Posted inଖେଳ

ଦୁବାଇ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ : ତିନି ବିଭାଗ ସେମିରେ ପ୍ରମୋଦ

ଭୁବନେଶ୍ୱର, ୩।୪(କ୍ରୀଡ଼ା ପ୍ରତିନିଧି)-
ଦୁବାଇ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ତିନୋଟି ବିଭାଗ ସେମିଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲରେ ପ୍ରମୋଦ ଇଣ୍ଡୋନେସିଆର ଉକୁନ ରୁକାଏଣ୍ଡିଙ୍କୁ ୨୧-୧୬, ୨୧-୧୩ରେ ହରାଇଛନ୍ତି। ଶନିବାର ସେମିରେ ସେ ମାଲେସିଆର ମହମ୍ମଦ ଅବଦୁଲ ମାଲେକ ହୁଜାଇରିଙ୍କୁ ଭେଟିବେ। ସେହିପରି ଦୀପ ରଞ୍ଜନଙ୍କୁ ସାଥିକରି ଡବଲ୍ସ ସେମିଫାଇନାଲରେ ପ୍ରବେଶ କରି ସାରିଥିବା ପ୍ରମୋଦ ମିକ୍ସଡ ଡବଲ୍ସ ସେମିରେ ମଧ୍ୟ ପହଞ୍ଚତ୍ଛନ୍ତି। ଶୁକ୍ରବାର କ୍ୱାର୍ଟର ଫାଇନାଲରେ ପ୍ରମୋଦ-ପଲକ କୋହଲି ଯୋଡ଼ି ଅନ୍ୟତମ ଭାରତୀୟ ଯୋଡ଼ି ମନଦୀପ କୌର ଓ ଚିରାଗ ବାରେଥାଙ୍କୁ ୨୧-୧୦, ୨୧-୧୭ରେ ପରାସ୍ତ କରିଛନ୍ତି। ଶନିବାର ସେମିଫାଇନାଲରେ ପ୍ରମୋଦ-ପଲକ ଯୋଡ଼ି ଫ୍ରାନ୍ସର ଲୁକାସ ମାଜୁର ଓ ନୋଏଲ ଫଷ୍ଟିନଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri