ଫୁଲୁଛି ମହାନଦୀ: ତଳିଆ ଅଞ୍ଚଳରେ ଚିନ୍ତା ବଢ଼ିଲା

ଭୁବନେଶ୍ୱର,୧୦ା୮(ଅନିଲ ଦାସ): ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳସ୍ତର ବୃଦ୍ଧି ପାଇଛି। ଜଳଭଣ୍ଡାରର ୧୪ଟି ଗେଟ୍‌ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି। ଏଥିଯୋଗୁ ମହାନଦୀ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। କଟକର ମୁଣ୍ଡଳୀ ଦେଇ ୫ ଲକ୍ଷ ୭୮ ହଜାର କ୍ୟୁସେକ୍‌ ବନ୍ୟାଜଳ ପ୍ରବାହିତ ହେଉଛି। ଶୁକ୍ରବାର ରାତି ସୁଦ୍ଧା ପିକ୍‌ ଜଳସ୍ତର ମୁଣ୍ଡଳୀ ଅତିକ୍ରମ କରିବ। ଏଥିଯୋଗୁ ମହାନଦୀର ଶାଖା ନଦୀରେ ବନ୍ୟାଜଳ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଦୟା, ଭାର୍ଗବୀର ତଳ ଅଞ୍ଚଳକୁ ପାଣି ପଶିପାରେ ବୋଲି କହିଛନ୍ତି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତରଞ୍ଜନ ମହାନ୍ତି। କେବଳ ବୈତରଣୀ ନଦୀ ଜଳସ୍ତର ବୃଦ୍ଧି ପାଉଛି। ଆଖୁଆପଦାରେ ବିପଦ ସଙ୍କେତ ୧୮.୩୩ ମିଟର ରହିଥିବାବେଳେ ଏବେ ଜଳସ୍ତର ୧୭.୩ ମିଟର ରହିଛି। ଉପରମୁଣ୍ଡରେ ସେମିତି ବର୍ଷା ନାହିଁ, ତେଣୁ ଜଳସ୍ତର କମିବ ବୋଲି ସେ କହିଛନ୍ତି।
ସେହିପରି ମହାନଦୀର ଜଳସ୍ତର ବଢୁଥିବାରୁ ଅବବାହିକାରେ ଥିବା ୧୦ ଜିଲାକୁ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ସତର୍କ କରିଛନ୍ତି। ସେହି ଜିଲାଗୁଡ଼ିକ ହେଲା ସମ୍ବଲପୁର, ସୋନପୁର, ନୟାଗଡ଼, ଅନୁଗୋଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା। ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କ ଉପରେ ସ୍ବତନ୍ତ୍ର ନଜର ରଖିବାକୁ ପରାମର୍ଶ ଦିଆଯାଇଛି। ପାଣି ପ୍ରବାହିତ ହେଉଥିବା ରାସ୍ତା, ବ୍ରିଜ୍‌ ଉପରେ ଯା’ଆସ ନ କରିବାକୁ ବାରଣ କରାଯାଇଛି।
ଲଗାଣ ବର୍ଷା ସହିତ ହୀରାକୁଦ ଗେଟ୍‌ ଖୋଲିବା ଯୋଗୁ ମହାନଦୀ ଜଳସ୍ତର ବଢ଼ିଛି। କଟକ ଜିଲା ବାଙ୍କୀର ତଳିଆ ଅଞ୍ଚଳରେ ଚଳିତବର୍ଷର ପ୍ରଥମ ବନ୍ୟା ପାଣି ପ୍ରବେଶ କରିଛି। ବିଲିପଡ଼ାରୁ ତାଳବସ୍ତ ରାସ୍ତାରେ ୨ ଫୁଟ୍‌ ବନ୍ୟା ଜଳ ପ୍ରବାହିତ ହେଉଛି। ଫଳରେ ଏହି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଆଠଗଡ଼ର ବଡ଼ଭୂଇଁ-ଖଣ୍ଡହତାକୁ ସଂଯୋଗ କରୁଥିବା ବଡ଼ବନ୍ଧିଆଣି ରାସ୍ତା ସହ ପୋଲ ଉପରେ ୨ ଫୁଟ୍‌ ବନ୍ୟା ପାଣି ପ୍ରବାହିତ ହେଉଛି। ଫଳରେ ଏହି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ସେହିପରି ଉତ୍ତରବାଙ୍କୀ ଘୋଡ଼ାବରଠାରେ ହୁଳୁହୁଳି ପୋଲ ଦେଇ ମହାନଦୀ ବନ୍ୟା ଜଳ ପଶିବା ଯୋଗୁ ତିଗିରିଆ ଓ ଉତ୍ତରବାଙ୍କୀ ଅଞ୍ଚଳର ହଜାର ହଜାର ଏକର ଚାଷଜମି ଜଳମଗ୍ନ ହୋଇଛି। ମହାନଦୀର ଜଳସ୍ତର ବୃଦ୍ଧି ପାଉଥିବାରୁ ଏହାର ଶାଖା ରଣନଦୀରେ ମଧ୍ୟ ଜଳସ୍ତର ବଢ଼ିଛି। ଫଳରେ ବିଲିପଡା, ତାଳବସ୍ତ, କୁଶପଙ୍ଗି, ପାଥପୁର ଓ ବରହମପୁରୀ ପଞ୍ଚାୟତରେ ଶହ ଶହ ହେକ୍ଟର ଚାଷଜମିରେ ପାଣି ମାଡ଼ି ଯାଇଛି। ତେବେ ବର୍ଷା ହ୍ରାସ ପାଇଥିବାରୁ ମହାନଦୀରେ ସେପରି ବଡ଼ଧରଣର ବନ୍ୟା ପରିସ୍ଥିତି ନାହିଁ ବୋଲି ଜଳ ସମ୍ପଦ ବିଭାଗ ପକ୍ଷରୁ କୁହାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ପୁରୀରେ ୮୪ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ନୟାଗଡ ୭୦.୨, ଝାରସୁଗୁଡା ୫୮, ଅନୁଗୋଳ ୫୨, ମୟୂରଭଞ୍ଜ ୪୦, ଢେଙ୍କାନାଳ ୪୫.୨, ସମ୍ବଲପୁର ୪୩.୪, କୋରାପୁଟରେ ୪୦.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
ଅନ୍ୟପକ୍ଷରେ ଆସନ୍ତା ୭ଦିନ ଯାଏ ରାଜ୍ୟରେ ବର୍ଷା ପରିମାଣ କମ୍‌ ରହିବ। ତେବେ ଆସନ୍ତା ୧୮ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟିହେବାର ସମ୍ଭାବନା ରହିଛି। ଏଥିଯୋଗୁ ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌

ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…

ଭାରତର ନୂଆ କ୍ରିକେଟ୍‌ ବିସ୍ମୟ ତନ୍ମୟ: ଗୋଟିଏ ଟେଷ୍ଟରେ ୧୪ ଉଇକେଟ ନେଇ ରଚିଲେ ଇତିହାସ

ଅହମ୍ମଦାବାଦ,୯।୧୦: କ୍ରିକେଟ ପଡ଼ିଆରେ ଭାରତୀୟ ଯୁବ ସ୍ପିନର ତନ୍ମୟ ବଲୋଦାଙ୍କ କମାଲ। ଅଷ୍ଟ୍ରେଲିଆର ଅଣ୍ଡର-୧୯ ଦଳ ବିପକ୍ଷରେ ଦ୍ୱିତୀୟ ଅନୌପଚାରିକ ଟେଷ୍ଟ ମ୍ୟାଚ୍‌ରେ ନିଜର ଘାତକ ବୋଲିଂରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?