ଉଚ୍ଚ ଜୁଆର ଯୋଗୁ ସମୁଦ୍ର ଗର୍ଭରେ ଲୀନ ହେବ ୬ ଘର

ଗଞ୍ଜାମ,୨୯।୫(ଡି.ଏନ.ଏ.): ଋଷିକୁଲ୍ୟା ମୁହାଣ ଅଞ୍ଚଳରେ ତାଣ୍ଡବ ରଚୁଛି ଅଶାନ୍ତ ସମୁଦ୍ର। ଉଚ୍ଚ ଲହଡିରେ ଗଞ୍ଜାମ ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ ଅବକ୍ଷୟ ହେବାରେ ଲାଗିଛି। ପାଳିବନ୍ଧ ପଞ୍ଚାୟତର ସାମୁଦ୍ରିକ ମତ୍ସ୍ୟଜୀବୀ ସମ୍ପ୍ରଦାୟ ପୋଡମପେଟା ଗ୍ରାମର ଗୋଟିଏ ପରେ ଗୋଟିଏ ଘର ସମୁଦ୍ର ମଧ୍ୟରେ ଲୀନ ହୋଇ ଯାଉଥିବା ଲକ୍ଷ୍ୟ କରାଯାଉଛି।
ଜିଲା ପ୍ରଶାସନ ଉକ୍ତ ଗ୍ରାମର ୯୯ ପ୍ରତିଶତ ଲୋକଙ୍କୁ ଅନ୍ୟତ୍ର ଥଇଥାନ କରିଛି। ହେଲେ ଗୃହ ଯୋଜନାରୁ ବାଦ୍‌ ପଡିଥିବା ଉକ୍ତ ଗ୍ରାମରେ ରହିଯାଇଛନ୍ତି ୬ ପରିବାର। ସମୁଦ୍ରର ଭୟଙ୍କର ଗର୍ଜନ ସେମାନଙ୍କ ନିଦ ହଜାଇ ଦେଇଛି। ଭୟ ଓ ଆତଙ୍କିତ ଅବସ୍ଥାରେ ଉକ୍ତ ଗ୍ରାମରେ ଭାଗ୍ୟକୁ ଆଦରି ପଡି ରହିଛନ୍ତି ଜେ. ସୁକାନ୍ତି, ଏଲ.ଭୀମାଦରା, ଏଲ.ଆଶିଷ, ସିଏଚ.ତ୍ରିନାଥ, ଏଲ.ଶ୍ରୀରାମ, ବି.ବାବାଜୀ ପ୍ରମୁଖ ୬ ପରିବାର। ପୂର୍ଣ୍ଣିମା ଓ ଅମାବାସ୍ୟା ତିଥିରେ ଗୋଟିଏ ପରେ ଗୋଟିଏ ପକ୍କା ଘର ଭୁଶୁଡ଼ି ପଡିବାରେ ଲାଗିଛି ସମୁଦ୍ର ଗର୍ଭରେ। ସାମୁଦ୍ରିକ ଝଡ଼ ଆସାନୀ ଅଧିକ ଭୟଙ୍କର ରୂପ ରଚିଲା। ଉକ୍ତ ସମୟରେ ଗ୍ରାମରେ ଥିବା ଗୋଟାକ ପରେ ଗୋଟିଏ ପକ୍କାଘର ସାଙ୍ଗକୁ ଅଧିକ ମାତ୍ରାରେ ହେନ୍ତାଳବଣ ଅବକ୍ଷୟ ହୋଇ ସମୁଦ୍ର ବେଳାଭୂମିରେ ଭୌଗୋଳିକ ପରିବର୍ତ୍ତନ ଘଟୁଛି।
ସୂଚନାଯୋଗ୍ୟ, ପୋଡାମପେଟା ଗ୍ରାମ ପ୍ରତି ବିପଦ ଥିବା ଯୋଗୁ ଜିଲା ପ୍ରଶାସନ ଦୁମୁନାଗିରି ପାହାଡ଼ ପାଦଦେଶରେ ୨୦୧୩ରେ ସିଦ୍ଧାର୍ଥ ନଗରରେ ୧୦୨ ପରିବାରକୁ ଥଇଥାନ କରିଛି। କିଛିବର୍ଷ ହେଲା ଓଡିଆରପି କଲୋନୀରେ ୩୭୦ ପରିବାରକୁ ଥାଇଥାନ କରାଯାଇଛି। ଉକ୍ତ ୬ ପରିବାରକୁ ସ୍ଥାନୀୟ ପ୍ରଶାସନ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କମ୍ବା ବିଜୁ ପକ୍କା ଘର ଯୋଜନାରେ ଗୃହ ଯୋଗାଇଦେଇ ଥଇଥାନ କରିବାକୁ ବିଭିନ୍ନ ମହଲରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

କଳିଙ୍ଗା ଘାଟିରେ ପରିବହନ ମନ୍ତ୍ରୀ: ବିକଳ୍ପ ରାସ୍ତା ନିର୍ମାଣ ଓ ଘାଟି ରାସ୍ତା ମରାମତି ନେଇ ଅନୁଧ୍ୟାନ

ଭଞ୍ଜନଗର, ୨୬/୯ (ବାବୁଲା ପ୍ରଧାନ): ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିର ଦୁଇଟି ସ୍ଥାନରେ ଭୂସ୍ଖଳନ ହେବାରୁ ବିଗତ ୫ ଦିନ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?