Posted inଜାତୀୟ

ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ଯୋଗୁ ଚାର୍‌ଧାମ ଯାତ୍ରା ସ୍ଥଗିତ

ଡେରାଡୁନ୍‌,୧୪।୮: ଉତ୍ତରାଖଣ୍ଡରେ ସୋମବାର ଲଗାଣ ବର୍ଷା ଯୋଗୁ ବହୁ ବିଲ୍ଡିଂ ଧ୍ୱଂସ ହେବା ସହ ଭୂସ୍ଖଳନ ଯୋଗୁ ବଦ୍ରିନାଥ, କେଦାରନାଥ ଏବଂ ଗଙ୍ଗୋତ୍ରୀକୁ ଯାଇଥିବା ଜାତୀୟ ରାଜପଥଗୁଡ଼ିକ ଅବରୋଧ ହୋଇଛି। ଫଳରେ ଚାର୍‌ଧାମ ଯାତ୍ରାକୁ ୨ ଦିନ ପାଇଁ ସ୍ଥଗିତ ରଖାଯାଇଛି। ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ବରିଷ୍ଠ ଅଧିକାରୀଙ୍କ ସହ ବୈଠକରେ ବର୍ଷା ସ୍ଥିତିର ସମୀକ୍ଷା କରିଛନ୍ତି। ବର୍ଷା ବିତ୍ପାତରେ ୩ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୫ ଜଣ ନିଖୋଜ ଅଛନ୍ତି। ଲଗାଣ ବର୍ଷାରେ ଡେରାଡୁନ୍‌ ଉପକଣ୍ଠରେ ଥିବା ଏଖ ଘରୋଇ ପ୍ରତିରକ୍ଷା ଟ୍ରେନିଂ ଏକାଡେମୀ ଭୁଶୁଡ଼ି ପଡ଼ିଛି। କେଦାରନାଥ ନିକଟରେ ଥିବା ଲିନଚୋଲିରେ ଭୂସ୍ଖଳନ ଯୋଗୁ ନେପାଳର ଜଣେ ବ୍ୟକ୍ତି ପ୍ରାଣ ହରାଇଥିବା ରୁଦ୍ରପ୍ରୟାଗ ଜିଲା ବିପର୍ଯ୍ୟୟ ପରିଚାଳନା ଅଧିକାରୀ କହିଛନ୍ତି। ଋଷିକେଶର ଶିବମନ୍ଦିର ଏବଂ ମିରାନଗର ନିକଟରେ ପାଣିସୁଅରେ ଭାସିଯାଉଥିବା ୨ ମୃତଦେହ ମିଳିଛି। ସେହିପରି ପୌରି ଜିଲାର ଲକ୍ଷ୍ମଣଝୁଲା ଅଞ୍ଚଳରେ ଭୂସ୍ଖଳନ ଯୋଗୁ ୫ ଜଣଙ୍କ ପତ୍ତା ମିଳୁନାହିଁ। ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚତ୍ ଉଦ୍ଧାର କାର୍ଯ୍ୟ ଥିବା ପୌରି ଏସ୍‌ଏସ୍‌ପି ଶ୍ୱେତା ଚୌବେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକ୍‌ ବଦଳରେ କାର୍‌ ଏକ୍ସିଲେଟର ଦବାଇ ଦେଲେ ମହିଳା: ଆଉ ତା’ପରେ ଘଟିଗଲା…

ନୋଏଡା,୮।୭: ଗ୍ରେଟର ନୋଏଡା ପଶ୍ଚିମର ବିସରାଖ ପୋଲିସ ଷ୍ଟେଶନ ଅଞ୍ଚଳର ପଞ୍ଚଶୀଳ ଗ୍ରୀନ-୨ ସୋସାଇଟି ବାହାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ରିପୋର୍ଟ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା।…

ଗୋଟିଏ ରନ୍‌ଓ୍ବେରେ ୨ ବିମାନ ମୁହାଁମୁହିଁ, ଗୋଟିଏ କଲ୍‌ ପରେ…

ମୁମ୍ବାଇ,୮ା୭: ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଗୋଟିଏ ରନଓ୍ବେରେ ଏୟାର ଇଣ୍ଡିଆର  ବିମାନ ଏବଂ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ ବିମାନ ମୁହାଁମୁହିଁ ହେବା ପରେ ମୁମ୍ବାଇ…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ଦୁର୍ଘଟଣାଗ୍ରସ୍ତ ହେଲା ନା ଅନ୍ୟ କିଛି? କରାଚୀ ନିକଟରେ ମଝି ଆକାଶରେ ନିଖୋଜ ହୋଇଗଲା ପାକିସ୍ତାନୀ ବିମାନ

କରାଚୀ,୮।୭: ଏକ ପାକିସ୍ତାନୀ ମାଲବାହୀ ବିମାନ ମଙ୍ଗଳବାର (୭ ଜୁଲାଇ) ଦିନ ମଧ୍ୟ ଆକାଶରେ ନିଖୋଜ ହୋଇଗଲା। ମାଲବାହୀ କମ୍ପାନୀ K2 ଏୟାରୱେଜ ଦ୍ୱାରା ପରିଚାଳିତ ଏହି…

ମୁଁ ମେଲୋନିଙ୍କୁ ପସନ୍ଦ କରେ: କହୁ କହୁ ଏମିତି କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କୁ ପ୍ରଶଂସା କରିଛନ୍ତି। ଆଙ୍କାରା ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଇଟାଲୀ ନେତାଙ୍କୁ ଜଣେ ‘ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri