ବର୍ଷା ଅଭାବରୁ ଜମି ଫାଟି ଆଁ, ଚାଷୀ ଚିନ୍ତାରେ

ପାରଳାଖେମୁଣ୍ଡି,୨୫ା୮(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଓ ପାରଳା ଖାସ୍ପା ଅଞ୍ଚଳର ଚାଷୀ ଏବେ ଚିନ୍ତାରେ। ବର୍ଷା ଅଭାବ ଯୋଗୁଁ ଜମି ଫାଟି ଆଁ କରିବା ସହ ଧାନ ଗଛ ସବୁ ନଷ୍ଟ ହେବାକୁ ଲାଗିଲାଣି। ଜିଲାରେ ଅଗଷ୍ଟ ମାସରେ ୫୭ ପ୍ରତିଶତ କମ ବୃଷ୍ଟିପାତ ହୋଇଥିବା ବେଳେ ଉକ୍ତ ଅଞ୍ଚଳର ଚାଷୀ ଏବେ ନିକଟରେ ଥିବା ଖିଙ୍ଗା ଗଡ଼ା ଉପରେ ନିର୍ଭର କରି ବସିଛନ୍ତି। ଚାଷ ଓ ଚାଷୀଙ୍କର ସୁବିଧା ପାଇଁ ସରକାର ଖୀଙ୍ଗା ଗଡାରେ ଏକ କ୍ଷୁଦ୍ର ଜଳ ପ୍ରକଳ୍ପ ନିର୍ମାଣ କରିଥିଲେ। କିନ୍ତୁ ଉପଯୁକ୍ତ ସ୍ଥାନରେ ପ୍ରକଳ୍ପଟି ତିଆରି ହୋଇନଥିବାରୁ ସରକାରଙ୍କ ଟଙ୍କା ପାଣିରେ ପଡିଥିବା ବେଳେ ପାଣି ନ ପାଇ ଚାଷୀ କୂଳ ଏବେ ଚିନ୍ତାରେ। ଉକ୍ତ ଅଞ୍ଚଳରେ ଚାଷୀ ଧାନ ଚାଷ ଉପରେ ନିର୍ଭର କରିଥାନ୍ତି। ଚଳିତ ବର୍ଷ କେତେକ ଚାଷୀ ବ୍ୟାଙ୍କରୁ ଋଣ କରିଥିବା ବେଳେ ଅନ୍ୟ କିଛି ଚାଷୀ ଧାର କରଜ କରି ଚାଷ କରିଥିଲେ । ଅଭାବୀ ବର୍ଷା ଯୋଗୁଁ ଏବେ ମୁଣ୍ଡରେ ହାତ ଦେଇ ବସିବା ସହ ଋଣ କିପରି ଶୁଝିବେ ସେ ନେଇ ଚିନ୍ତାରେ ପଡ଼ିଛନ୍ତି। ଅନ୍ୟପକ୍ଷରେ କ୍ଷୁଦ୍ର ଜଳ ସେଚନ ବିଭାଗର ମନମୁଖୀ କାର୍ଯ୍ୟ ଯୋଗୁଁ ଏଭଳି ସ୍ଥିତି ଉପୁଜିଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ତେଣୁ ସମସ୍ୟାର ସମାଧାନ କରିବା ପାଇଁ ଚାଷୀମାନେ ଦାବି କରିଛନ୍ତି। ଯଦି ଶୀଘ୍ର ପାଣି ସମସ୍ୟା ସମାଧାନ କରାନଯାଏ ତେବେ ଚାଷୀକୁଳ ଆନ୍ଦୋଳନ କରିବେ ବୋଲି ଚାଷୀ ରଶ୍ମି ରଞ୍ଜନ ସାହୁ, ପ୍ରଭାତ ପାତ୍ର, ମୁନା ପରିଛା ପ୍ରମୁଖ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ନୂଆବର୍ଷରେ ମିଥୁନ ରାଶିରେ ଧନ ବର୍ଷା, ଶତ୍ରୁ ବନେଇବେ ସିଂହ ରାଶି; ୨୦୨୬ରେ ଧନୀ ହୋଇଯିବେ ଏହି ୫ରାଶି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନୂଆବର୍ଷ ୨୦୨୬ ଆରମ୍ଭରେ ଅନେକ ବଡ ଗ୍ରହ ଗୋଚର କରିବାକୁ ଯାଉଛନ୍ତି । ଏହାସହ, ଗୋଚର କରୁଥିବା ଏହି ଗ୍ରହମାନଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri