ଇନୋଭାରେ ଆସି ଦୁଇ ମାଂସ ବ୍ୟବସାୟୀଙ୍କୁ ଉଠାଇ ନେଲେ ଦୁବୃର୍ତ୍ତ

ବାଲିଗୁଡ଼ା, ୫।୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସଷ୍ଟାଣ୍ଡ ନିକଟସ୍ଥ ବନ୍ଧଛକ ବୁଡ଼ାଗୁଡା ରାସ୍ତା ନିକଟରୁ ମଙ୍ଗଳବାର ସଂଧ୍ୟା ୬ଟା ସମୟରେ ଦୁଇଟି ଗାଡ଼ିରେ କିଛି ଦୁର୍ବୃତ୍ତ ଆସି ହାଟପଦା ସାହିର ମାଂସ ବ୍ୟବସାୟୀ ହେମନ୍ତ ଗଣ୍ଡା ଓ ପଣ୍ଡିତ ମାଝୀଙ୍କୁ ଉଠାଇ ନେଇଛନ୍ତି। ଏହି ଖବର ପ୍ରଚାରିତ ହେବା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଖବର ପାଇ ବାଲିଗୁଡ଼ା ଥାନା ଅଧିକାରୀ ବାବା ଶଙ୍କର ସରାଫ ପୋଲିସ ଟିମ୍‌ ସହ ଦୁବୃର୍ତ୍ତଙ୍କ ପିଛା କରିଥିଲେ। ଅପହରଣବେଳେ ଗୋଟିଏ ଇନୋଭା ଓ ଗୋଟିଏ ବୋଲେରୋ ଗାଡ଼ି ବ୍ୟବହାର କରାଯାଇଥିବା ଜଣାପଡ଼ିଛି। ପୋଲିସ ଅଭିଯୁକ୍ତଙ୍କୁ ପିଛା କରି ଗୋଟିଏ ବୋଲେରୋକୁ କାବୁ କରିଛି। ସେଥିରେ ବସିଥିବା ଦୁଇଜଣଙ୍କ ସମେତ ଡ୍ରାଇଭରଙ୍କୁ ଗିରଫ କରାଯାଇଛି । ଏହି ଦୁହିଁଙ୍କ ଘର ଗଞ୍ଜାମ ଜିଲା କୋଦଳା ଥାନା ଅଞ୍ଚଳର ବୋଲି ଜଣାପଡିଛି। କେଉଁ କାରଣରୁ ଅପହରଣ ହୋଇଛି ତାହା ସ୍ପଷ୍ଟ ହୋଇନାହିଁ। ଥାନାରେ ବାଲିଗୁଡ଼ା ଏସଡିପିଓ ଏସ ପ୍ରତାପ ଶ୍ରୀମଲ ପହଞ୍ଚି ଦୁଇ ଦୁର୍ବୃତ୍ତ ଓ ଗାଡି ଡ୍ରାଇଭରଙ୍କୁ ପଚରା ଉଚରା ଜାରି ରଖିଛନ୍ତି। ଖବର ଲେଖା ହେବା ସୁଦ୍ଧା ଅପହୃତ ହୋଇଥିବା ଦୁଇ ମାଂସ ବ୍ୟବସାୟୀଙ୍କ ପରିବାର ପକ୍ଷରୁ ଥାନାର ଦ୍ୱାରସ୍ତ ହୋଇଥିଲେ ହେଁ ଏତଲା ରୁଜୁ ହୋଇନାହିଁ କି ଅପହରଣକାରୀ ନେଇଥିବା ଇନୋଭା ଗାଡି ସହ ଦୁଇ ଅପହୃତଙ୍କ ପତ୍ତା ମିଳିପାରିନାହିଁ l


Enter your email to get our daily news in your inbox.

All Right Reserved By Dharitri.Com

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri