Posted inଖେଳ

ଦୁବାଇ ପାରା ବ୍ୟାଡ୍‌ମିଣ୍ଟନ: ସିଙ୍ଗଲ୍ସ, ଡବଲ୍ସ ଫାଇନାଲରେ ପ୍ରମୋଦ

ଦୁବାଇ,୪।୪(ପି.ଟି.): ଦୁବାଇରେ ଚାଲିଥିବା ତୃତୀୟ ପାରା ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଓଡ଼ିଆ ତାରକା ପ୍ରମୋଦ ଭଗତ ଉଭୟ ପୁରୁଷ ସିଙ୍ଗଲ୍ସ ଓ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଦୁଇ ଭାରତୀୟ ତାରକା ପ୍ରମୋଦ ଓ ସୁକାନ୍ତ କଦମ ନିଜ ନିଜ ବର୍ଗର ଫାଇନାଲରେ ପ୍ରବେଶ କରିଛନ୍ତି।
ଏସ୍‌ଏଲ୍‌ ୩ ବର୍ଗରେ ବିଶ୍ୱର ଏକ ନମ୍ବର ଖେଳାଳି ଓଡ଼ିଶାର ପ୍ରମୋଦ ଭଗତ ମାଲେସିଆର ମହମ୍ମଦ ହୁଜାଇରି ଅବଦୁଲ ମାଲେକଙ୍କୁ ପରାସ୍ତ କରି ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ସେମିଫାଇନାଲରେ ସେ ମାଲେକଙ୍କୁ ୨୧-୭, ୨୧-୧୭ରେ ପରାସ୍ତ କରି ଫାଇନାଲ ଟିକେଟ ହାସଲ କରିଛନ୍ତି। ଏବେ ପ୍ରମୋଦ ଟାଇଟଲ ପାଇଁ ଫାଇନାଲରେ ନିଜ ଦେଶର କୁମାର ନୀତେଶଙ୍କୁ ରବିବାର ଭେଟିବେ। ସେମିରେ ପ୍ରମୋଦ ପ୍ରଭାବ ବିସ୍ତାର କରି ଖେଳିଥିଲେ ଓ ଟାଇଟଲ ପାଇଁ ଫେଭରାଇଟ୍‌ ବିବେଚିତ ହେଉଛନ୍ତି।
ସେହିପରି ପୁରୁଷ ଡବଲ୍ସ ଇଭେଣ୍ଟରେ ପ୍ରମୋଦ ଓ ମନୋଜ ସରକାର ସେମିଫାଇନାଲରେ ନିଜ ଦେଶର ଅନ୍ୟତମ ଯୋଡି ମହମ୍ମଦ ଅରଓ୍ବାଜ ଅନସାରି ଓ ଦୀପ୍‌ ରଞ୍ଜନ ବିଶୋୟୀଙ୍କୁ ୨୧-୧୯, ୨୩-୨୧ରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛନ୍ତି। ରବିବାର ଫାଇନାଲରେ ପ୍ରମୋଦ ଓ ମନୋଜ ପ୍ରତିପକ୍ଷ ସୁକାନ୍ତ କଦମ ଓ କୁମାର ନୀତେଶଙ୍କୁ ଭେଟିବେ।
ତେବେ ମିକ୍ସଡ ଡବଲ୍ସ ସେମିଫାଇନାଲରେ ପ୍ରମୋଦ ଓ ତାଙ୍କ ପାର୍ଟନର ପାଲା କୋହଲି ପରାସ୍ତ ହୋଇ ବିଦାୟ ନେଇଛନ୍ତି। ଏହି ଯୋଡିରେ ୧୭- ୨୧, ୫-୨୧ରେ ଫ୍ରାନ୍ସର ଲୁକାସ ମାଜୁର ଓ ଫଷ୍ଟିନ ନୋଏଲଙ୍କଠାରୁ ପରାସ୍ତ ହୋଇଛନ୍ତି। ଉଲ୍ଲେଖଥାଉ କି, ଏସ୍‌ଏଲ୍‌ ୩ ବର୍ଗର ଖେଳାଳିମାନେ ଦୁଇ କିମ୍ବା ଗୋଟିଏ ଗୋଡରେ ଅକ୍ଷମଥାନ୍ତି। ଚାଲିବା କିମ୍ବା ଦୌଡିବାରେ ଏହି ଖେଳାଳିମାନେ ସନ୍ତୁଳନ ରକ୍ଷା କରିବା ପାଇଁ ସଂଘର୍ଷ କରିଥାନ୍ତି। ଏସ୍‌ଏଲ୍‌ ୪ ବର୍ଗରେ କଦମ ଫାଇନାଲରେ ପ୍ରବେଶ କରିଛନ୍ତି। ସେ ଜର୍ମାନୀର ମାର୍ସେଲ ଆଡମଙ୍କୁ ହରାଇ ଫାଇନାଲକୁ ଉଠିଛନ୍ତି। ତେବେ ସୁକାନ୍ତ ୨୧-୧୧, ୨୧-୧୧ ସିଧାସଳଖ ସେଟ୍‌ରେ ବିଜୟୀ ହୋଇ ଅଗ୍ରଗତି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri