Posted inଖେଳ

ଟେଷ୍ଟ କ୍ରିକେଟରୁ ଅବସର ନେଲେ ଡୁ’ପ୍ଲେସି

ଜୋହାନ୍ସବର୍ଗ,୧୮ା୨(ପି.ଟି.)-ଦକ୍ଷିଣ ଆଫ୍ରିକା ପୂର୍ବତନ ଅଧିନାୟକ ଫାଫ୍‌ ଡୁ’ପ୍ଲେସି ବୁଧବାର ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଏଣିକି ସେ ଖେଳର ଶର୍ଟ ଫର୍ମାଟ ଉପରେ ଧ୍ୟାନ ଦେବେ। ସେ ଅନ୍ତର୍ଜାତୀୟ ଦିନିକିଆ ଖେଳିବା ଜାରି ରଖିବେ। କିନ୍ତୁ ଟି୨୦କୁ ସେ ଅଗ୍ରାଧିକାର ଦେବେ। ୩୬ବର୍ଷୀୟ ଏହି କ୍ରିକେଟର ଇନଷ୍ଟାଗ୍ରାମ୍‌ରେ ତାଙ୍କ ଅବସର ଘୋଷଣା କରିଛନ୍ତି। ଆସନ୍ତା ଦୁଇ ବର୍ଷ ହେବାକୁ ଥିବା ଟି୨୦ କ୍ରିକେଟରେ ସେ ଭାଗନେବାକୁ ଚାହାନ୍ତି। ଡୁ’ପ୍ଲେସି ୬୯ ଟେଷ୍ଟ ମ୍ୟାଚ ଖେଳି ୪୦.୦୨ ଆଭରେଜରେ ୧୦ ଶତକ ଓ ୨୧ ଅର୍ଦ୍ଧଶତକ ସମେତ ୪୧୬୩ ରନ ସଂଗ୍ରହ କରିଛନ୍ତି। ୨୦୧୬ରେ ଏବି ଡି’ଭିଲର୍ସଙ୍କଠାରୁ ଦକ୍ଷିଣ ଆଫ୍ରିକା ଟେଷ୍ଟ ଓ ଟି୨୦ ଅଧିନାୟକ ଦାୟିତ୍ୱ ଗ୍ରହଣ କରିବା ପରେ ଗତବର୍ଷ ଏହି ପଦବୀରୁ ଓହରିଯାଇଥିଲେ। ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନ ତାଙ୍କ ଦେଶ ତରଫରୁ ୧୪୩ ଅନ୍ତର୍ଜାତୀୟ ଦିନିକିଆ ଏବଂ ୫୦ ଟି୨୦ ଖେଳିଛନ୍ତି। ୫୦ ଓଭର କ୍ରିକେଟରେ ତାଙ୍କ ଆଭରେଜ ୪୭ ରହିଥିବାବେଳେ ଟି୨୦ରେ ୩୫.୫ ରହିଛି। ଡୁ’ପ୍ଲେସି କହିଛନ୍ତି ସେ ନିଜ ଦେଶ ତରଫରୁ ସମସ୍ତ ଫର୍ମାଟରେ ଖେଳିବାକୁ ଚାହାନ୍ତି। ମାତ୍ର ତାଙ୍କ ପାଇଁ ଟେଷ୍ଟ କ୍ରିକେଟରୁ ଅବସର ନେବା ସମୟ ଆସି ପହଞ୍ଚତ୍ୟାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

ଡିସେମ୍ବର ୩୧ ପୂର୍ବରୁ ଶେଷ କରନ୍ତୁ ଏହି ୩ଟି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଅଟକି ରହିବ ଆପଣଙ୍କ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ବର୍ଷର ଶେଷ ମାସ ଦୁଇ ଦିନ ମଧ୍ୟରେ ଶେଷ ହେବ, ଯାହା ନୂତନ ବର୍ଷର ଆରମ୍ଭ ହେବ। ତଥାପି, ଯଦି ଆପଣ ନୂତନ ବର୍ଷର...

ଜାନୁଆରୀ ୧୧ ସୁଦ୍ଧା ଏହି ୩ ରାଶିର ହେବାକୁ ଯାଉଛି ବଡ଼ ପରିବର୍ତ୍ତନ, ଗ୍ରହଙ୍କ ରାଜା ‘ସୂର୍ଯ୍ୟ’ କଲେ ନକ୍ଷତ୍ର ଗୋଚର

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ, ଯାହାକୁ ସୂର୍ଯ୍ୟ ଦେବତା ଏବଂ ଗ୍ରହମାନଙ୍କର ରାଜା ଉଭୟ ଭାବରେ ବିବେଚନା କରାଯାଏ, ୨୦୨୫ରେ ତାଙ୍କର ଶେଷ ଗୋଚର ସମାପ୍ତ କରିଛି।...

କାହା ପାଇଁ ପ୍ରଭାତ ପିନ୍ଧୁଛନ୍ତି ଲାଲ ପୋଷାକ, କିଏ ସଜାଇଛନ୍ତି ତାଙ୍କୁ ନାଲି ବାବା, ସବୁ ଗୁମର ଖୋଲିଦେଲେ…

ଭୁବନେଶ୍ୱର,୨୯।୧୨: ଦେବାଶିଷ ସାମନ୍ତରାୟଙ୍କ ଆକ୍ଷେପ ଉପରେ କଡ଼ା ଜବାବ ରଖିଲେ ପ୍ରଭାତ ବିଶ୍ୱାଳ। ପ୍ରଭାତ କହିଛନ୍ତି, ମୁଁ କେଉଁଭଳିଆ ନେତା କଟକବାସୀ ଜାଣନ୍ତି। ଦେବାଶିଷଙ୍କ ନାଲି...

ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri