ଫୁଲୁଛି ମହାନଦୀ: ତଳିଆ ଅଞ୍ଚଳରେ ଚିନ୍ତା ବଢ଼ିଲା

ଭୁବନେଶ୍ୱର,୧୦ା୮(ଅନିଲ ଦାସ): ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳସ୍ତର ବୃଦ୍ଧି ପାଇଛି। ଜଳଭଣ୍ଡାରର ୧୪ଟି ଗେଟ୍‌ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି। ଏଥିଯୋଗୁ ମହାନଦୀ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। କଟକର ମୁଣ୍ଡଳୀ ଦେଇ ୫ ଲକ୍ଷ ୭୮ ହଜାର କ୍ୟୁସେକ୍‌ ବନ୍ୟାଜଳ ପ୍ରବାହିତ ହେଉଛି। ଶୁକ୍ରବାର ରାତି ସୁଦ୍ଧା ପିକ୍‌ ଜଳସ୍ତର ମୁଣ୍ଡଳୀ ଅତିକ୍ରମ କରିବ। ଏଥିଯୋଗୁ ମହାନଦୀର ଶାଖା ନଦୀରେ ବନ୍ୟାଜଳ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଦୟା, ଭାର୍ଗବୀର ତଳ ଅଞ୍ଚଳକୁ ପାଣି ପଶିପାରେ ବୋଲି କହିଛନ୍ତି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତରଞ୍ଜନ ମହାନ୍ତି। କେବଳ ବୈତରଣୀ ନଦୀ ଜଳସ୍ତର ବୃଦ୍ଧି ପାଉଛି। ଆଖୁଆପଦାରେ ବିପଦ ସଙ୍କେତ ୧୮.୩୩ ମିଟର ରହିଥିବାବେଳେ ଏବେ ଜଳସ୍ତର ୧୭.୩ ମିଟର ରହିଛି। ଉପରମୁଣ୍ଡରେ ସେମିତି ବର୍ଷା ନାହିଁ, ତେଣୁ ଜଳସ୍ତର କମିବ ବୋଲି ସେ କହିଛନ୍ତି।
ସେହିପରି ମହାନଦୀର ଜଳସ୍ତର ବଢୁଥିବାରୁ ଅବବାହିକାରେ ଥିବା ୧୦ ଜିଲାକୁ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ସତର୍କ କରିଛନ୍ତି। ସେହି ଜିଲାଗୁଡ଼ିକ ହେଲା ସମ୍ବଲପୁର, ସୋନପୁର, ନୟାଗଡ଼, ଅନୁଗୋଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା। ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କ ଉପରେ ସ୍ବତନ୍ତ୍ର ନଜର ରଖିବାକୁ ପରାମର୍ଶ ଦିଆଯାଇଛି। ପାଣି ପ୍ରବାହିତ ହେଉଥିବା ରାସ୍ତା, ବ୍ରିଜ୍‌ ଉପରେ ଯା’ଆସ ନ କରିବାକୁ ବାରଣ କରାଯାଇଛି।
ଲଗାଣ ବର୍ଷା ସହିତ ହୀରାକୁଦ ଗେଟ୍‌ ଖୋଲିବା ଯୋଗୁ ମହାନଦୀ ଜଳସ୍ତର ବଢ଼ିଛି। କଟକ ଜିଲା ବାଙ୍କୀର ତଳିଆ ଅଞ୍ଚଳରେ ଚଳିତବର୍ଷର ପ୍ରଥମ ବନ୍ୟା ପାଣି ପ୍ରବେଶ କରିଛି। ବିଲିପଡ଼ାରୁ ତାଳବସ୍ତ ରାସ୍ତାରେ ୨ ଫୁଟ୍‌ ବନ୍ୟା ଜଳ ପ୍ରବାହିତ ହେଉଛି। ଫଳରେ ଏହି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଆଠଗଡ଼ର ବଡ଼ଭୂଇଁ-ଖଣ୍ଡହତାକୁ ସଂଯୋଗ କରୁଥିବା ବଡ଼ବନ୍ଧିଆଣି ରାସ୍ତା ସହ ପୋଲ ଉପରେ ୨ ଫୁଟ୍‌ ବନ୍ୟା ପାଣି ପ୍ରବାହିତ ହେଉଛି। ଫଳରେ ଏହି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ସେହିପରି ଉତ୍ତରବାଙ୍କୀ ଘୋଡ଼ାବରଠାରେ ହୁଳୁହୁଳି ପୋଲ ଦେଇ ମହାନଦୀ ବନ୍ୟା ଜଳ ପଶିବା ଯୋଗୁ ତିଗିରିଆ ଓ ଉତ୍ତରବାଙ୍କୀ ଅଞ୍ଚଳର ହଜାର ହଜାର ଏକର ଚାଷଜମି ଜଳମଗ୍ନ ହୋଇଛି। ମହାନଦୀର ଜଳସ୍ତର ବୃଦ୍ଧି ପାଉଥିବାରୁ ଏହାର ଶାଖା ରଣନଦୀରେ ମଧ୍ୟ ଜଳସ୍ତର ବଢ଼ିଛି। ଫଳରେ ବିଲିପଡା, ତାଳବସ୍ତ, କୁଶପଙ୍ଗି, ପାଥପୁର ଓ ବରହମପୁରୀ ପଞ୍ଚାୟତରେ ଶହ ଶହ ହେକ୍ଟର ଚାଷଜମିରେ ପାଣି ମାଡ଼ି ଯାଇଛି। ତେବେ ବର୍ଷା ହ୍ରାସ ପାଇଥିବାରୁ ମହାନଦୀରେ ସେପରି ବଡ଼ଧରଣର ବନ୍ୟା ପରିସ୍ଥିତି ନାହିଁ ବୋଲି ଜଳ ସମ୍ପଦ ବିଭାଗ ପକ୍ଷରୁ କୁହାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ପୁରୀରେ ୮୪ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ନୟାଗଡ ୭୦.୨, ଝାରସୁଗୁଡା ୫୮, ଅନୁଗୋଳ ୫୨, ମୟୂରଭଞ୍ଜ ୪୦, ଢେଙ୍କାନାଳ ୪୫.୨, ସମ୍ବଲପୁର ୪୩.୪, କୋରାପୁଟରେ ୪୦.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
ଅନ୍ୟପକ୍ଷରେ ଆସନ୍ତା ୭ଦିନ ଯାଏ ରାଜ୍ୟରେ ବର୍ଷା ପରିମାଣ କମ୍‌ ରହିବ। ତେବେ ଆସନ୍ତା ୧୮ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟିହେବାର ସମ୍ଭାବନା ରହିଛି। ଏଥିଯୋଗୁ ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri