ରାସ୍ତା ଦୁରାବସ୍ଥା ଯୋଗୁ ବାଟରେ ଫସିଲା, ଖଟିଆରେ ବୋହି ଆମ୍ବୁଲାନ୍ସ ଯାଏ ରୋଗୀଙ୍କୁ ଆଣିଲେ

ମନମୁଣ୍ଡା,୨୮।୯ (ଡି.ଏନ.ଏ.)  ରୋଗୀକୁ ଆଣିବାକୁ ଯାଇଥିବା ଏକ ଆମ୍ବୁଲାନ୍ସ ରାସ୍ତା ଦୁରାବସ୍ଥା ଯୋଗୁ ବାଟରେ ଫସିଗଲା ା ଫଳରେ ରୋଗୀକୁ ସମ୍ପର୍କୀୟମାନେ ଖଟିଆରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆଣିବାକୁ ପଡିଲା । ଏପରି ଘଟଣା ଦେଖିତ୍ବାକୁ ମିଳିଛି ବୌଦ୍ଧ ଜିଲା ମନମୁଣ୍ଡା ଥାନା ବିଲାସପୁର ପଞ୍ଚାୟତ ଟିଲାଟିଙ୍ଗା ଗ୍ରାମରେ। ରବିବାର ସକାଳେ ଉକ୍ତ ଗ୍ରାମର ଦଳିତ ସାହିର ଜଣେ ବ୍ୟକ୍ତି କୌଣସି ରୋଗରେ ଗୁରୁତର ହୋଇ ପଡିବାରୁ ୧୦୮ ଆମ୍ବୁଲାନ୍ସ ତାଙ୍କୁ ଆଣିବାକୁ ଯାଇଥିଲା । ବିଲାସପୁର ପଟରୁ ରାସ୍ତା ଖରାପ ଥିବାରୁ ଏନଏଚ- ୫୭ ଦେଇ ମସିଣାପଡା, ଜାମପାଲି ଗ୍ରାମ ଦେଇ ଆମ୍ବୁଲାନ୍ସ ସେଠାକୁ ଯାଇଥିଲା । ଟିଲାଟିଙ୍ଗା ପହଞ୍ଚତ୍ବାକୁ ପ୍ରାୟ ୧କି.ମି. ବାଟ ଥିବା ବେଳେ ରାସ୍ତାରେ ହଠାତ୍‌ ଆମ୍ବୁଲାନ୍ସଟି ଦବି ଯାଇ ଫସି ଯାଇଥିଲା । ଗ୍ରାମବାସୀ ୧ ଘଣ୍ଟା ଧରି ଠେଲାଠେଲି କରି ଆମ୍ବୁଲାନ୍ସକୁ ବାହାର କରିଥିଲେ । ଆଗକୁ ଗଲେ ପୁନର୍ବାର ଫସିବାର ଆଶଙ୍କା କରି ଗ୍ରାମବାସୀ ଓ ସମ୍ପର୍କୀୟ ରୋଗୀକୁ ଖଟିଆରେ ବୋହି ଆମ୍ବୁଲାନ୍ସ ନିକଟକୁ ଆଣିଥିଲେ। ଉକ୍ତ ରାସ୍ତାର ଶୋଚନୀୟ ଅବସ୍ଥା ନେଇ ଅଞ୍ଚଳବାସୀ ବହୁବାର ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ହେଁ କୌଣସି ପ୍ରତିକାର କରାଯାଉ ନ ଥିବାରୁ ଅସନ୍ତୋଷ ବଢିବାରେ ଲାଗିଛି ା


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି…

ମୁଣ୍ଡ ଟେକିଲା ବିତର୍କ: ଆମେରିକୀୟ କୃଷି ଉତ୍ପାଦ ଉପରେ ଭାରତ କଷିବନି ଟାରିଫ୍‌

ନ୍ୟୁୟର୍କ/ ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୫ା୨:ନୂଆଦିଲ୍ଲୀ ଏବଂ ଓ୍ବାଶିଂଟନ୍‌ ମଧ୍ୟରେ କିଛି ମାସର ବାଣିଜି୍ୟକ ଅନିଶ୍ଚିତତା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃଆରୀ ୨ରେ ଐତିହାସିକ ଟ୍ରେଡ୍‌…

ଆଜି WPL ଫାଇନାଲ୍, ପ୍ରଥମ ଟାଇଟଲ ଲକ୍ଷ୍ୟରେ ଦିଲ୍ଲୀ

ଭଦୋଦରା,୫।୨(ପି.ଟି.): ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣରେ ଗୁରୁବାର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଟାଇଟଲ ମୁକାବିଲାରେ ସ୍ମୃତି ମନ୍ଧାନାଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ୟୁପିଏସ୍‌ସି: କୃତକାର୍ଯ୍ୟଙ୍କୁ ଦ୍ୱିତୀୟ ପରୀକ୍ଷା ମନା, ଚେହେରା ଚିହ୍ନଟ’ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୫।୨: କେନ୍ଦ୍ର ଲୋକ ସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ ବୁଧବାର ସନ୍ଧ୍ୟାରେ ୨୦୨୬ ବର୍ଷ ପାଇଁ ସିଭିଲ୍‌ ସର୍ଭିସେସ୍‌ ଏକ୍‌ଜାମିନେଶନ୍‌ (ସିଏସ୍‌ଇ) ବିଜ୍ଞପ୍ତି ଜାରି କରାଯାଇଛି। ଏବର୍ଷ…

ଖେମ୍‌ଚନ୍ଦ ସିଂ ମଣିପୁର ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୫।୨: ମଣିପୁରରେ ଜାରି ହୋଇଥିବା ରାଷ୍ଟ୍ରପତି ଶାସନ ବୁଧବାର ହଟିବା ପରେ ଭାଜପା ନେତୃତ୍ୱାଧୀନ ମେଣ୍ଟ ନେତା ୟୁମନାମ୍‌ ଖେମ୍‌ଚାନ୍ଦ ସିଂ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri