ଛୁଆକୁ ଧରି ଚୁଲି ପାଖରେ ବସିଥିଲେ ମା’, ଅସାବଧାନତା ଯୋଗୁ ଚୁଲିରେ ପଡି ୨ ମାସର ଶିଶୁ ଗୁରୁତର

ଜଳେଶ୍ୱର,୧୪।୧ (ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଚାଲନ୍ତି ଗ୍ରାମରେ ନିଆଁରେ ପଡି ଦୁଇ ମାସର ଶିଶୁ ଗୁରୁତର। ସୂଚନା ଅନୁସାରେ ପ୍ରବଳ ଶୀତ ଦାଉରୁ ରକ୍ଷା ପାଇବା ପାଇଁ ଜଳେଶ୍ୱର ଥାନା ମହମ୍ମଦ ନଗର ପାଟଣା ପଞ୍ଚାୟତ ଚାଲନ୍ତି ଗ୍ରାମର ତାରନ ହେମ୍ବ୍ରମଙ୍କ ପରିବାରର ସଦସ୍ୟ ମଙ୍ଗଳବାର ସନ୍ଧ୍ୟା ସମୟରେ ବସି ଅଗଣାରେ ଥିବା ଚୁଲିରେ ନିଆଁ ଲଗାଇ ନିଆଁ ପାଖରେ ବସିଥିଲେ। ତାରନଙ୍କ ସ୍ତ୍ରୀ ମଧ୍ୟ ଛୁଆକୁ ଧରି ଚୁଲି ପାଖରେ ଥିବା ସମୟରେ, ମା’ର ଅସାବଧାନତା ପାଇଁ ପିଲାଟି ଚୁଲିରେ ପଡି ଯାଇଥିଲା। ତେବେ ତୁରନ୍ତ ଚୁଲି ଭିତରୁ ପିଲାକୁ ପରିବାର ଲୋକେ ଉଦ୍ଧାର କରି ବସ୍ତା ମେଡିକାଲକୁ ନେଇଥିଲେ। ପିଲାଟିର ଅର୍ଦ୍ଧାଧିକ ଅଂଶ ପୋଡି ଯାଇଥିବା ଜଣାପଡିଛି। ଗୁରୁତର ପିଲାକୁ ତୁରନ୍ତ ବସ୍ତା ମେଡିକାଲକୁ ଆଣିଥିବା ବେଳେ ଅଧିକ ଗୁରୁତର ହେବାରୁ ବାଲେଶ୍ୱର ମେଡିକାଲକୁ ପଠାଇ ଦିଆଯାଇଛି ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା’ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ, ଏକତ୍ରିତ ହୋଇ ପୂଜାର୍ଚ୍ଚନା କଲେ ଲୋକେ

ଲୋଇସିଂହା,୪।୩( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୁହୁରାପାଲି ମା’ ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି। ଗ୍ରାମର ଡୁମାଲ ସମ୍ପ୍ରଦାୟର ଲୋକେ…

ସେମିଫାଇନାଲ ଭାରତୀୟ ଦଳର ପ୍ରାକ୍ଟିସ୍‌ ସମୟରେ ଅଚାନକ କରାଗଲା ପରିବର୍ତ୍ତନ, ହଇଚଇ ସୃଷ୍ଟି

ନୂଆଦିଲ୍ଲୀ,୪।୩: ମୁମ୍ବାଇରେ ହେବାକୁ ଥିବା ୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ ପୂର୍ବରୁ, ଭାରତୀୟ ଦଳର ପ୍ରତ୍ୟେକ ଗତିବିଧି ଉପରେ ନଜର ରଖାଯାଇଛି। ପ୍ଲେଇଂ ଇଲେଭେନରୁ ନେଟ ପ୍ରସ୍ତୁତି…

ସେମିଫାଇନାଲରେ ଭାରତ ପାଇଁ ଘାତକ ହେବେ ଏହି ୫ ଇଂଲଣ୍ଡ ଖେଳାଳି! ଭାରତଠୁ ଛଡାଇନେଇପାରନ୍ତି ଫାଇନାଲ ଟିକେଟ୍‌

ନୂଆଦିଲ୍ଲୀ,୪।୩: ବିଶ୍ୱର କୌଣସି ଦଳ ଲଗାତାର ଦୁଇଥର ଟି-୨୦ ବିଶ୍ୱକପ ଜିତି ନାହିଁ। ଭାରତୀୟ କ୍ରିକେଟ ଦଳ ଏହାକୁ ହାସଲ କରିବା ଏବଂ ଇତିହାସ ସୃଷ୍ଟି କରିବାଠାରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ, ଯାରା ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୪।୩: ଉପସାଗରୀୟ ଦେଶଗୁଡ଼ିକରେ ଯୁଦ୍ଧ ଭଳି ପରିସ୍ଥିତି ବିଶ୍ୱ ଶକ୍ତି ଯୋଗାଣକୁ ବିପଦରେ ପକାଇଛି। ଏହି ସଙ୍କଟ ସମୟରେ, ଭାରତର ଦୀର୍ଘକାଳୀନ ଏବଂ ବିଶ୍ୱସ୍ତ ବନ୍ଧୁ, ରୁଷିଆ…

ଆଜି ରଙ୍ଗର ପର୍ବ ହୋଲି: ସବୁଆଡେ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୪।୩: ଆଜି ରଙ୍ଗର ଉତ୍ସବ ହୋଲି। ସାରା ଦେଶରେ ଉତ୍ସବର ମାହୋଲ। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ…

୪ର୍ଥ ଆସନ ପ୍ରଶ୍ନବାଚୀରେ…

ଭୁବନେଶର,୩।୩( ସୁନିତ ମିଶ୍ର): ଓଡ଼ିଶାରେ ୪ ରାଜ୍ୟ ସଭା ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବାକୁ ଯାଉଛି। କହିବାକୁ ଗଲେ ୩ଟି ଆସନରେ ଭୋଟ…

ବାଇକ୍‌ଙ୍କୁ ଧକ୍କା ଦେଇ ଚାଲି ଗଲା ଅଜଣା ଗାଡ଼ି, ଆରୋହୀଙ୍କ ମୃତ୍ୟୁ ପରେ ବଢିଲା ଉତ୍ତେଜନା, ବହୁ ସଂଖ୍ୟକ…

ବଲାଙ୍ଗୀର, ୩।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ କୁସଙ୍ଗ ନିକଟ ସାଲେକଦମଠାରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମଙ୍ଗଳବାର ସାରେ ମୃତ୍ୟୁ…

ଧରିତ୍ରୀରେ ଖବର ପ୍ରକାଶ ପରେ ତତ୍ପରତା, ବେଙ୍ଗାଲୁରୁରୁ ଆସିଲା ମଞ୍ଜୁଳାଙ୍କ ମରଶରୀର 

ଗୁଣୁପୁର, ୩।୩(ସଂକେତ ପାତ୍ର): ଗତ ଫେବୃଆରୀ ୨୫ ତାରିଖରେ ବେଙ୍ଗାଲୁରୁରେ ଗୁଣୁପୁର ନିକଟସ୍ଥ ରେଜିଂତାଲ ଗ୍ରାମର ଇସ୍ତିପାନ ଗମାଙ୍ଗଙ୍କ ଝିଅ ମଞ୍ଜୁଳା ଗମାଙ୍ଗଙ୍କ ମୃତ୍ୟୁ ଘଟିଥିଲା। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri