ବିପଦସଙ୍କୁଳ ଅବସ୍ଥାରେ ଦୁଧେଇ ସେତୁ

ବରୀ,୧।୬(ଡି.ଏନ୍‌.ଏ.): ରାଜ୍ୟ ସରକାର ବିଚ୍ଛିନ୍ନାଞ୍ଚଳ ଲୋକମାନଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବା ଲକ୍ଷ୍ୟ ନେଇ ସଂଯୋଗୀକରଣ ସେତୁ ନିର୍ମାଣ ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ମର୍ମରେ ବାଲିବିଲ ପଞ୍ଚାୟତ ଢିହସାହି ରାଜସ୍ବ ଗ୍ରାମକୁ ସଂଯୋଗୀକରଣ ନିମନ୍ତେ ୫ା୧୨ା୨୦୧୧ରେ ଦୁଧେଇ ସେତୁର ଶିଳାନ୍ୟାସ କରାଯାଇଥିଲା ା ତତ୍କାଳୀନ ବରୀ ବିଧାୟକ ଦେବାଶିଷ ନାୟକ ଏହି ଶିଳାନ୍ୟାସ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ା ଏହି ସେତୁ ନିର୍ମାଣ ପାଇଁ ୪ କୋଟି ୬୧ ଲକ୍ଷ ଟଙ୍କା ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ବ୍ୟୟ ଅଟ୍ଟକଳ କରାଯାଇଥିଲା। ହେଲେ ଦାୟିତ୍ୱରେ ଥିବା ଠିକାଦାର ଓ ଗ୍ରାମ୍ୟ ଉନ୍ନୟନ ବିଭାଗର କେତେଜଣ ଅଧିକାରୀଙ୍କ ମଧୁଚନ୍ଦ୍ରିକା ଯୋଗୁ ନିମ୍ନମାନର କାମ ହୋଇଥିବା ଅଭିଯୋଗ ହୋଇଥିଲା ା ଏ ସଂକ୍ରାନ୍ତରେ ସ୍ଥାନୀୟ ଲୋକମାନେ ଏକାଧିକ ଥର ଯାଜପୁର ଜିଲାପାଳ, ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଅଧିକାରୀଙ୍କୁ ଭେଟି ଲିଖିତ ଓ ମୌଖିକ ଭାବେ ଅଭିଯୋଗ କରିଥିଲୋା ହେଲେ ବିଭାଗୀୟ କର୍ତ୍ତୃପକ୍ଷ ଘଟଣାସ୍ଥଳ ପରିଦର୍ଶନ କରିବା ତ ଦୂରର କଥା କୌଣସି ପଦକ୍ଷେପ ଗ୍ରହଣ କରି ନ ଥିଲେ ା ଏବେ ସେହି ସେତୁର ବାମ ପାର୍ଶ୍ୱରେ ଏକ ଫାଟ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି।
ସୂଚନାଯୋଗ୍ୟ, ଏହି ସେତୁର ସଂଯୋଗୀକରଣ ରାସ୍ତା (୭୦୦ ମିଟର) ନିର୍ମାଣ ନିମନ୍ତେ ୯୨ ଲକ୍ଷ ଟଙ୍କା ବ୍ୟୟ ଅଟ୍ଟକଳ କରାଯାଇଥିଲା। ହେଲେ ଅସରାଏ ବର୍ଷାରେ ସେହି ରାସ୍ତା ଭୁଶୁଡ଼ି ପଡ଼ିବା ଏବଂ ୨ ବାଇକ୍‌ ଆରୋହୀ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ଏହାପରେ ବରୀ ବିଧାୟିକା ସୁନନ୍ଦା ଦାସ ଆପ୍ରୋଚ ରୋଡ୍‌ ଓ ସେତୁ ନିର୍ମାଣ କାର୍ଯ୍ୟରେ ଅନିୟମିତତା କିମ୍ବା ନିମ୍ନମାନର କାମ କରାଯାଉଥିଲେ ସମ୍ପୃକ୍ତ ଠିକାଦାରଙ୍କ ବିରୋଧରେ ଦୃଢ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଅପରପକ୍ଷେ ବର୍ତ୍ତମାନର ବିଜେଡି ରାଜ୍ୟ ସମ୍ପାଦକ ବିଶ୍ୱରଞ୍ଜନ ମଲ୍ଲିକ ଓ ତକତ୍ାଳୀନ ବରୀ ବ୍ଲକ୍‌ ଅଧ୍ୟକ୍ଷା ସୁବାସିନୀ ଶର୍ମା ୧୪ା୬ା୨୦୨୧ରେ ଘଟଣାସ୍ଥଳରେ ପହଞ୍ଚତ୍ ସଂଯୋଗୀକରଣ ରାସ୍ତାର ସ୍ଥାୟୀ ନିର୍ମାଣ ୧୦ ଦିନ ମଧ୍ୟରେ ସମ୍ପୂର୍ଣ୍ଣ ନ ହେଲେ ରାଜରାସ୍ତାରେ ଧାରଣା ଦେବେ ବୋଲି ଚେତାବନୀ ଦେଇଥିଲେ। ଏହି ଘଟଣାକୁ ଗୁରୁତ୍ୱ ଦେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ସଂଯୋଗୀକରଣ ରାସ୍ତା ନିର୍ମାଣ ଶେଷ କରିବା ନିମନ୍ତେ ଅର୍ଥ ମଞ୍ଜୁର କରାଯାଇଥିଲା ା ହେଲେ ଆଜି ପର୍ଯ୍ୟନ୍ତ ସେହି ରାସ୍ତା ନିର୍ମାଣ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ସେତୁ ନିର୍ମାଣର ୧୧ ବର୍ଷ ପରେ ଏଭଳି ଫାଟ ସୃଷ୍ଟି ହେବା ଯୋଗୁ ସାଧାରଣରେ ନାନା ଆଶଙ୍କା ପ୍ରକାଶ ପାଇଛି ା ଏ ସଂକ୍ରାନ୍ତରେ ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ରଞ୍ଜନ କୁମାର ନାୟକଙ୍କୁ ପଚାରିବାରେ ସେ କୁହନ୍ତି, ସେତୁର ବାମପାର୍ଶ୍ୱରେ ଫାଟ ସୃଷ୍ଟି ହୋଇନାହିଁ। ଯଦି ବି କୌଣସି ଅଂଶରେ କିଛି ତ୍ରୁଟି ରହିଛି ତାହା ସେତୁର ସ୍ଥାୟିତ୍ୱ ଉପରେ କୌଣସି ପ୍ରଭାବ ପକାଇବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri