗତ ମାରାଣ୍ଡି ଜଣେ ଦକ୍ଷ ପୋଲିସ ଅଧିକାରୀ ଭାବେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ ବୋଲି ସ୍ବତନ୍ତ୍ର ଆରକ୍ଷୀ ମହାନିର୍ଦ୍ଦେଶକ (ଏଚ୍‌ଆରପିସି) ଲଳିତ ଦାସ ମତବ୍ୟକ୍ତ କରିଥିଲେ। ନିଜ ଚାକିରି କାର୍ଯ୍ୟକାଳ ମଧ୍ୟରେ ବିଭିନ୍ନ ଜିଲାରେ ଦକ୍ଷତାର ସହ କାର୍ଯ୍ୟ ନିର୍ବାହ କରିଥିଲେ ବୋଲି ସେ କହିଥିଲେ।
ସ୍ବର୍ଗତ ମାରାଣ୍ଡିଙ୍କ  ପରିବାରବର୍ଗଙ୍କ ପ୍ରତି ମଧ୍ୟ ସେ ସମବେଦନା ଜ୍ଞାପନ କରିଥିଲେ। ତାଙ୍କ ବିୟୋଗ ସମାଜ ତଥା ପୋଲିସ ବିଭାଗ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ନିଜ ପ୍ରତିକ୍ରିୟାରେ କହିଥିଲେ। ଏସ୍‌.ପି(ଏଚଆରପିସି) ଆର.କେ. ସେନାପତିଙ୍କ ସମେତ ଅତିରିକ୍ତ ଏସ୍‌ପି, ଡିଏସ୍‌ପି ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri