Posted inଜାତୀୟ

‘କଂଗ୍ରେସ ଯୋଗୁ ମୋଦି ୨ ଥର ପ୍ରଧାନମନ୍ତ୍ରୀ ହୋଇଛନ୍ତି’

ଜୟପୁର,୧୫।୯: ରାଜସ୍ଥାନରେ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଏଆଇଏମଆଇଏମ୍‌ ମୁଖ୍ୟ ଅସଦୁଦ୍ଦିନ ଓୱାଇସି ଘୋଷଣା କରିଛନ୍ତି। ଗୁରୁବାର ସେ ରାଜସ୍ଥାନର ଝୁଞ୍ଜୁନୁରେ ପହଞ୍ଚି କଂଗ୍ରେସକୁ ଟାର୍ଗେଟ କରିଥିଲେ। କଂଗ୍ରେସ ଯୋଗୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର ଦେଶର ପ୍ରଧାନମନ୍ତ୍ରୀ ହୋଇଥିବା ସେ କହିଛନ୍ତି।
ଓୱାଇସି କହିଛନ୍ତି, ରାଜସ୍ଥାନରେ କଂଗ୍ରେସ ସରକାର ଲୋକଙ୍କୁ ପ୍ରତାରଣା କରୁଛି। କରୌଲିରେ ଦଙ୍ଗା ହୋଇଥିଲା କିନ୍ତୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଯାଇ ନ ଥିଲେ। ରାଜ୍ୟରେ ମୁଦ୍ରାସ୍ଫୀତି ସର୍ବାଧିକ। ରାଜସ୍ଥାନରେ କେବଳ ଦୁଇଟି ସ୍ଲୋଗାନ ଉଠାଯାଇପାରିବ। ଗୋଟିଏ ରାଜୀବ ଗାନ୍ଧୀ ଏବଂ ଅନ୍ୟଟି ଅଶୋକ ଗେହଲୋଟ। ଯଦି ରାଜ୍ୟରେ ଗେହଲୋଟ ମୁର୍ଦ୍ଦାବାଦ ବୋଲି କହିବା ଅପରାଧ, ତେବେ ମୁଁ କହୁଛି, ଅଶୋକ ଗେହଲୋଟ ମୁର୍ଦ୍ଦାବାଦ। ରାଜ୍ୟରେ ଭାଜପା ଏବଂ କଂଗ୍ରେସ ମଧ୍ୟରେ କବାଡି ମ୍ୟାଚ ଚାଲିଛି। ପାଞ୍ଚ ବର୍ଷ ତୁମେ, ପାଞ୍ଚ ବର୍ଷ ଆମେ। ଯଦି ଭାଜପା ଆଗକୁ ବଢୁଛି, ଏଥିପାଇଁ କଂଗ୍ରେସର ସମର୍ଥନ ରହିଛି। ଏଣୁ ଆମକୁ ତୃତୀୟ ଶକ୍ତି ଖୋଜିବାକୁ ପଡିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ଜୟପୁରରେ କର୍ଣ୍ଣି ସେନା ସଭାପତି ସୁଖଦେବ ସିଂଙ୍କ ହତ୍ୟା, ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଦେଇଥିଲା ଧମକ

ନୂଆଦିଲ୍ଲୀ,୫।୧୨: ରାଜସ୍ଥାନର ରାଜଧାନୀ ଜୟପୁରରେ ରାଷ୍ଟ୍ରୀୟ କର୍ଣ୍ଣି ସେନା ଅଧ୍ୟକ୍ଷ ସୁଖଦେବ ସିଂ ଗୋଗାମେଦିଙ୍କୁ ଗୁଳି ମାରି ହତ୍ୟା କରିଛନ୍ତି ଅଜଣା ଦୁର୍ବୁତ୍ତ। ଦିନ ଦିପ୍ରହରରେ...

ସ୍ଥଳଭାଗ ଛୁଇଁଲା ବାତ୍ୟା ‘ମିଗଜୋମ’: ୯୦ରୁ ୧୧୦ କି.ମି. ମଧ୍ୟରେ ବୋହୁଛି ପବନ

ହାଇଦ୍ରାବାଦ୍‌,୫।୧୨: ବାତ୍ୟା ‘ମିଗଜୋମ’ ଭୀଷଣ ରୂପ ନେଇ ଦକ୍ଷିଣ ଆନ୍ଧ୍ର ଉପକୂଳ ନେଲୋର ଏବଂ ମଚ୍ଛଲିପଟନମରେ ସ୍ଥଳଭାଗ ଛୁଇଁଛି। ସ୍ଥଳଭାଗ ଛୁଇଁବା ପରେ ବାତ୍ୟାର ବେଗ...

ଇଣ୍ଡିଆ ଗଠବନ୍ଧନ ବୈଠକ ସ୍ଥଗିତ, ମମତା-ନୀତୀଶ-ଅଖିଲେଶ ଯୋଗ ଦେବାକୁ ମନା କରିବା ପରେ ନିଷ୍ପତ୍ତି

ନୂଆଦିଲ୍ଲୀ,୫।୧୨: ବୁଧବାର ଦିନ ଧାର୍ଯ୍ୟ ହୋଇଥିବା ବିରୋଧୀ ଗୋଷ୍ଠୀଙ୍କ ଇଣ୍ଡିଆ ମେଣ୍ଟ’ର ବୈଠକ ସ୍ଥଗିତ ରଖାଯାଇଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖର୍ଗେ ଏହି ବୈଠକ ଡିସେମ୍ବର...

”ସେମାନେ ଅହଂକାର, ମିଛ, ନିରାଶା ଏବଂ ଅଜ୍ଞତାକୁ ନେଇ ଖୁସି ହେବା ଉଚିତ୍”, ପୁଣି ବିରୋଧୀଙ୍କୁ ଟାର୍ଗେଟ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୫।୧୨: ଦେଶର ପାଞ୍ଚଟି ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନ ସମାପ୍ତ ହୋଇଛି। ହିନ୍ଦୀ ହାର୍ଟଲ୍ୟାଣ୍ଡକୁ ଭାଜପା ସମ୍ପୂର୍ଣ୍ଣ ଭାବେ କବଜା କରିଛି। ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ...

ରେଭନ୍ଥ ରେଡ୍ଡୀ ହେବେ ତେଲଙ୍ଗାନାର ଆଗାମୀ ମୁଖ୍ୟମନ୍ତ୍ରୀ, ବୁଧବାର ନେଇପାରନ୍ତି ଶପଥ

ହାଇଦ୍ରାବାଦ, ୫।୧୨: ତେଲଙ୍ଗାନାର ଆଗାମୀ ମୁଖ୍ୟମନ୍ତ୍ରୀ ହେବେ ରାଜ୍ୟ କଂଗ୍ରେସ ସଭାପତି ରେଭନ୍ଥ ରେଡ୍ଡୀ। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ କଂଗ୍ରେସ ହାଇକମାଣ୍ଡ ଏହି ନିଷ୍ପତ୍ତି...

‘ଇଣ୍ଡିଆ’ ମେଣ୍ଟରେ ଫାଟ! ବୈଠକରେ ଯୋଗଦେବେନି ଅଖିଳେଶ

ନୂଆଦିଲ୍ଲୀ,୫।୧୨: ଡିସେମ୍ବର ୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ବିରୋଧୀ ମେଣ୍ଟ ‘ଇଣ୍ଡିଆ’ରେ ଫାଟ ସୃଷ୍ଟି ହୋଇଛି। ଏହି ବୈଠକରେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ...

ସଡ଼କ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ପାଇଁ ବଡ଼ ସୁବିଧା ଦେବେ ସରକାର

ନୂଆଦିଲ୍ଲୀ,୫।୧୨: ସଡ଼କ ଦୁର୍ଘଟଣାରେ ଅଧିକାଂଶ ମୃତ୍ୟୁ ଚିକିତ୍ସାରେ ବିଳମ୍ବ ହେତୁ ଘଟିଥାଏ। ଏହି ଗମ୍ଭୀର ପ୍ରସଙ୍ଗକୁ ଧ୍ୟାନରେ ରଖି ସରକାର ଶୀଘ୍ର ସଡ଼କ ଦୁର୍ଘଟଣା ମାମଲାରେ...

ସ୍ଥଳଭାଗ ମୁହାଁ ବାତ୍ୟା ‘ମିଗ୍‌ଜୋମ’: ନେଲୋର-ମଚ୍ଛଲିପଟନମ୍‌ ଦେଇ କରିବ ଅତିକ୍ରମ

ଚେନ୍ନାଇ,୫।୧୨: ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର ରୂପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri