Posted inଫୁରସତ

ଶନି ମହାଗ୍ରହଙ୍କ ଯୋଗୁ ମିଳେ ପ୍ରଶାସନିକ ସେବା…

ସରକାରୀ ନିଯୁକ୍ତି ପାଇଁ ସଭିଙ୍କ ମନରେ ଥାଏ ଆଗ୍ରହ। ତେବେ ଘରୋଇ ହେଉ କିମ୍ବା ସରକାରୀ ନିଯୁକ୍ତି ଉଭୟ କ୍ଷେତ୍ରରେ ଜାତକରେ ଶନି ମହାଗ୍ରହଙ୍କ ସ୍ଥିତି ହିଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଶନିଙ୍କ ଯୋଗକାରକ ସ୍ଥିତି ଦ୍ୱାରା ଜାତକରେ ପ୍ରଶାସନିକ ଅଧିକାରୀ ହେବାର ସଙ୍କେତ ନିହିତ ରହିଥାଏ। ଏହା ସହିତ ଦଶମ ତଥା ଏକାଦଶ ଭାବରେ ଥିବା ରବିଙ୍କ ସ୍ଥିତି ମଧ୍ୟ ସରକାରୀ ନିଯୁକ୍ତି ସୁଯୋଗ ସୃଷ୍ଟି କରିଥାଏ ବୋଲି ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଲେଖ ରହିଛି। ଜାତକରେ ପଞ୍ଚମହାପୁରୁଷ ଯୋଗ ମଧ୍ୟରୁ ଗୋଟିଏ ଯୋଗ ସୃଷ୍ଟି ହେଉଥିଲେ ଏହା ସରକାରୀ ନିଯୁକ୍ତି ସମ୍ଭାବନା ବୃଦ୍ଧି କରେ। ମାତାପିତାଙ୍କୁ ସମ୍ମାନ, ଗାୟତ୍ରୀ ମନ୍ତ୍ର ଜପ, ତୁଳସୀ ଚଉରାରେ ଜଳ ଦାନ ଆଦି ଦ୍ୱାରା ମଧ୍ୟ ସରକାରୀ ନିଯୁକ୍ତିର ମାର୍ଗ ପ୍ରଶସ୍ତ ହୋଇଥାଏ। ଜାତକରେ ଦଶମ, ଏକାଦଶ, ଷଷ୍ଠ ଭାବରେ ଗ୍ରହଙ୍କ ସ୍ଥିତି ଅନୁକୁଳ ନ ଥିଲେ ସରକାରୀ ନିଯୁକ୍ତି ମିଳିବା ଆଶା କ୍ଷୀଣ ହୋଇଥାଏ। ସେହିଭଳି ବୃହସ୍ପତିଙ୍କ ସ୍ଥିତି ମଧ୍ୟ ସରକାରୀ ନିଯୁକ୍ତି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ରବି କେତୁ କିମ୍ବା ରାହୁ ସହିତ ମିଳିତ ହେଲେ ଜାତକରେ ଗ୍ରହଣ ଯୋଗ ସୃଷ୍ଟି ହୋଇଥାଏ। ଫଳରେ ସରକାରୀ ନିଯୁକ୍ତି ମିଳିବା କଷ୍ଟକର ହୋଇଥାଏ। ତେବେ ଉପଯୁକ୍ତ ପ୍ରତିକାର ମାଧ୍ୟମରେ ଏହାର ନିରାକରଣ କରାଯାଇ ପାରିଥାଏ ବୋଲି ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri