ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ଏହା ଦେଖିବାକୁ ମିଳୁଛି ଯେ, ଗୋଟିଏ ବତକ ଜିମ୍ସେଣ୍ଟରକୁ ଯାଇଛି। ସେଠାରେ ବ୍ୟାୟାମ କରୁଛି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ସେ କ୍ୟାପ୍ଶନ୍ରେ ଲେଖିଛନ୍ତି ଯେ, ‘‘ ସଣ୍ଡେ ମୁଡ୍ ’’ । ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।
Sunday Mood… pic.twitter.com/q5uy8JaOzh
— Susanta Nanda IFS (@susantananda3) August 30, 2020