ବର୍ଷା ଅଭାବରୁ ଜମି ଫାଟି ଆଁ, ଚାଷୀ ଚିନ୍ତାରେ

ପାରଳାଖେମୁଣ୍ଡି,୨୫ା୮(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଓ ପାରଳା ଖାସ୍ପା ଅଞ୍ଚଳର ଚାଷୀ ଏବେ ଚିନ୍ତାରେ। ବର୍ଷା ଅଭାବ ଯୋଗୁଁ ଜମି ଫାଟି ଆଁ କରିବା ସହ ଧାନ ଗଛ ସବୁ ନଷ୍ଟ ହେବାକୁ ଲାଗିଲାଣି। ଜିଲାରେ ଅଗଷ୍ଟ ମାସରେ ୫୭ ପ୍ରତିଶତ କମ ବୃଷ୍ଟିପାତ ହୋଇଥିବା ବେଳେ ଉକ୍ତ ଅଞ୍ଚଳର ଚାଷୀ ଏବେ ନିକଟରେ ଥିବା ଖିଙ୍ଗା ଗଡ଼ା ଉପରେ ନିର୍ଭର କରି ବସିଛନ୍ତି। ଚାଷ ଓ ଚାଷୀଙ୍କର ସୁବିଧା ପାଇଁ ସରକାର ଖୀଙ୍ଗା ଗଡାରେ ଏକ କ୍ଷୁଦ୍ର ଜଳ ପ୍ରକଳ୍ପ ନିର୍ମାଣ କରିଥିଲେ। କିନ୍ତୁ ଉପଯୁକ୍ତ ସ୍ଥାନରେ ପ୍ରକଳ୍ପଟି ତିଆରି ହୋଇନଥିବାରୁ ସରକାରଙ୍କ ଟଙ୍କା ପାଣିରେ ପଡିଥିବା ବେଳେ ପାଣି ନ ପାଇ ଚାଷୀ କୂଳ ଏବେ ଚିନ୍ତାରେ। ଉକ୍ତ ଅଞ୍ଚଳରେ ଚାଷୀ ଧାନ ଚାଷ ଉପରେ ନିର୍ଭର କରିଥାନ୍ତି। ଚଳିତ ବର୍ଷ କେତେକ ଚାଷୀ ବ୍ୟାଙ୍କରୁ ଋଣ କରିଥିବା ବେଳେ ଅନ୍ୟ କିଛି ଚାଷୀ ଧାର କରଜ କରି ଚାଷ କରିଥିଲେ । ଅଭାବୀ ବର୍ଷା ଯୋଗୁଁ ଏବେ ମୁଣ୍ଡରେ ହାତ ଦେଇ ବସିବା ସହ ଋଣ କିପରି ଶୁଝିବେ ସେ ନେଇ ଚିନ୍ତାରେ ପଡ଼ିଛନ୍ତି। ଅନ୍ୟପକ୍ଷରେ କ୍ଷୁଦ୍ର ଜଳ ସେଚନ ବିଭାଗର ମନମୁଖୀ କାର୍ଯ୍ୟ ଯୋଗୁଁ ଏଭଳି ସ୍ଥିତି ଉପୁଜିଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ତେଣୁ ସମସ୍ୟାର ସମାଧାନ କରିବା ପାଇଁ ଚାଷୀମାନେ ଦାବି କରିଛନ୍ତି। ଯଦି ଶୀଘ୍ର ପାଣି ସମସ୍ୟା ସମାଧାନ କରାନଯାଏ ତେବେ ଚାଷୀକୁଳ ଆନ୍ଦୋଳନ କରିବେ ବୋଲି ଚାଷୀ ରଶ୍ମି ରଞ୍ଜନ ସାହୁ, ପ୍ରଭାତ ପାତ୍ର, ମୁନା ପରିଛା ପ୍ରମୁଖ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri