ଉଚ୍ଚ ଜୁଆର ଯୋଗୁ ସମୁଦ୍ର ଗର୍ଭରେ ଲୀନ ହେବ ୬ ଘର

ଗଞ୍ଜାମ,୨୯।୫(ଡି.ଏନ.ଏ.): ଋଷିକୁଲ୍ୟା ମୁହାଣ ଅଞ୍ଚଳରେ ତାଣ୍ଡବ ରଚୁଛି ଅଶାନ୍ତ ସମୁଦ୍ର। ଉଚ୍ଚ ଲହଡିରେ ଗଞ୍ଜାମ ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ ଅବକ୍ଷୟ ହେବାରେ ଲାଗିଛି। ପାଳିବନ୍ଧ ପଞ୍ଚାୟତର ସାମୁଦ୍ରିକ ମତ୍ସ୍ୟଜୀବୀ ସମ୍ପ୍ରଦାୟ ପୋଡମପେଟା ଗ୍ରାମର ଗୋଟିଏ ପରେ ଗୋଟିଏ ଘର ସମୁଦ୍ର ମଧ୍ୟରେ ଲୀନ ହୋଇ ଯାଉଥିବା ଲକ୍ଷ୍ୟ କରାଯାଉଛି।
ଜିଲା ପ୍ରଶାସନ ଉକ୍ତ ଗ୍ରାମର ୯୯ ପ୍ରତିଶତ ଲୋକଙ୍କୁ ଅନ୍ୟତ୍ର ଥଇଥାନ କରିଛି। ହେଲେ ଗୃହ ଯୋଜନାରୁ ବାଦ୍‌ ପଡିଥିବା ଉକ୍ତ ଗ୍ରାମରେ ରହିଯାଇଛନ୍ତି ୬ ପରିବାର। ସମୁଦ୍ରର ଭୟଙ୍କର ଗର୍ଜନ ସେମାନଙ୍କ ନିଦ ହଜାଇ ଦେଇଛି। ଭୟ ଓ ଆତଙ୍କିତ ଅବସ୍ଥାରେ ଉକ୍ତ ଗ୍ରାମରେ ଭାଗ୍ୟକୁ ଆଦରି ପଡି ରହିଛନ୍ତି ଜେ. ସୁକାନ୍ତି, ଏଲ.ଭୀମାଦରା, ଏଲ.ଆଶିଷ, ସିଏଚ.ତ୍ରିନାଥ, ଏଲ.ଶ୍ରୀରାମ, ବି.ବାବାଜୀ ପ୍ରମୁଖ ୬ ପରିବାର। ପୂର୍ଣ୍ଣିମା ଓ ଅମାବାସ୍ୟା ତିଥିରେ ଗୋଟିଏ ପରେ ଗୋଟିଏ ପକ୍କା ଘର ଭୁଶୁଡ଼ି ପଡିବାରେ ଲାଗିଛି ସମୁଦ୍ର ଗର୍ଭରେ। ସାମୁଦ୍ରିକ ଝଡ଼ ଆସାନୀ ଅଧିକ ଭୟଙ୍କର ରୂପ ରଚିଲା। ଉକ୍ତ ସମୟରେ ଗ୍ରାମରେ ଥିବା ଗୋଟାକ ପରେ ଗୋଟିଏ ପକ୍କାଘର ସାଙ୍ଗକୁ ଅଧିକ ମାତ୍ରାରେ ହେନ୍ତାଳବଣ ଅବକ୍ଷୟ ହୋଇ ସମୁଦ୍ର ବେଳାଭୂମିରେ ଭୌଗୋଳିକ ପରିବର୍ତ୍ତନ ଘଟୁଛି।
ସୂଚନାଯୋଗ୍ୟ, ପୋଡାମପେଟା ଗ୍ରାମ ପ୍ରତି ବିପଦ ଥିବା ଯୋଗୁ ଜିଲା ପ୍ରଶାସନ ଦୁମୁନାଗିରି ପାହାଡ଼ ପାଦଦେଶରେ ୨୦୧୩ରେ ସିଦ୍ଧାର୍ଥ ନଗରରେ ୧୦୨ ପରିବାରକୁ ଥଇଥାନ କରିଛି। କିଛିବର୍ଷ ହେଲା ଓଡିଆରପି କଲୋନୀରେ ୩୭୦ ପରିବାରକୁ ଥାଇଥାନ କରାଯାଇଛି। ଉକ୍ତ ୬ ପରିବାରକୁ ସ୍ଥାନୀୟ ପ୍ରଶାସନ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କମ୍ବା ବିଜୁ ପକ୍କା ଘର ଯୋଜନାରେ ଗୃହ ଯୋଗାଇଦେଇ ଥଇଥାନ କରିବାକୁ ବିଭିନ୍ନ ମହଲରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

ନୂଆବର୍ଷ ଭେଟି ଦେଲା କଂଗ୍ରେସ

ପୁରୁଷୋତ୍ତମପୁର,୧୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁରବାସୀଙ୍କୁ ଓଡ଼ିଆ ନବବର୍ଷରେ କଂଗ୍ରେସ ଭେଟି ଦେଇଛି ବିଧାୟକ ପ୍ରାର୍ଥୀ। ଚିତ୍ରସେନ ବେହେରାଙ୍କ ନାମ ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri